Advertisment

ସମ୍ଭାବ୍ୟ ବାତ୍ୟାକୁ ନେଇ ବଢ଼ିଲା ଚିନ୍ତା, ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ

ସମ୍ଭାବ୍ୟ ବାତ୍ୟା ‘ଦାନା’କୁ ନେଇ ସତର୍କ ରହିଛନ୍ତି ରାଜ୍ୟ ସରକାର। ଯୁଦ୍ଧକାଳୀନ ଭିତ୍ତିରେ ଆରମ୍ଭ କରି ଦେଇଛନ୍ତି ପୂର୍ବ ପ୍ରସ୍ତୁତି। ଏହାକୁ ନେଇ ଘନ ଘନ ବୈଠକ ଅନୁଷ୍ଠିତ ହେଉଥିବା ବେଳେ ଆଜି ବାତ୍ୟା ସ୍ଥିତିର ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ।

ଅଦ୍ୟତନ ହୋଇଛି
CM Mohan Majhi

CM Mohan Majhi

Advertisment

ସମ୍ଭାବ୍ୟ ବାତ୍ୟା ‘ଦାନା’କୁ ନେଇ ସତର୍କ ରହିଛନ୍ତି ରାଜ୍ୟ ସରକାର। ଯୁଦ୍ଧକାଳୀନ ଭିତ୍ତିରେ ଆରମ୍ଭ କରି ଦେଇଛନ୍ତି ପୂର୍ବ ପ୍ରସ୍ତୁତି। ଏହାକୁ ନେଇ ଘନ ଘନ ବୈଠକ ଅନୁଷ୍ଠିତ ହେଉଥିବା ବେଳେ ଆଜି ବାତ୍ୟା ସ୍ଥିତିର ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ।

Advertisment

ଆଜି ଅପରାହ୍ନ ୪ଟାରେ ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ସମ୍ଭାବ୍ୟ ବାତ୍ୟା ମୁକାବିଲାର ସମୀକ୍ଷା କରିବେ । ଏହି ବୈଠକରେ ରାଜସ୍ୱ ମନ୍ତ୍ରୀ, ମୁଖ୍ୟ ସଚିବ, SRC ପ୍ରମୁଖ ଉପସ୍ଥିତ ରହିବେ । ଏହା ପୂର୍ବରୁ ବାତ୍ୟା ମୁକାବିଲା ନିମନ୍ତେ ପ୍ରସ୍ତୁତି ରିପୋର୍ଟକୁ SRCଙ୍କ ନିକଟରେ ଦାଖଲ କରିବାକୁ ପ୍ରଭାବିତ ହେବାକୁ ଥିବା ଜିଲ୍ଲାର ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ଏଥିସହ ଏହି ଜିଲ୍ଲାପାଳମାନେ ବୈଠକ ସମୟରେ ଭିଡିଓ କନଫରେନ୍ସିଂରେ ଉପସ୍ଥିତ ରହିବେ। 

ସମ୍ଭାବ୍ୟ ବାତ୍ୟା ର ମୁକାବିଲା ନିମନ୍ତେ ଆଜି ପୂର୍ବାହ୍ନ ୧୧ଟାରେ ମୁଖ୍ୟ ସଚିବ ଜରୁରୀ ବୈଠକ ଡାକିଥିଲେ। SRCଙ୍କ କାର୍ଯ୍ୟାଳୟରେ ଏହି ବୈଠକ ଅନୁଷ୍ଠିତ ହୋଇଥିବା ବେଳେ ଏଥିରେ SRC ଓ ଅନ୍ୟ ବରିଷ୍ଠ ଅଧିକାରୀ ଉପସ୍ଥିତ ରହିଥିଲେ। ଏହାପରେ ଅପରାହ୍ନରେ ମୁଖ୍ୟମନ୍ତ୍ରୀ ବାତ୍ୟା ସ୍ଥିତିର ସମୀକ୍ଷା କରିବେ ବୋଲି ଜଣାଯାଇଛି। ସମ୍ଭାବ୍ୟ ବାତ୍ୟା ଲ୍ୟାଣ୍ଡଫଲ୍‌ କଲେ ଜିରୋ କାଜୁଆଲଟି ସାଙ୍ଗକୁ କିପରି କ୍ଷୟକ୍ଷତିକୁ କମ୍‌ କରିହେବ ତା’ ଉପରେ ଗୁରୁତ୍ୱ ଦିଆଯାଉଛି।  

Advertisment

ଆଜି ସକାଳେ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଆସନ୍ତାକାଲି ଏହା ଅଧିକ ଘନୀଭୂତ ହୋଇ ଅବପାତରେ ପରିଣତ ହେବ। ୨୩ ତାରିଖରେ ଏହା ବାତ୍ୟାର ରୂପ ନେବ। ୨୪ ତାରିଖ ସକାଳେ ସମ୍ଭାବ୍ୟ ବାତ୍ୟା ଟି ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳ ଅତିକ୍ରମ କରିବାର ସମ୍ଭାବନା ରହିଛି।  

ସମ୍ଭାବ୍ୟ ବାତ୍ୟା ପ୍ରଭାବରେ ଆସନ୍ତା ୨୩ରୁ ରାଜ୍ୟରେ ପ୍ରବଳ ବର୍ଷା ହେବ। ୨୩ରୁ ୨୫ ତାରିଖ ପର୍ଯ୍ୟନ୍ତ ୩ ଦିନ ଧରି ଅଧିକାଂଶ ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। 

ସମ୍ଭାବ୍ୟ ବାତ୍ୟାର ମୁକାବିଲା ନେଇ ନିର୍ଦ୍ଦେଶନାମା ଜାରି କରିଛନ୍ତି  CMC ମେୟର। ଏହି ସମୟରେ CMCର ଅଧିକାରୀ ମୁଖ୍ୟାଳୟ ଛାଡ଼ିପାରିବେନି ବୋଲି ନିର୍ଦ୍ଦେଶ ଦେଇଛନ୍ତି ମେୟର ସୁବାସ ସିଂହ ।

ଏହା ପୂର୍ବରୁ ମୁକାବିଲା ନିମନ୍ତେ ପ୍ରସ୍ତୁତି ଆରମ୍ଭ ହୋଇ ଯାଇଥିବା ବେଳେ ୭୯ ବସ୍ତିରୁ ଲୋକଙ୍କୁ ନିରାପଦ ସ୍ଥାନକୁ ନିଆଯିବାକୁ ବ୍ୟବସ୍ଥା ହେଉଛି ବୋଲି କହିଛନ୍ତି । ତଳିଆ ଅଞ୍ଚଳ ପାଇଁ ପମ୍ପସେଟ୍‌ ପ୍ରସ୍ତୁତ ରଖିବାକୁ ସେ ଅଧିକାରୀମାନଙ୍କୁ କହିଥିବା ବେଳେ ‘କର୍ତ୍ତବ୍ୟରେ ଅବହେଳା କଲେ କାର୍ଯ୍ୟାନୁଷ୍ଠାନ ହେବ ବୋଲି ଚେତାବନୀ ଦେଇଛନ୍ତି।  

Heavy Rain CM Mohan Majhi Cyclone Update Weather Report
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe