Advertisment

ଆସୁଛି ଆଉ ଏକ ଲଘୁଚାପ, କେଉଁଠି ପ୍ରବଳ ଓ କେଉଁଠି ଅତିପ୍ରବଳ ବର୍ଷିବ ଜାଣନ୍ତୁ

ବର୍ଷାକୁ ଦୃଷ୍ଟିରେ ରଖି ପାଣିପାଗ ବିଭାଗ ପକ୍ଷରୁ ଅରେଞ୍ଜ ଓ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ଅଦ୍ୟତନ ହୋଇଛି
Rain

Rain

Advertisment

ଗୋଟିଏ ଲଘୁଚାପ କ୍ଷେତ୍ରର ପ୍ରଭାବ ଶେଷ ନହେଉଣୁ ଆସୁଛି ଆଉ ଏକ ଲଘୁଚାପ। ଆସନ୍ତା ୪୮ ଘଣ୍ଟାରେ ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳରେ ଉତ୍ତରପଶ୍ଚିମ ବଙ୍ଗୋପସାଗରରେ ଏହି ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ୨୫ରୁ ୨୯ ତାରିଖ ପର୍ଯ୍ୟନ୍ତ ରାଜ୍ୟର ପ୍ରାୟ ଅନେକ ସ୍ଥାନରେ ହାଲ୍‌କାରୁ ମଧ୍ୟମ ଧରଣର ବର୍ଷା ହେବାକୁ ଥିବା ବେଳେ କିଛି ସ୍ଥାନରେ ପ୍ରବଳ ଓ କିଛି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

Advertisment

ଆସନ୍ତାକାଲି ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ରାଜ୍ୟର ଅନେକ ସ୍ଥାନରେ ହାଲ୍‌କାରୁ ମଧ୍ୟମ ଧରଣର ବର୍ଷା ହେବାକୁ ଥିବା ବେଳେ କେନ୍ଦୁଝର, ମୟୂରଭଞ୍ଜ, ସୁନ୍ଦରଗଡ଼, ଝାରସୁଗୁଡ଼ା, କେନ୍ଦ୍ରାପଡ଼ା ଓ ଜଗତସିଂହପୁର ଜିଲ୍ଲାର ଗୋଟିଏ ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେଥିପାଇଁ ଏହି ଜିଲ୍ଲାଗୁଡ଼ିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ଆସନ୍ତାକାଲି ସକାଳ ସାଢ଼େ ୮ଟାରୁ ୨୬ ତାରିଖ ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ରାଜ୍ୟର ଜିଲ୍ଲାଗୁଡ଼ିକର ଅଧିକାଂଶ ସ୍ଥାନରେ ହାଲ୍‌କାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। ତେବେ କେନ୍ଦ୍ରାପଡ଼ା ଓ ଜଗତସିଂହପୁର ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେଥିପାଇଁ ଏହି ଦୁଇ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି।

Advertisment

ସେହିପରି ଏହି ସମୟ ମଧ୍ୟରେ କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର ଓ କଟକ ଜିଲ୍ଲାର ଗୋଟିଏ ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

୨୬ ତାରିଖ ସକାଳ ସାଢ଼େ ୮ଟାରୁ ୨୭ ତାରିଖ ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ରାଜ୍ୟର ଜିଲ୍ଲାଗୁଡ଼ିକର ଅଧିକାଂଶ ସ୍ଥାନରେ ହାଲ୍‌କାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। ତେବେ କନ୍ଧମାଳ ଓ ଗଜପତି ଜିଲ୍ଲାର ଗୋଟିଏ ବା ଦୁଇଟି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ଗଞ୍ଜାମ, ରାୟଗଡ଼ା, କଳାହାଣ୍ଡି, ନବରଙ୍ଗପୁର, ମୟୂରଭଞ୍ଜ ଓ କେନ୍ଦୁଝରରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

୨୭ ତାରିଖ ସକାଳ ସାଢ଼େ ୮ଟାରୁ ୨୮ ତାରିଖ ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ରାଜ୍ୟର ଜିଲ୍ଲାଗୁଡ଼ିକର ଅନେକ ସ୍ଥାନରେ ହାଲ୍‌କାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ଥିବା ବେଳେ ନବରଙ୍ଗପୁର, କୋରାପୁଟ, କଳାହାଣ୍ଡି ଓ ରାୟଗଡ଼ା ଜିଲ୍ଲାର ଗୋଟିଏ ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ତେଣୁ ଏହି ୪ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

୨୮ ତାରିଖ ସକାଳ ସାଢ଼େ ୮ଟାରୁ ୨୯ ତାରିଖ ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ରାଜ୍ୟର ଜିଲ୍ଲାଗୁଡ଼ିକର ଅନେକ ସ୍ଥାନରେ ହାଲ୍‌କାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ଥିବା ବେଳେ ବରଗଡ଼, ଝାରସୁଗୁଡ଼ା, କେନ୍ଦୁଝର ଓ ସୁନ୍ଦରଗଡ଼ ଜିଲ୍ଲାର ଗୋଟିଏ ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ତେଣୁ ଏହି ୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

୨୯ ତାରିଖ ସକାଳ ସାଢ଼େ ୮ଟାରୁ ୩୦ ତାରିଖ ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ରାଜ୍ୟର ଜିଲ୍ଲାଗୁଡ଼ିକର ଅନେକ ସ୍ଥାନରେ ହାଲ୍‌କାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ଥିବା ବେଳେ ଝାରସୁଗୁଡ଼ା, କେନ୍ଦୁଝର ଓ ସୁନ୍ଦରଗଡ଼ ଜିଲ୍ଲାର ଗୋଟିଏ ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

Weather Report Weather Condiction Weather Update
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe