ନୂଆଦିଲ୍ଲୀ: ନୂଆବର୍ଷର ପ୍ରଥମ ଦିନରେ ରାଜଧାନୀ ଦିଲ୍ଲୀରେ ପୁଣି ଥରେ ଘଟିଛି ଛାତିଥରା ଘଟଣା। ମହିଳାଙ୍କୁ ବିଚ୍ ରାସ୍ତାରେ ୪ କିଲୋମିଟର ଯାଏଁ ଘୋଷାଡ଼ି ନେଲା ଚଳନ୍ତା କାର। କିଛି ମଦ୍ୟପ ଯୁବକଙ୍କ ଏଭଳି ବର୍ବୋରଚିତ କାଣ୍ଡରେ ଜଣେ ୨୦ ବର୍ଷୀୟ ଯୁବତୀଙ୍କ ମୃତ୍ୟୁ ହୋଇଛି। ସୂଚନା ମୁତାବକ, ଗତକାଲି ସକାଳେ ଦିଲ୍ଲୀର ସୁଲତାନପୁରୀ ଅଞ୍ଚଳରେ ଘଟିଥିଲା ଏହି ଘଟଣା। ଦିଲ୍ଲୀରେ ରହୁଥିବା ସଂପୃକ୍ତ ମହିଳା ଜଣକ ତାଙ୍କ ସ୍କୁଟିରେ ଯାଉଥିବା ବେଳେ ଏକ କାର ତାଙ୍କ ସ୍କୁଟିକୁ ଧକ୍କା ଦେଇଥିଲା। ପରେ ମହିଳା ଜଣକ କାର ତଳେ ରହିଯାଇଥିବା ବେଳେ ତାଙ୍କୁ ୪ କିଲୋମଟିର ଯାଏଁ ରାସ୍ତା ଘୋଷାଡ଼ି ନେଇଯାଇଥିଲା ଉକ୍ତ ଚଳନ୍ତା କାର।
https://youtu.be/Fq4aaXYff6s
TAGS
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ଦିଲ୍ଲୀ ଯାଉଥିବା ବିମାନକୁ ଜୟପୁରରେ ଛାଡ଼ି ପଳେଇଲେ ପାଇଲଟ
ଏୟାର ଇଣ୍ଡିଆ ପକ୍ଷରୁ ଏ ସମ୍ପର୍କରେ କିଛି ବି କୁହାଯାଇ ନାହିଁ। କିନ୍ତୁ ଏୟାରଲାଇନ ପକ୍ଷରୁ ଜୟପୁରରେ ଫସି ରହିଥିବା ଲୋକଙ୍କ ପାଇଁ କୌଣସି ବିକଳ୍ପ ବିମାନର ବ୍ୟବସ୍ଥା କରାଯାଇ ନଥିଲା।
National
କରିମଗଞ୍ଜର ନାଁ ବଦଳି ହେଲା ଶ୍ରୀଭୂମି
ନିଜେ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମା ଏହି ସୂଚନା ଦେବା ସହ ରବୀନ୍ଦ୍ରନାଥ ଟାଗୋରଙ୍କୁ ସମ୍ମାନ ଜଣାଇ ଆସାମ ସରକାର କରିମଗଞ୍ଜର ନାଁ ଶ୍ରୀଭୂମି କରିଥିବା ସେ କହିଛନ୍ତି।
National
ନକଲି ଡାକ୍ତରଙ୍କ ମେଳି: ଭବ୍ୟ ଉଦଘାଟନର ଦିନକ ପରେ ସିଲ୍ ହେଲା ହସ୍ପିଟାଲ
ଦିନକ ତଳେ ବିରାଟକାୟ ହସ୍ପିଟାଲକୁ ବେଶ ଭବ୍ୟ ଢଙ୍ଗରେ ଉଦଘାଟନ କରାଯାଇଥିଲା। ହେଲେ ଦିନକ ପରେ ନକଲି ଡାକ୍ତରମାନଙ୍କ ଅସଲ ଚେହେରା ସାମ୍ନାକୁ ଆସିଛି।
Guest Column
ସ୍ୱାଧୀନତାର ୭୫ ବର୍ଷ ପରେ ନୂଆ ଚିନ୍ତନର ଆବଶ୍ୟକତା
କେନ୍ଦ୍ରରେ କ୍ଷମତାସୀନ ବିଜେପି ରାଷ୍ଟ୍ରବାଦ ଏବଂ ଗୋଟିଏ ଦେଶ ଓ ନିର୍ବାଚନ କଥା କହୁଥିଲେ ମଧ୍ୟ ପ୍ରତ୍ୟେକ ଅଞ୍ଚଳର ଭାବନା ଓ ନିଜସ୍ୱ ପରିଚୟ ପାଇଁ ରହିଥିବା ଚେତନା ବିଷୟରେ ସମ୍ପୂର୍ଣ୍ଣ ସଚେତନ ଅଛନ୍ତି। ସେଥିପାଇଁ ଓଡ଼ିଶାରେ ଗତ ନିର୍ବାଚନରେ ରାଜ୍ୟରେ ଗୋଟିଏ ଆଞ୍ଚଳିକ ଦଳ କ୍ଷମତାସୀନ ଥିଲେ ମଧ୍ୟ ତାହା ବିରୋଧରେ ଓଡ଼ିଆ ଅସ୍ମିତାର ସ୍ଳୋଗାନ ଦିଆଯାଇ ସେହି ଦଳକୁ କ୍ଷମତାଚ୍ୟୁତ କରାଗଲା।