Advertisment

୫ ପରେ କମିବ ଶୀତ!

୫ ତାରିଖ ପରଠାରୁ ରାତ୍ରି ତାପମାତ୍ରା ବୃଦ୍ଧି ସହ ଶୀତର ପ୍ରଭାବ କମିବା ସମ୍ଭାବନା ରହିଛି।

cold wave

Cold Wave

Advertisment

କିଛି ଦିନର ବ୍ୟବଧାନ ପରେ ରାଜ୍ୟକୁ ପୁଣି ଶୀତ ଫେରିଥିବା ବେଳେ ଆଗାମୀ ଦୁଇ ଦିନ ପର୍ଯ୍ୟନ୍ତ ଏମିତି ସ୍ଥିତି ଲାଗି ରହିବ। ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏହି ସୂଚନା ଦିଆଯାଇଛି।

Advertisment

ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏହାର ଏକ୍ସରେ କରାଯାଇଥିବା ପୋଷ୍ଟରେ କୁହାଯାଇଛି ଯେ ଆଗାମୀ ୨ ଦିନ ପାଇଁ ଓଡ଼ିଶାର ଜିଲ୍ଲାଗୁଡ଼ିକରେ ସର୍ବନିମ୍ନ ତାପମାତ୍ରାରେ କୌଣସି ବିଶେଷ ପରିବର୍ତ୍ତନ ହେବାର ସମ୍ଭାବନା ନାହିଁ। ତା’ପର ଦିନଠାରୁ ସର୍ବନିମ୍ନ ତାପମାତ୍ରାରେ ୨ରୁ ୩ ଡିଗ୍ରୀ ସେଲସିୟସ ବୃଦ୍ଧି ପାଇବାର ସମ୍ଭାବନା ରହିଛି।

ସେହିପରି ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାସ ତାଙ୍କ ଏକ୍ସରେ କରିଥିବା ଏକ ପୋଷ୍ଟରେ ଲେଖିଛନ୍ତି ଯେ ୪ ତାରିଖରୁ ଉତ୍ତର-ପଶ୍ଚିମ ଭାରତରେ ପ୍ରଭାବ ପକେଇବାକୁ ଥିବା ପଶ୍ଚିମା ଝଡ଼ ପ୍ରଭାବରେ ଦେଶର ମଧ୍ୟ ଭାଗରେ ସକ୍ରିୟ ଗୁରୁଚାପ ବଳୟର ସ୍ଥିତି ପରିବର୍ତ୍ତନ ହେତୁ ରାଜ୍ୟ ମଧ୍ୟକୁ ପ୍ରବେଶ କରୁଥିବା ଉତ୍ତର/ଉତ୍ତର-ପଶ୍ଚିମ ଦିଗରୁ ଥଣ୍ଡା ଶୁଷ୍କ ବାୟୁ ପ୍ରବାହ ଦୁର୍ବଳ ହେବା ସହ ଏକ ପୂର୍ବାଳୀ ନିମ୍ନଚାପ ରେଖା ପ୍ରଭାବରେ ୬ ତାରିଖଠାରୁ ରାଜ୍ୟ ମଧ୍ୟକୁ ଉଷ୍ମ ଜଳୀୟବାଷ୍ପପୂର୍ଣ୍ଣ ବାୟୁ ପ୍ରବାହର ପ୍ରାଧାନ୍ୟ ବୃଦ୍ଧି ପାଇବାର ସମ୍ଭାବନା ରହିଛି। ଏହା ପ୍ରଭାବରେ ୫ ତାରିଖ ପରଠାରୁ ରାତ୍ରି ତାପମାତ୍ରା ବୃଦ୍ଧି ସହ ଶୀତର ପ୍ରଭାବ କମିବା ସମ୍ଭାବନା ରହିଛି।

Advertisment

ଗତ ୨୪ ଘଣ୍ଟାରେ ରାଜ୍ୟରେ ସବୁଠୁ ଅଧିକ ଶୀତ ରାଉରକେଲା ସହରରେ ଅନୁଭୂତ ହୋଇଥିଲା। ସେଠାରେ ସର୍ବନିମ୍ନ ତାପମାତ୍ରା ୭.୨ ଡିଗ୍ରୀ ସେଲସିୟସ ରେକର୍ଡ କରାଯାଇଛି। ସେହିପରି ଝାରସୁଗୁଡ଼ାରେ ସର୍ବନିମ୍ନ ତାପମାତ୍ରା ୭.୮ ଡିଗ୍ରୀ ସେଲସିୟସ ରେକର୍ଡ କରାଯାଇଥିବା ବେଳେ କେନ୍ଦୁଝରରେ ୭.୮, ଫୁଲବାଣୀରେ ୭.୫, ଦାରିଙ୍ଗବାଡ଼ିରେ ୮.୫, ସୁନ୍ଦରଗଡ଼ର କିରେଇରେ ୯.୯, କୋରାପୁଟରେ ୧୧.୧ ବାଲେଶ୍ୱରରେ ୧୨, ସମ୍ବଲପୁରରେ ୧୨, ହୀରାକୁଦରେ ୧୨, କଟକରେ ୧୨.୪, ଜଗତସିଂହପୁରରେ ୧୩.୨, ଚାନ୍ଦବାଲିରେ ୧୩.୫ ଓ ଭୁବନେଶ୍ୱରରେ ୧୪ ଡିଗ୍ରୀ ରେକର୍ଡ କରାଯାଇଛି।

ଆଗାମୀ ୭ ଦିନ ପାଇଁ ରାଜ୍ୟରେ ପାଗ ମୁଖ୍ୟତଃ ଶୁଖିଲା ରହିବ ବୋଲି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି। ଆଜି ରାତି ଓ ଆସନ୍ତାକାଲି ସକାଳେ ସୁନ୍ଦରଗଡ଼, ଝାରସୁଗୁଡ଼ା, କନ୍ଧମାଳ ଓ କୋରାପୁଟ ଜିଲ୍ଲାର ଗୋଟିଏ ବା ଦୁଇଟି ସ୍ଥାନରେ ଘନ କୁହୁଡ଼ି ହେବାର ସମ୍ଭାବନା ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

Weather Forecast Weather Report Weather Update
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe