Advertisment

ଆସୁଛି ଆଉ ଏକ ଲଘୁଚାପ: ୨୩ରୁ ୨୫ ପ୍ରବଳ ବର୍ଷା!

୨୩ରୁ ୨୫ ତାରିଖ ପର୍ଯ୍ୟନ୍ତ ରାଜ୍ୟର କେତେକ ଜିଲ୍ଲାରେ ପ୍ରବଳ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର।

Weather

Weather

Advertisment

ଆସୁଛି ଆଉ ଏକ ଲଘୁଚାପ। ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଓ ତା’ ଆଖପାଖ ଅଞ୍ଚଳରେ ଆଜି ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଯାହା ଆସନ୍ତା ୨୩ ତାରିଖ ସୁଦ୍ଧା ଲଘୁଚାପର ରୂପ ନେବାର ସମ୍ଭାବନା ରହିଛି। ଏହା ପ୍ରଭାବରେ ରାଜ୍ୟରେ ବଢିବ ବର୍ଷାର ପରିମାଣ। ୨୩ରୁ ୨୫ ତାରିଖ ପର୍ଯ୍ୟନ୍ତ ରାଜ୍ୟର କେତେକ ଜିଲ୍ଲାରେ ପ୍ରବଳ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର।

Advertisment

ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ଜାରି କରିଥିବା ବୁଲେଟିନ୍‌ ଅନୁସାରେ ୨୩ ତାରିଖରେ କେତେକ ସ୍ଥାନରେ ଗଞ୍ଜାମ, ଗଜପତି, ରାୟଗଡ଼ା, ମାଲକାନଗିରି ଓ କୋରାପୁଟ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲା ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ଏହାଛଡ଼ା ବଜ୍ରପାତ ସହ ଘଡ଼ଘଡ଼ି ହେବ। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

୨୪ ତାରିଖରେ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି ଓ ରାୟଗଡ଼ା ଜିଲ୍ଲାରେ କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲା ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ଏହାଛଡ଼ା ବଜ୍ରପାତ ସହ ଘଡ଼ଘଡ଼ି ହେବାର ସମ୍ଭାବନା ରହିଛି। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

Advertisment

୨୫ ତାରିଖରେ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି ଓ ନୂଆପଡ଼ା ଜିଲ୍ଲାରେ କେତେକ ସ୍ଥାନରେ ପ୍ରବଳ ବର୍ଷ ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲା ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ଏହାଛଡ଼ା ବଜ୍ରପାତ ସହ ଘଡ଼ଘଡ଼ି ହେବାରର ସମ୍ଭାବନା ରହିଛି। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

Heavy Rain Rain Alert
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe