Advertisment

ଆସୁଛି ଆଉ ଏକ ଲଘୁଚାପ! ୧୮ ଓ ୧୯ରେ ପ୍ରବଳରୁ ଅତିପ୍ରବଳ ବର୍ଷା ନେଇ ୩ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ

୧୮ ତାରିଖ ବେଳକୁ ଉତ୍ତରପଶ୍ଚିମ ପାର୍ଶ୍ୱବର୍ତ୍ତୀ ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗରର ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି।

ଅଦ୍ୟତନ ହୋଇଛି
Rain

Rain

Advertisment

ତିନି ଦିନ ତଳେ ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହୋଇଥିବା ବେଳେ ଆସୁଛି ଆଉ ଏକ ଲଘୁଚାପ। ୧୮ ତାରିଖ ବେଳକୁ ଉତ୍ତରପଶ୍ଚିମ ପାର୍ଶ୍ୱବର୍ତ୍ତୀ ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗରର ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ୧୮ ଓ ୧୯ ତାରିଖରେ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ଓ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବା ପୂର୍ବାନୁମାନ କରିଛି ପାଣିପାଗ ବିଭାଗ।

Advertisment

ଆସନ୍ତାକାଲି ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ କୋରାପୁଟ ଓ ମାଲକାନଗିରି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବିଜୁଳି, ଘଡ଼ଘଡ଼ି ଓ ଘଣ୍ଟାପ୍ରତି ୩୦ରୁ ୪୦ କିମି ବେଗରେ ଝଟକା ପବନ ବହିବା ସହିତ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେଥିପାଇଁ ଏହି ଦୁଇ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ଆସନ୍ତାକାଲି ସକାଳ ସାଢ଼େ ୮ଟାରୁ ୧୮ ତାରିଖ ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ କୋରାପୁଟ ଓ ମାଲକାନଗିରି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବିଜୁଳି, ଘଡ଼ଘଡ଼ି ଓ ଘଣ୍ଟାପ୍ରତି ୩୦ରୁ ୪୦ କିମି ବେଗରେ ଝଟକା ପବନ ବହିବା ସହିତ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେଥିପାଇଁ ଏହି ଦୁଇ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

Advertisment

୧୮ ତାରିଖ ସକାଳ ସାଢ଼େ ୮ଟାରୁ ୧୯ ତାରିଖ ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ କୋରାପୁଟ ଓ ମାଲକାନଗିରି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବିଜୁଳି, ଘଡ଼ଘଡ଼ି ଓ ଘଣ୍ଟାପ୍ରତି ୩୦ରୁ ୪୦ କିମି ବେଗରେ ଝଟକା ପବନ ବହିବା ସହିତ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେଥିପାଇଁ ଏହି ଦୁଇ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି।

ସେହିପରି ନବରଙ୍ଗପୁର, କଳାହାଣ୍ଡି ଓ ନୂଆପଡ଼ା ଜିଲ୍ଲାରେ ଗୋଟିଏ ବା ଦୁଇଟି ସ୍ଥାନରେ ବିଜୁଳି, ଘଡ଼ଘଡ଼ି ଓ ଘଣ୍ଟାପ୍ରତି ୩୦ରୁ ୪୦ କିମି ବେଗରେ ଝଟକା ପବନ ବହିବା ସହିତ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେଥିପାଇଁ ଏହି ଜିଲ୍ଲାଗୁଡ଼ିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

୧୯ ତାରିଖ ସକାଳ ସାଢ଼େ ୮ଟାରୁ ୨୦ ତାରିଖ ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ କୋରାପୁଟ ଓ କଳାହାଣ୍ଡି ଜିଲ୍ଲାର ଗୋଟିଏ ବା ଦୁଇଟି ସ୍ଥାନରେ ବିଜୁଳି, ଘଡ଼ଘଡ଼ି ଓ ଘଣ୍ଟାପ୍ରତି ୩୦ରୁ ୪୦ କିମି ବେଗରେ ଝଟକା ପବନ ବହିବା ସହିତ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେଥିପାଇଁ ଏହି ଦୁଇ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି।

ସେହିପରି ମାଲକାନଗିରି ଓ ବଲାଙ୍ଗିର ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବିଜୁଳି, ଘଡ଼ଘଡ଼ି ଓ ଘଣ୍ଟାପ୍ରତି ୩୦ରୁ ୪୦ କିମି ବେଗରେ ଝଟକା ପବନ ବହିବା ସହିତ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

୧୮ରୁ ୨୦ ତାରିଖ ପର୍ଯ୍ୟନ୍ତ ମତ୍ସ୍ୟଜୀବୀଙ୍କୁ ଓଡ଼ିଶା ଉପକୂଳ, ପଶ୍ଚିମ କେନ୍ଦ୍ରୀୟ ଓ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ସହିତ ଗଭୀର ସମୁଦ୍ରକୁ ନଯିବାକୁ ପରାମର୍ଶ ଦେଇଛି ପାଣିପାଗ ବିଭାଗ।

Weather Update Weather News Weather Forecast
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe