Advertisment

ବାତ୍ୟା ପାଇଁ ସବୁ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ

ଆଜି ସ୍ୱତନ୍ତ୍ର ରିଲିଫ କମିଶନର ଦେଓରଞ୍ଜନ କୁମାର ସିଂ ସମସ୍ତ ବିଭାଗକୁ ଚିଠି ଲେଖି ୨୩ରୁ ୨୫ତାରିଖ ପର୍ଯ୍ୟନ୍ତ ସବୁ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ ପାଇଁ ନିଷ୍ପତ୍ତି ନିଆଯାଇଥିବା ଅବଗତ କରିଛନ୍ତି ।

undefined

Cyclone

Advertisment

ସମ୍ଭାବ୍ୟ ବାତ୍ୟା ‘ଦାନା’କୁ ଦୃଷ୍ଟିରେ ରଖି ରାଜ୍ୟ ସକରାର ସମସ୍ତ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ କରିଛନ୍ତି । ୨୩ରୁ ୨୫ତାରିଖ ପର୍ଯ୍ୟନ୍ତ ସବୁ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ ସହ ହେଡକ୍ୱାର୍ଟରରେ ଉପସ୍ଥିତ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି ।

Advertisment

ଆଜି ସ୍ୱତନ୍ତ୍ର ରିଲିଫ କମିଶନର ଦେଓରଞ୍ଜନ କୁମାର ସିଂ ସମସ୍ତ ବିଭାଗକୁ ଚିଠି ଲେଖି ୨୩ରୁ ୨୫ତାରିଖ ପର୍ଯ୍ୟନ୍ତ ସବୁ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ ପାଇଁ ନିଷ୍ପତ୍ତି ନିଆଯାଇଥିବା ଅବଗତ କରିଛନ୍ତି । ୨୪ତାରିଖ ରାତି କିମ୍ବା ୨୫ତାରିଖ ସକାଳେ ପୁରୀରୁ ସାଗରଦ୍ୱୀପ ମଧ୍ୟରେ ବାତ୍ୟା ସ୍ଥଳଭାଗ ଛୁଇଁବାର ଥିବାରୁ ଯେକୌଣସି ଅଭାବନୀୟ ପରିସ୍ଥିତିର ମୁକାବିଲା ପାଇଁ ସରକାରୀ କର୍ମଚାରୀଙ୍କ ଛୁଟି ୩ଦିନ ପାଇଁ ବାତିଲ ନିମନ୍ତେ ନିଷ୍ପତ୍ତି ନିଆଯାଇଥିବା ଜଣାଇଛନ୍ତି । ସମସ୍ତ କର୍ମଚାରୀ ହେଡକ୍ୱାର୍ଟରରେ ଉପସ୍ଥିତ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି ।

SRC Cyclone Dana
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe