Advertisment

୯ ଜିଲ୍ଲାରେ ହେବ ବର୍ଷା!

ଆଗାମୀ ତିନି ଦିନିରେ ରାଜ୍ୟରେ ସର୍ବନିମ୍ନ ତାପମାତ୍ରାରେ ୨ରୁ ୩ ଡିଗ୍ରୀ ସେଲସିୟସ ବୃଦ୍ଧି ପାଇବାର ସମ୍ଭାବନା ରହିଛି।

Rain

Rain

Advertisment

ଶୀତ ସରିଗଲାଣି। ଖରା ଆସିଗଲାଣି। ରାଜ୍ୟରେ ପାଗ ଏବେ ମୁଖ୍ୟତଃ ଶୁଖିଲା ଥିବା ବେଳେ ଆଗକୁ କିଛି ଜିଲ୍ଲାରେ ବର୍ଷା ହୋଇପାରେ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ।

Advertisment

ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଦିଆଯାଇଥିବା ସୂଚନା ଅନୁଯାୟୀ, ଫେବ୍ରୁଆରୀ ୧୪ ତାରିଖରୁ ୧୯ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ପାଗ ମୁଖ୍ୟତଃ ଶୁଖିଲା ରହିବ। କିନ୍ତୁ ୧୯ ତାରିଖ ସକାଳ ସାଢ଼େ ୮ଟାରୁ ୨୧ ତାରିଖ ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ରାଜ୍ୟର କିଛି ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ।

୧୯ ତାରିଖ ସକାଳ ସାଢ଼େ ୮ଟାରୁ ୨୦ ତାରିଖ ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ କଟକ, ଯାଜପୁର, ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ୱର ଓ ମୟୂରଭଞ୍ଜ ଜିଲ୍ଲାର ଗୋଟିଏରୁ ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ସେହିପରି ୨୦ ତାରିଖ ସକାଳ ସାଢ଼େ ୮ଟାରୁ ୨୧ ତାରିଖ ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ କଟକ, ଢେଙ୍କାନାଳ, ଜଗତସିଂହପୁର, ଯାଜପୁର, କେନ୍ଦ୍ରାପଡ଼ା, ଭଦ୍ରକ, କେନ୍ଦୁଝର, ବାଲେଶ୍ୱର ଓ ମୟୂରଭଞ୍ଜ ଜିଲ୍ଲାର ଗୋଟିଏ ବା ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି।

Advertisment

ଏବେ ୧୯ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ପାଗ ମୁଖ୍ୟତଃ ଶୁଖିଲା ରହିବାର ସମ୍ଭାବନା ଥିବା ବେଳେ ଆସନ୍ତା ଦୁଇ ଦିନ (୧୬ ତାରିଖ ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ) ସକାଳେ ଉତ୍ତର ଉପକୂଳ ଓଡ଼ିଶାର ଜିଲ୍ଲାଗୁଡ଼ିକରେ ଗୋଟିଏରୁ ଦୁଇଟି ଲେଖାଏଁ ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର କୁହୁଡ଼ି ପଡ଼ିପାରେ। ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏହି ସୂଚନା ଦିଆଯାଇଛି।

ସେହିପରି ଆଗାମୀ ତିନି ଦିନିରେ ରାଜ୍ୟରେ ସର୍ବନିମ୍ନ ତାପମାତ୍ରାରେ ୨ରୁ ୩ ଡିଗ୍ରୀ ସେଲସିୟସ ବୃଦ୍ଧି ପାଇବାର ସମ୍ଭାବନା ରହିଛି। ତା’ ପରବର୍ତ୍ତୀ ଦୁଇ ଦିନ ମଧ୍ୟ ସର୍ବାନିମ୍ନ ତାପମାତ୍ରାରେ କୌଣସି ବଡ଼ ପରିବର୍ତ୍ତନ ଦେଖାଯିବାର ସମ୍ଭାବନା ନାହିଁ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି।

Rain Alert Rain Weather Update Weather Forecast
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe