/odisha-reporter/media/post_attachments/uploads/2022/08/flood-11.jpg)
flood
ସୁବର୍ଣ୍ଣରେଖାରେ ବଡ଼ ବନ୍ୟାକୁ ନେଇ ବଢ଼ିଛି ଚିନ୍ତା । ଝାଡ଼ଖଣ୍ଡ ଗାଲୁଡିହ ବ୍ୟାରେଜ୍ରୁ ୧୬ଟି ଗେଟ୍ ଖୋଲିବା ପରେ ମୟୂରଭଞ୍ଜ ଓ ବାଲେଶ୍ୱରକୁ ମାଡ଼ି ଆସୁଛି ବଡ଼ ବିପତ୍ତି। ପ୍ରତି ସେକେଣ୍ଡକୁ ଆସୁଥିବା ୬ ଲକ୍ଷ ଘନଫୁଟ୍ର ଜଳ ପ୍ରବାହରୁ ଦୁଇ ଜିଲ୍ଲାର ୬ଟି ବ୍ଲକ୍ରେ ସ୍ଥିତି ଅତ୍ୟନ୍ତ ଗମ୍ଭୀର ହେବାର ଆଶଙ୍କା ରହିଛି। ମୟୂରଭଞ୍ଜର ଦୁଇଟି ବ୍ଲକ୍ ସାରସକଣା ଓ ରାସଗୋବିନ୍ଦପୁର ଏବଂ ବାଲେଶ୍ୱର ଜିଲ୍ଲାର ୪ଟି ବ୍ଲକ୍ ବାଲିଆପାଳ, ଭୋଗରାଇ, ଜଳେଶ୍ୱର ଓ ବସ୍ତାରେ ସ୍ଥିତି ଅଣାୟତ୍ତ ହୋଇପଡ଼ିବାର ଆଶଙ୍କା ରହିଛି ।
Advertisment
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
