Advertisment

ପ୍ରଦୂଷଣରେ ଦିଲ୍ଲୀକୁ ଟପିଲା ବାଲେଶ୍ୱର

ଗତକାଲି ଅପରାହ୍ଣରେ ଦିଲ୍ଲୀର AQI ୩୩୩ ରହିଥିଲା।

Balasore

Balasore

Advertisment

ବାୟୂ ପ୍ରଦୂଷଣ କ୍ଷେତ୍ରରେ ଦିଲ୍ଲୀକୁ ଟପିଗଲା ଓଡ଼ିଶା। ଭୁବନେଶ୍ୱର, କଟକ,ବାରିପଦା, ବାଲେଶ୍ୱର ଓ କେନ୍ଦୁଝର ଆଦି ସ୍ଥାନରେ ୩ ଶହ ପାର କରିଛି ଇଣ୍ଡେକ୍ସ। ୬ ଟିସହରରେ AIR QUALITY INDEX ବା AQI ୩ ଶହ ପାର କରିଛି। ସେଥିମଧ୍ୟରୁ ବାଲେଶ୍ୱରରର AQI ୩୩୪ ରହିଛି।

Advertisment

ସେହିପରି କଟକରେ ୩୨୦, ବାରିପଦାରେ ୩୧୬, ଭୁବନେଶ୍ୱରରେ ୩୧୧, କେନ୍ଦୁଝରରେ ୩୧୪, ରାଇରଙ୍ଗପୁରରେ ୩୦୮ ରହିଛି। ସେହିପରି ଅନୁଗୋଳରେ ୩ଶହ ଏବଂ ତାଳଚେରରେ AQI ଭାଲ୍ୟୁ ୨୫୧ ରହିଛି।

ଗତକାଲି ଅପରାହ୍ଣରେ ଦିଲ୍ଲୀର AQI ୩୩୩ ରହିଥିଲା। କେନ୍ଦ୍ରୀୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ ପକ୍ଷରୁ ଏନେଇ ସୂଚନା ରହିଛି। AQI କ୍ୟାଟାଗୋରୀ ଅନୁଯାୟୀ, ୪୦୧ରୁ ୫ଶହ ମଧ୍ୟରେ ଭାଲ୍ୟୁ ରହିଲେ ସିଭିୟର, ୩୦୧ରୁ ୪୦୦ ମଧ୍ୟରେ ରହିଲେ ଅତି ନିମ୍ନମାନର, ୨୦୧ରୁ ୩୦୦ ମଧ୍ୟରେ ରହିଲେ ନିମ୍ନମାନର ବୋଲି ଧରାଯାଏ।

Advertisment

ଅଧିକ ମାତ୍ରାରେ ଯାନବାହାନ ଚଳାଚଳ, ନିର୍ମାଣ କାମ ଭଳି କାରଣ ପାଇଁ ଓଡ଼ିଶାରେ ବାୟୁ ପ୍ରଦୂଷଣ ଖରାପ ସ୍ଥିତିରେ ପହଞ୍ଚିଛି। ଏହା ସହିତ ଦ୍ରୁତ ଶିଳ୍ପାୟନ, ଗଛ କଟା ଓ ଗ୍ରୀନ ହାଉସ୍ ପ୍ରଭାବ ଯୋଗୁ ପରିବେଶ ପ୍ରଦୂଷଣ ବଢୁଥିବା ପରିବେଶବିତ୍ କହିଛନ୍ତି।

Weather Report Pollution
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe