/odisha-reporter/media/media_files/2025/09/24/rain-2025-09-24-18-55-48.jpg)
ବର୍ଷା Photograph: (ଫାଇଲ ଫଟୋ)
ବଙ୍ଗୋପସାଗରରେ ଗୋଟିଏ ଲଘୁଚାପ ସୃଷ୍ଟି ହୋଇଥିବା ବେଳେ ଆସନ୍ତାକାଲି ଆଉ ଏକ ଲଘୁଚାପ କ୍ଷେତ୍ର (Low Pressure) ସୃଷ୍ଟିର ହେବାର ସମ୍ଭାବନା ରହିଛି। ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି, ଉତ୍ତର ଓଡ଼ିଶା, ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ଗାଙ୍ଗେୟ ପଶ୍ଚିମବଙ୍ଗର ସଂଲଗ୍ନ ଅଞ୍ଚଳ ଉପରେ ଥିବା ଲଘୁଚାପ କ୍ଷେତ୍ର ଆଜି ସକାଳ ସାଢ଼େ ୮ଟା ସୁଦ୍ଧା ସେହି ଅଞ୍ଚଳରେ ରହିଛି। ଏହା ସହିତ ଜଡ଼ିତ ଘୂର୍ଣ୍ଣିବଳୟ ସମୁଦ୍ର ପତ୍ତନଠାରୁ ୭.୬ କିଲୋମିଟର ଉଚ୍ଚତା ସହିତ ଦକ୍ଷିଣ-ପଶ୍ଚିମ ଆଡ଼କୁ ଢଳି ରହିଛି। ଏହା ସେହି ଅଞ୍ଚଳରେ ଜାରି ରହିବା ସହିତ ଆଗାମୀ ୧୨ ଘଣ୍ଟାରେ ଦୁର୍ବଳ ହେବାର ସମ୍ଭାବନା ରହିଛି।
ଅନ୍ୟପକ୍ଷରେ ଆଜି ସକାଳ ସାଢ଼େ ୮ଟାରେ କେନ୍ଦ୍ରୀୟ ମିଆଁମାର ଓ ସଂଲଗ୍ନ ପୂର୍ବକେନ୍ଦ୍ରୀୟ ବଙ୍ଗୋପସାଗରର ପକୂଳ ଅଞ୍ଚଳ ଓ ସଂଲଗ୍ନ ପୂର୍ବକେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ଥିବା ଟ୍ରପୋସ୍ଫେରିକ୍ ସ୍ତର ପର୍ଯ୍ୟନ୍ତ ଏକ ଘୂର୍ଣ୍ଣବଳୟ ସୃଷ୍ଟି ହୋଇଛି। ଏହା ଧୀରେ ଧୀରେ ପଶ୍ଚିମ ଆଡ଼କୁ ଗତି କରିବାର ସମ୍ଭାବନା ଅଛି ଏବଂ ଏହାର ପ୍ରଭାବରେ ୨୫ ତାରିଖରେ ଉତ୍ତର ଓ ସଂଲଗ୍ନ କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ପ୍ରାୟ ପଶ୍ଚିମ ଆଡ଼କୁ ଗତି କରି ୨୬ ତାରିଖରେ ଏହା ଉତ୍ତର-ପଶ୍ଚିମ ଏବଂ ସଂଲଗ୍ନ ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗର, ଦକ୍ଷିଣ ଓଡ଼ିଶା-ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳ ଉପରେ ଏକ ଅବପାତରେ କେନ୍ଦ୍ରିତ ହେବାର ସମ୍ଭାବନା ରହିଛି। ୨୭ ତାରିଖରେ ଏହା ଦକ୍ଷିଣ ଓଡ଼ିଶା-ଉତ୍ତର ଆନ୍ଧ୍ର ପ୍ରଦେଶ ଉପକୂଳ ଅତିକ୍ରମ କରିବାର ସମ୍ଭାବନା ରହିଛି।
ରାଜ୍ୟ ଉପରେ ପାଣିପାଗର ସ୍ଥିତି ଏଭଳି ଥିବା ବେଳେ ପ୍ରବଳ ଏବଂ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ୨୮ ତାରିଖ ପର୍ଯ୍ୟନ୍ତ ବିଭିନ୍ନ ଜିଲ୍ଲାକୁ ୟେଲୋ ଓ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି।
ଆସନ୍ତାକାଲି (୨୫ ତାରିଖ) ସକାଳ ସାଢ଼େ ୮ଟା ସୁଦ୍ଧା କୋରାପୁଟ, ନବରଙ୍ଗପୁର ଓ ନୂଆପଡ଼ା ଜିଲ୍ଲାର ଗୋଟିଏ ବା ଦୁଇଟି ସ୍ଥାନରେ ବିଜୁଳି, ଘଡ଼ଘଡ଼ି ଓ ଘଣ୍ଟାପ୍ରତି ୩୦ରୁ ୪୦ କିମି ବେଗରେ ପବନ ବହିବା ସହିତ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ଏହି ଜିଲ୍ଲାଗୁଡ଼ିକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି।
