Advertisment

୧୪ରୁ ରାଜ୍ୟର ଏହି ସବୁ ସ୍ଥାନରେ ହୋଇପାରେ ବର୍ଷା

ଆଗାମୀ ଦୁଇ-ତିନି ଦିନ ସର୍ବାଧିକ ତାପମାତ୍ରାରେ ୨ରୁ ୪ ଡିଗ୍ରୀ ବୃଦ୍ଧି ହେବ।

ଅଦ୍ୟତନ ହୋଇଛି
Rain

Rain

Advertisment

ରାଜ୍ୟରେ ଆଜି ପାଗ ମୁଖ୍ୟତଃ ଶୁଖିଲା ରହିଥିଲା। ୧୯ଟି ସହରର ଦିନର ସର୍ବାଧିକ ତାପମାତ୍ରା ୩୬ ଡିଗ୍ରୀ ବା ତା’ଠାରୁ ଅଧିକ ରେକର୍ଡ କରାଯାଇଥିଲା। ପାରଳାଖେମୁଣ୍ଡିରେ ସର୍ବାଧିକ ୩୮.୧ ଡିଗ୍ରୀ ସେଲ୍‌ସିୟସ ରେକର୍ଡ କରାଯାଇଥିବା ବେଳେ ବଲାଙ୍ଗିର,ଟିଟିଲାଗଡ଼ ଓ ବୌଦ୍ଧରେ ଦିନର ସର୍ବାଧିକ ତାପମାତ୍ରା ୩୮ ଡିଗ୍ରୀ ସେଲ୍‌ସିୟସ ରେକର୍ଡ କରାଯାଇଥିଲା।

Advertisment

ସେହିଭଳି ଭୁବନେଶ୍ୱରରେ ତାପମାତ୍ରା ୩୭ ଡିଗ୍ରୀ ରହିଥିବା ବେଳେ ତାଳଚେରରେ ୩୭.୪,ଭବାନୀପାଟଣାରେ ୩୭.୮, ମାଲକାନଗିରିରେ ୩୭, ନୟାଗଡ଼ରେ ୩୭.୫, ଢେଙ୍କାନାଳରେ ୩୭, ଜଗତସିଂହପୁରରେ ୩୬.୭, ରାଉରକେଲାରେ ୩୬, ସୋନପୁରରେ ୩୬.୮, ହୀରାକୁଦରେ ୩୬.୨, ସୁନ୍ଦରଗଡ଼ରେ ୩୬.୨, ସମ୍ବଲପୁରରେ ୩୬.୫,ଝାରସୁଗୁଡ଼ାରେ ୩୬.୮,ଅନୁଗୋଳରେ ୩୬.୭ ଓ କଟକରେ ୩୬.୨ ଡିଗ୍ରୀ ସେଲସିୟସ ରହିଥିଲା।

ପାଣିପାଗ ବିଭାଗ ପକ୍ଷରୁ ଜାରି କରାଯାଇଥିବା ବୁଲେଟିନ୍ ଅନୁସାରେ ଆସନ୍ତାକାଲି ମଧ୍ୟ ରାଜ୍ୟର ସମସ୍ତ ଜିଲ୍ଲାରେ ପାଗ ଶୁଖିଲା ରହିବ। ତେବେ ୧୪ ତାରିଖରୁ ୧୭ ତାରିଖ ପର୍ଯ୍ୟନ୍ତ ରାଜ୍ୟର କିଛି କିଛି ସ୍ଥାନରେ ହାଲ୍‌କାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। 

Advertisment

୧୪ ତାରିଖ ସକାଳ ସାଢ଼େ ୮ଟାରୁ ୧୫ ତାରିଖ ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ସୁନ୍ଦରଗଡ଼, ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର ଓ ଭଦ୍ରକର ଗୋଟିଏ ବା ଦୁଇଟି ସ୍ଥାନରେ ହାଲ୍‌କାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ବାକି ସବୁ ଜିଲ୍ଲାରେ ପାଗ ଶୁଖିଲା ରହିବ।

୧୫ ତାରିଖ ସକାଳ ସାଢ଼େ ୮ଟାରୁ ୧୬ ତାରିଖ ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ଉତ୍ତର ଉପକୂଳ ଓଡ଼ିଶା, ନୟାଗଡ଼, ଖୋର୍ଦ୍ଧା, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ ଓ ଦେବଗଡ଼ ଜିଲ୍ଲାର ଗୋଟିଏ ବା ଦୁଇଟି ସ୍ଥାନରେ ହାଲକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। ବାକି ସବୁ ଜିଲ୍ଲାରେ ପାଗ ଶୁଖିଲା ରହିବ।

୧୬ ତାରିଖ ସକାଳ ସାଢ଼େ ୮ଟାରୁ ୧୭ ତାରିଖ ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ଉତ୍ତର ଉପକୂଳ ଓଡ଼ିଶା, କେନ୍ଦୁଝର, ମୟୂରଭଞ୍ଜ ଓ ଢେଙ୍କାନାଳର ଗୋଟିଏ ବା ଦୁଇଟି ସ୍ଥାନରେ ହାଲ୍‌କାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ସେହିପରି ରାଜ୍ୟର ବାକି ଜିଲ୍ଲା ଗୁଡ଼ିକରେ ଗୋଟିଏ ବା ଦୁଇଟି ସ୍ଥାନରେ ହାଲ୍‌କାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ।

୧୭ ତାରିଖ ସକାଳ ସାଢ଼େ ୮ଟାରୁ ୧୮ ତାରିଖ ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ବାଲେଶ୍ୱର, ମୟୂରଭଞ୍ଜ, ଭଦ୍ରକ, କେନ୍ଦୁଝର, ଢେଙ୍କାନାଳ, ଯାଜପୁର ଓ କେନ୍ଦ୍ରାପଡ଼ାର ଗୋଟିଏରୁ ଦୁଇଟି ସ୍ଥାନରେ ବର୍ଷା ହୋଇପାରେ। ରାଜ୍ୟର ବାକି ସବୁ ଜିଲ୍ଲାରେ ପାଗ ଶୁଖିଲା ରହିବାର ସମ୍ଭାବନା ରହିଛି। ୧୮ ତାରିଖ ସକାଳ ସାଢ଼େ ୮ଟାରୁ ୧୯ ତାରିଖ ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ପାଗ ଶୁଖିଲାର ରହିବାର ସମ୍ଭାବନା ଥିବା ପାଣିପାଗ ବିଭାଗ ଆକଳନ କରିଛି।

ପାଣିପାଗ ବିଭାଗ ପକ୍ଷରୁ ଆହୁରି କୁହାଯାଇଛି ଯେ ଆଗାମୀ ଦୁଇ-ତିନି ଦିନ ସର୍ବାଧିକ ତାପମାତ୍ରାରେ ୨ରୁ ୪ ଡିଗ୍ରୀ ବୃଦ୍ଧି ହେବ। ତା’ପରେ ରାଜ୍ୟର ଅଧିକାଂଶ ଜିଲ୍ଲାରେ ଅନେକ ସ୍ଥାନରେ ସର୍ବାଧିକ ତାପମାତ୍ରାରେ ବଡ଼ ପରିବର୍ତ୍ତନ ହେବାର ସମ୍ଭାବନା ନାହିଁ।

Weather News Weather Forecast Rain Weather Update
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe