Advertisment

ଆଉ ଏକ ଲଘୁଚାପ: ଜାଣନ୍ତୁ, କେଉଁଠି ପ୍ରବଳ ଓ କେଉଁଠି ପ୍ରବଳରୁ ଅତିପ୍ରବଳ ବର୍ଷିପାରେ

୧୭ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାଗୁଡ଼ିକରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଓ ବଜ୍ରପାତ ସହିତ ଝଡ଼ବର୍ଷା ହେବାର ସମ୍ଭାବନା ରହିଛି।

author-image
Jitendra Garnayak
ଅଦ୍ୟତନ ହୋଇଛି
Rain

Rain

ଆଗାମୀ ୨୪ ଘଣ୍ଟା ମଧ୍ୟରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ପଶ୍ଚିମବଙ୍ଗ ଏବଂ ଓଡ଼ିଶା ସଂଲଗ୍ନ ଉପକୂଳ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ଆଜିଠାରୁ ଜୁଲାଇ ୧୭ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାଗୁଡ଼ିକରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଓ ବଜ୍ରପାତ ସହିତ ଝଡ଼ବର୍ଷା ହେବାର ସମ୍ଭାବନା ରହିଛି। ପାଣିପାଗ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।

Advertisment

ବର୍ଷା ନେଇ ଆସନ୍ତାକାଲି (ଜୁଲାଇ ୧୪) ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ମୟୂରଭଞ୍ଜ, କେନ୍ଦୁଝର ଓ ସୁନ୍ଦରଗଡ଼ ଜିଲ୍ଲାର ଗୋଟିଏ ବା ଦୁଇଟି ସ୍ଥାନରେ ଝଟକା ପବନ (ଘଣ୍ଟା ପ୍ରତି ୩୦ରୁ ୪୦ କିମି), ବଜ୍ରପାତ ସହିତ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେଥିପାଇଁ ଏହି ଜିଲ୍ଲାଗୁଡ଼ିକୁ ଅରେଞ୍ଜ ୱାର୍ଣ୍ଣିଂ (କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ପାଇଁ ପ୍ରସ୍ତୁତ ରୁହନ୍ତୁ) ଜାରି କରାଯାଇଛି।

ସେହିପରି ଏହି ସମୟ ମଧ୍ୟରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଅନୁଗୋଳ, ଢେଙ୍କାନାଳ, ଦେବଗଡ଼, କଟକ, ନୟାଗଡ଼, କଳାହାଣ୍ଡି, କୋରାପୁଟ, ରାୟଗଡ଼ା ଓ ସମ୍ବଲପୁର ଜିଲ୍ଲାର ଗୋଟିଏ ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ସହ ବଜ୍ରପାତ ଓ ଝଟକା ପବନ ହେବାର ସମ୍ଭାବନା ଥିବାରୁ ୟେଲୋ ୱାର୍ଣ୍ଣିଂ (ସତର୍କ ରୁହନ୍ତୁ) ଜାରି କରାଯାଇଛି।

Advertisment

ଜଗତସିଂହପୁର, ଝାରସୁଗୁଡ଼ା, ବରଗଡ଼, ପୁରୀ, ଖୋର୍ଦ୍ଧା, ଗଞ୍ଜାମ ଓ ଗଜପତି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଘଣ୍ଟାପ୍ରତି ୩୦ରୁ ୪୦ କିମି ବେଗରେ ଝଟକା ପବନ ବହିବା ସହିତ ବଜ୍ରପାତ ହେବାର ସମ୍ଭାବନା ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ଆସନ୍ତାକାଲି ସକାଳ ସାଢ଼େ ୮ଟାରୁ ୧୫ ତାରିଖ ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ସମ୍ବଲପୁର, ଝାରସୁଗୁଡ଼ା ଓ ବରଗଡ଼ ଜିଲ୍ଲାର ଜିଲ୍ଲାର ଗୋଟିଏ ବା ଦୁଇଟି ସ୍ଥାନରେ ଝଟକା ପବନ (ଘଣ୍ଟା ପ୍ରତି ୩୦ରୁ ୪୦ କିମି) ଓ ବଜ୍ରପାତ ସହିତ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେଥିପାଇଁ ଏହି ଜିଲ୍ଲାଗୁଡ଼ିକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି।

ଅନୁଗୋଳ, ଢେଙ୍କାନାଳ, କଟକ, ନୟାଗଡ଼, ବୌଦ୍ଧ, ସୋନପୁର, ଦେବଗଡ଼, ବଲାଙ୍ଗିର, କନ୍ଧମାଳ ଓ କଳାହାଣ୍ଡି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଝଟକା ପବନ (ଘଣ୍ଟାପ୍ରତି ୩୦ରୁ ୪୦ କିମି) ଓ ବଜ୍ରପାତ ସହିତ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ସେହିପରି ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ଗଞ୍ଜାମ ଓ ଗଜପତି ଜିଲ୍ଲାର ଗୋଟିଏ ବା ଦୁଇଟି ସ୍ଥାନରେ ଘଣ୍ଟାପ୍ରତି ୩୦ରୁ ୪୦ କିମି ବେଗରେ ଝଟକା ପବନ ପ୍ରବାହିତ ହେବା ସହିତ ବଜ୍ରପାତ ହେବାର ସମ୍ଭାବନା ରହିଛି। ସେଥିପାଇଁ ଏହି ଜିଲ୍ଲାଗୁଡ଼ିକୁ ମଧ୍ୟ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

୧୫ ତାରିଖ ସକାଳ ସାଢ଼େ ୮ଟାରୁ ୧୬ ତାରିଖ ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼ ଓ ସମ୍ବଲପୁର ଜିଲ୍ଲାର ଗୋଟିଏ ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ସହିତ ଘଣ୍ଟା ପ୍ରତି ୩୦ରୁ ୪୦ କିମି ବେଗରେ ଝଟକା ପବନ ହୋଇପାରେ ଓ ବିଜୁଳି ମାରିପାରେ। ସେଥିପାଇଁ ଏହି ଜିଲ୍ଲାଗୁଡ଼ିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ଏହି ସମୟ ମଧ୍ୟରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାର ଗୋଟିଏ ବା ଦୁଇଟି ସ୍ଥାନରେ ଝଟକା ପବନ (ଘଣ୍ଟାପ୍ରତି ୩୦ରୁ ୪୦ କିମି) ସହିତ ବଜ୍ରପାତ ହେବାର ସମ୍ଭାବନା ରହିଛି। ସେଥିପାଇଁ ଏହି ଜିଲ୍ଲାଗୁଡ଼ିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

୧୬ ତାରିଖ ସକାଳ ସାଢ଼େ ୮ଟାରୁ ୧୭ ତାରିଖ ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ସୁନ୍ଦରଗଡ଼, ଝାରସୁଗୁଡ଼ା ଓ ସମ୍ବଲପୁର ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଘଣ୍ଟାପ୍ରତି ୩୦ରୁ ୪୦ କିମି ବେଗରେ ଝଟକା ପବନ ହେବା ସହିତ ବିଜୁଳି ମାରିପାରେ ଓ ପ୍ରବଳ ବର୍ଷା ହୋଇପାରେ। ସେଥିପାଇଁ ଏହି ଜିଲ୍ଲାଗୁଡ଼ିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଘଣ୍ଟାପ୍ରତି ୩୦ରୁ ୪୦ କିମି ବେଗରେ ଝଟକା ପବନ ବହିବା ସହିତ ବଜ୍ରପାତ ହେବାର ସମ୍ଭାବନା ରହିଛି। ସେଥିପାଇଁ ଏହି ଜିଲ୍ଲାଗୁଡ଼ିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

୧୭ ତାରିଖ ସକାଳ ସାଢ଼େ ୮ଟାରୁ ୧୮ ତାରିଖ ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ମୟୂରଭଞ୍ଜ, କେନ୍ଦୁଝର ଓ ସୁନ୍ଦରଗଡ଼ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଝଟକା ପବନ ଓ ବଜ୍ରପାତ ସହିତ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୋଳ ଓ ଢେଙ୍କାନାଳ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଝଟକା ପବନ (ଘଣ୍ଟାପ୍ରତି ୩୦ରୁ ୪୦ କିମି) ସହିତ ବଜ୍ରପାତ ହେବାର ସମ୍ଭାବନା ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।