ସେହିପରି ଏହି ସମୟ ମଧ୍ୟରେ ମାଲକାନଗିରି, କନ୍ଧମାଳ, କଳାହାଣ୍ଡି, ରାୟଗଡ଼ା, ଗଞ୍ଜାମ, ଗଜପତି ଓ ବଲାଙ୍ଗିର ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବିଜୁଳି, ଘଡ଼ଘଡ଼ି ଓ ଘଣ୍ଟା ପ୍ରତି ୩୦ରୁ ୪୦ କିମି ବେଗରେ ପବନ ସହିତ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେଥିପାଇଁ ଏହି ଜିଲ୍ଲାଗୁଡ଼ିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
୨୫ ତାରିଖ ସକାଳ ସାଢ଼େ ୮ଟାରୁ ୨୬ ତାରିଖ ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ମାଲକାନଗିରି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବିଜୁଳି, ଘଡ଼ଘଡ଼ି ଓ ଘଣ୍ଟାପ୍ରତି ୪୦ରୁ ୫୦ କିମି ବେଗରେ ପବନ ବହିବା ସହିତ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ତେଣୁ ଏହି ଜିଲ୍ଲାକୁ ମାଲକାନଗିରି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି।
ସେହିପରି ଏହି ସମୟ ମଧ୍ୟରେ କୋରାପୁଟ, ନବରଙ୍ଗପୁର, ଗଜପତି ଓ ରାୟଗଡ଼ା ଜିଲ୍ଲାରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବିଜୁଳି, ଘଡ଼ଘଡ଼ି ଓ ପବନ ସହିତ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
୨୬ ତାରିଖ ସକାଳ ସାଢ଼େ ୮ଟାରୁ ୨୭ ତାରିଖ ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ କୋରାପୁଟ ଓ ରାୟଗଡ଼ା ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବିଜୁଳି,ଘଡ଼ଘଡ଼ି ଓ ପବନ ସହିତ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ତେଣୁ ଏହି ଜିଲ୍ଲାଗୁଡ଼ିକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି।
ଏହି ସମୟ ମଧ୍ୟରେ ଗଜପତି, ଗଞ୍ଜାମ, ପୁରୀ, ବାଲେଶ୍ୱର, ଖୋର୍ଦ୍ଧା, ମାଲକାନଗିରି, କଳାହାଣ୍ଡି ଓ କନ୍ଧମାଳ ଜିଲ୍ଲାର ଗୋଟିଏ ବା ଦୁଇଟି ସ୍ଥାନରେ ବିଜୁଳି, ଘଡ଼ଘଡ଼ି ଓ ଘଣ୍ଟା ପ୍ରତି ୪୦ରୁ ୫୦ କିମି ବେଗରେ ପବନ ସହିତ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେଥିପାଇଁ ଏହି ଜିଲ୍ଲାଗୁଡ଼ିକ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ମୟୂରଭଞ୍ଜ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବିଜୁଳି, ଘଡ଼ଘଡ଼ି ଓ ପବନ ହେବାର ସମ୍ଭାବନା ଥିବାରୁ ଏହି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
୨୭ ତାରିଖ ସକାଳ ସାଢ଼େ ୮ଟାରୁ ୨୮ ତାରିଖ ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ନବରଙ୍ଗପୁର ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବିଜୁଳି, ଘଡ଼ଘଡ଼ି, ପବନ ସହିତ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି।
ସେହିପରି ଏହି ସମୟ ମଧ୍ୟରେ ଗଜପତି, ଗଞ୍ଜାମ, ରାୟଗଡ଼ା, ମାଲକାନଗିରି ଓ କୋରାପୁଟ ଜିଲ୍ଲାର ଗୋଟିଏ ବା ଦୁଇଟି ସ୍ଥାନରେ ବିଜୁଳି, ଘଡ଼ଘଡ଼ି ଓ ପବନ ସହିତ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
