Advertisment

୨୭ ଓ ୨୮ ତାରିଖରେ ପ୍ରବଳରୁ ଅତି ପ୍ରବଳ ବର୍ଷା!

୨୭ ଓ ୨୮ ତାରିଖରେ ରାଜ୍ୟରେ କେତେକ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

author-image
Manoranjan Sial
ଅଦ୍ୟତନ ହୋଇଛି
Rain

Rain

ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇପାରେ। ଯେଉଁଥିପାଇଁ ଆଗାମୀ ୪୮ ଘଣ୍ଟାରେ ଓଡ଼ିଶାରେ କେତେକ ସ୍ଥାନରେ ବର୍ଷା ସହ ଘଡ଼ଘଡ଼ି ଓ ବଜ୍ରପାତ ହେବାର ସମ୍ଭାବନା ରହିଛି। ତେବେ ୨୬ ତାରିଖ ବେଳକୁ ବର୍ଷାର ପରିମାଣ ବଢ଼ିବ। ୨୭ ଓ ୨୮ ତାରିଖରେ ରାଜ୍ୟରେ କେତେକ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ସୂଚନା ଦେଇଛନ୍ତି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶିକା ଡକ୍ଟର ମନୋରମା ମହାନ୍ତି।

Advertisment

ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ଜାରି କରିଥିବା ବୁଲେଟିନ୍‌ ଅନୁସାରେ ୨୬ ତାରିଖ ସକାଳ ପର୍ଯ୍ୟନ୍ତ ନୂଆପଡ଼ା, ବଲାଙ୍ଗିର, ବରଗଡ଼, ସୋନପୁର, ସମ୍ୱଲପୁର,ଝାରସୁଗୁଡ଼ା, ସମ୍ୱଲପୁର, ଦେବଗଡ଼, ଅନୁଗୋଳ, ବୌଦ୍ଧ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ଖୋର୍ଦ୍ଧା, ନୟାଗଡ଼, ପୁରୀ, ଗଞ୍ଜାମ ଓ ଗଜପତି ଜିଲ୍ଲାରେ ବର୍ଷା ଘଡ଼ଘଡ଼ି ସହ ବଜ୍ରପାତ ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାରେ ଘଣ୍ଟାପ୍ରତି ୩୦ରୁ ୪୦ କିମି ବେଗରେ ପବନ ବୋହିପାରେ। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

୨୬ ତାରିଖ ସକାଳ ସାଢ଼େ ସାଢ଼େ ୮ଟାରୁ ୨୭ ତାରିଖ ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ କେନ୍ଦୁଝର, ମୟୂରଭଞ୍ଜ, କନ୍ଧମାଳ, କଳାହାଣ୍ଡି, ରାୟଗଡ଼ା, ଗଞ୍ଜାମ ଓ କୋରାପୁଟ ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ସେହିପରି ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ଖୋର୍ଦ୍ଧା, ନୟାଗଡ଼, ପୁରୀ ଓ ଗଜପତି ଜିଲ୍ଲାରେ କେତେକ ସ୍ଥାନରେ ଘଡ଼ଘଡ଼ି ଏବଂ ବଜ୍ରପାତ ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାରେ ଘଣ୍ଟାପ୍ରତି ୩୦ରୁ ୪୦ କିମି ବେଗରେ ପବନ ବୋହିପାରେ। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

Advertisment

୨୭ ତାରିଖ ସକାଳ ସାଢ଼େ ୮ଟାରୁ ୨୮ ତାରିଖ ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ଗଞ୍ଜାମ, ରାୟଗଡ଼ା ଓ କୋରାପୁଟ ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ।ଏହି ସବୁ ଜିଲ୍ଲାରେ ୧୨ରୁ ୨୦ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହେବାର ସମ୍ଭାବନା ରହିଛି। ସେହିପରି ବରଗଡ଼, ବଲାଙ୍ଗିର, ନୂଆପଡ଼ା, କନ୍ଧମାଳ ଓ କଳାହାଣ୍ଡି ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

୨୮ ତାରିଖ ସକାଳ ସାଢ଼େ ୮ଟାରୁ ୨୯ ତାରିଖ ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ରାୟଗଡ଼ା ଓ କୋରାପୁଟ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାରେ ୧୨ରୁ ୨୦ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ସେହିପରି ଗଞ୍ଜାମ, ଗଜପତି, କନ୍ଧମାଳ, କଳାହାଣ୍ଡି, ନବରଙ୍ଗପୁର ଓ ମାଲକାନଗିରି ଜିଲ୍ଲାରେ ପ୍ରବଳ ବର୍ଷା ହେବ। ଏହି ସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହେବାର ସମ୍ଭାବନା ରହିଛି। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

Heavy Rain Rain Alert