Advertisment

ବନ୍ୟା ଜଳରେ ଉବୁଟୁବୁ ମା’ ଭଟ୍ଟାରିକାଙ୍କ ମନ୍ଦିର, ଲାଗୁ ହେଲା ୧୪୪ ଧାରା

ମହାନଦୀର ଉପର ମୁଣ୍ଡରେ ବର୍ଷା ହେଉଥିବାରୁ ମନ୍ଦିରରେ ବନ୍ୟାଜଳ ପ୍ରବେଶ କରିଛି।

author-image
Niharika Rout
ଅଦ୍ୟତନ ହୋଇଛି
Temple

Temple

କଟକ ଜିଲ୍ଲା ବଡମ୍ବାର ଅଧିଷ୍ଠାତ୍ରୀ ଦେବୀ ମା’ ଭଟ୍ଟାରିକାଙ୍କ ମନ୍ଦିର ଛୁଇଁଲା ମହାନଦୀର ବନ୍ୟାଜଳ। ମହାନଦୀର ଉପର ମୁଣ୍ଡରେ ବର୍ଷା ହେଉଥିବାରୁ ମନ୍ଦିରରେ ବନ୍ୟାଜଳ ପ୍ରବେଶ କରିଛି। ଏହି ସମୟରେ ବହୁ ଶ୍ରଦ୍ଧାଳୁ ବନ୍ୟା ଜଳ ଦେଖିବାକୁ ମନ୍ଦିର ବେଢାକୁ ଯାଉଥିବାରୁ ସେଠାରେ ୧୪୪ ଧାରା ଜାରି କରାଯାଇଛି। ଏଥିସହ ମା’ଙ୍କ ମନ୍ଦିର ବେଢାକୁ ସ୍ଥାନୀୟ ଲୋକଙ୍କ ସମେତ ଶ୍ରଦ୍ଧାଳୁଙ୍କ ପ୍ରବେଶ ଉପରେ କଟକଣା ଲାଗୁ କରାଯାଇଛି।

Advertisment

ଗତ ରାତିରେ ବନ୍ୟା ଜଳ ମା’ ଭଟ୍ଟାରିକାଙ୍କ ମନ୍ଦିର ବେଢ଼ା ସମେତ ଗର୍ଭଗୃହରେ ମହାନଦୀ ପାଣିଥିଲା। କ୍ରମଶଃ ଏହା ବୃଦ୍ଧି ପାଇ ଏବେ ପ୍ରାୟ ୫ ଫୁଟର ବନ୍ୟା ଜଳ ପ୍ରବାହିତ ହେଉଛି । ମନ୍ଦିରରେ ପାଣି ପଶିବାରୁ ମା’ଙ୍କ ବିଗ୍ରହକୁ ରତ୍ନଗିରି ପାହାଡ଼ସ୍ଥିତ ବନ୍ୟା ଆଶ୍ରୟସ୍ଥଳକୁ ସ୍ଥାନାନ୍ତର କରାଯାଇଛି । ସେଠାରେ ଯଥା ରୀତିନୀତି ଅନୁଯାୟୀ ମା’ଙ୍କ ପୂଜାର୍ଚ୍ଚନା କରାଯାଉଛି। ବନ୍ୟା ଆଶ୍ରୟସ୍ଥଳିରେ ମା’ଙ୍କର ପୂଜାନୀତିରେ ଯେପରି ବ୍ୟାଘାତ ନଘଟେ ସେଥିପ୍ରତି ବଡମ୍ବା ଦେବୋତ୍ତର ବିଭାଗ ତରଫରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି ।

ଏହାପରେ ଆଜି ସକାଳେ ସ୍ଥାନୀୟ ତହସିଲଦାର ନୀଳକଣ୍ଠ ବେହେରା ମା’ଙ୍କ ମନ୍ଦିର ପରିସରରେ ପହଞ୍ଚି ୧୪୪ ଧାରା ଜାରି କରିଛନ୍ତି। ସିଂହନାଥ ପୀଠରେ ବି ୧୪୪ ଧାରା ଜାରି କରାଯାଇଛି। ମନ୍ଦିରରେ ତହସିଲ କର୍ମଚାରୀଙ୍କ ସହ ପୁଲିସ୍‌ ମୁତୟନ କରାଯାଇଛନ୍ତି।  

Advertisment
Flood In Odisha Mahanadi River