Advertisment

ସମ୍ଭାବ୍ୟ ବାତ୍ୟାର ପ୍ରଭାବ: ଭିଜିଲା ଉପକୂଳ ଓଡ଼ିଶା,୨୭ ପର୍ଯ୍ୟନ୍ତ ରାଜ୍ୟର କେଉଁ ସବୁ ସ୍ଥାନରେ ବର୍ଷା ହୋଇପାରେ ଜାଣନ୍ତୁ

ଭୁବନେଶ୍ୱର ସ୍ଥିତ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଦିଆଯାଇଥିବା ସୂଚନା ଅନୁଯାୟୀ, ବଙ୍ଗୋପସାଗରର ସୃଷ୍ଟି ହୋଇଥିବା ଗଭୀର ଅବପାତଟି ଆଗାମୀ ୬ ଘଣ୍ଟାରେ ଆହୁରି ଘନୀଭୂତ ହୋଇ ବାତ୍ୟାର ରୂପ ନେବ।

author-image
Jitendra Garnayak
ଅଦ୍ୟତନ ହୋଇଛି
Cyclone

Cyclone

ଆଜି ମହାମାୟାଙ୍କ ମହାନବମୀ ପୂଜା ଚାଲିଥିବା ବେଳେ ରାଜ୍ୟର କିଛି ସ୍ଥାନରେ ବର୍ଷା ହୋଇଛି। ବଙ୍ଗୋପସାଗରରେ ସୃଷ୍ଟି ଗଭୀର ଅବପାତ ବାତ୍ୟାର ରୂପ ନେବାର ସମ୍ଭାବନା ଥିବା ବେଳେ ତା’ ପ୍ରଭାବରେ ଉପକୂଳ ଓଡ଼ିଶାର କିଛି ସ୍ଥାନରେ ହାଲୁକା ବର୍ଷା ହୋଇଛି। ଅସ୍ତରଙ୍ଗ, କେନ୍ଦ୍ରାପଡ଼ା, ପୁରୀ, ଚାନ୍ଦବାଲି ଓ ପାରାଦୀପରେ ହାଲୁକା ବର୍ଷା ହୋଇଛି। ପାରାଦୀପରେ କିଛି ସମୟ ପାଇଁ ଜୋରରେ ମଧ୍ୟ ବର୍ଷା ହୋଇଥିଲା।

Advertisment

ଭୁବନେଶ୍ୱର ସ୍ଥିତ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଦିଆଯାଇଥିବା ସୂଚନା ଅନୁଯାୟୀ, ବଙ୍ଗୋପସାଗରର ସୃଷ୍ଟି ହୋଇଥିବା ଗଭୀର ଅବପାତଟି ଆଗାମୀ ୬ ଘଣ୍ଟାରେ ଆହୁରି ଘନୀଭୂତ ହୋଇ ବାତ୍ୟାର ରୂପ ନେବ। ଗତ ୬ ଘଣ୍ଟାରେ ଘଣ୍ଟା ପ୍ରତି ୧୩ କିମି ବେଗରେ ଉତ୍ତରପୂର୍ବ ଆଡ଼କୁ ଗତି କରୁଛି ଗଭୀର ଅବପାତ। ଏହା ବର୍ତ୍ତମାନ ପାରାଦୀପଠାରୁ ଦକ୍ଷିଣରେ ୩୬୦ କିମି ଦୂରରେ କେନ୍ଦ୍ରୀଭୂତ ହୋଇଛି।

Advertisment

ତା’ପରେ ଏହା ଉତ୍ତର-ଉତ୍ତରପୂର୍ବକୁ ଗତି କରି ଆସନ୍ତା ୨୫ ତାରିଖ ସନ୍ଧ୍ୟାରେ ଖେପୁପଡ଼ା ଓ ଚିଟ୍ଟାଗଙ୍ଗ ମଧ୍ୟରେ ବାଂଲାଦେଶ ଉପକୂଳକୁ ଗଭୀର ଅବପାତର ରୂପ ନେଇ ଅତିକ୍ରମ କରିବାର ସମ୍ଭାବନା ରହିଛି।

ଓଡ଼ିଶାକୁ ବାତ୍ୟା ଭୟ ନାହିଁ, କିନ୍ତୁ ବର୍ଷା ହେବ। ଉପକୂଳ ଓ ଉତ୍ତର ଓଡ଼ିଶାରେ ହାଲୁକା ବର୍ଷା ହେବ ବୋଲି କହିଛନ୍ତି ଭୁବନେଶ୍ୱର ପାଣିପାଗ କେନ୍ଦ୍ରର ବିଜ୍ଞାନୀ ଉମାଶଙ୍କର ଦାଶ। ସେ କହିଛନ୍ତି, ଓଡ଼ିଶାରେ ସମ୍ଭାବ୍ୟ ବାତ୍ୟା ‘ହମୁନ’ର କୌଣସି ପ୍ରଭାବ ପଡ଼ିବ ନାହିଁ। ସ୍ଥଳଭାଗରେ ବି ପବନ ହେବନି। କେବଳ ସମୁଦ୍ର ଭିତରେ ୫୦ରୁ ୬୦ କିଲୋମିଟର ବେଗରେ ପବନ ବହିପାରେ। 

ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଏହି ସ୍ଥିତିର ପ୍ରଭାବରେ ଉପକୂଳ ଓଡ଼ିଶାର କିଛି ସ୍ଥାନ ସହିତ କେନ୍ଦୁଝର, ମୟୂରଭଞ୍ଜ, ଅନୁଗୋଳ, ଢେଙ୍କାନାଳ, ବୌଦ୍ଧ, କନ୍ଧମାଳ, ରାୟଗଡ଼ା, କୋରାପୁଟ ଓ ମାଲକାନଗିରି ଆଦି ଜିଲ୍ଲାର ଗୋଟିଏରୁ ଦୁଇଟି ସ୍ଥାନରେ ଆସନ୍ତାକାଲି ସକାଳ ସାଢ଼େ ୮ଟା ମଧ୍ୟରେ ହାଲୁକାର ମଧ୍ୟମ ଧରଣର ବର୍ଷା ହୋଇପାରେ। ବାକି ସବୁ ଅଞ୍ଚଳରେ ପାଗ ଶୁଖିଲା ରହିପାରେ ବୋଲି ଭୁବନେଶ୍ୱର ସ୍ଥିତ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି କରାଯାଇଥିବା ସ୍ପେଶାଲ ବୁଲେଟିନ୍‌ରେ କୁହାଯାଇଛି।

ସେହିଭଳି ଆସନ୍ତାକାଲି ସକାଳ ସାଢ଼େ ୮ଟାରୁ ୨୫ ତାରିଖ ସକାଳ ସାଢ଼େ ୮ଟା ମଧ୍ୟରେ ଉତ୍ତର ଉପକୂଳ ଓଡ଼ିଶାର ଅନେକ ସ୍ଥାନରେ ତଥା ଦକ୍ଷିଣ ଉପକୂଳ ଓଡ଼ିଶାର ଅଳ୍ପ କିଛି ସ୍ଥାନରେ ହାଲୁକାର ମଧ୍ୟମ ଧରଣର ବର୍ଷା ହୋଇପାରେ। ରାଜ୍ୟର ବାକି ସମସ୍ତ ଅଞ୍ଚଳର ଗୋଟିଏ ବା ଦୁଇଟି ସ୍ଥାନରେ ମଧ୍ୟ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ।

୨୫ ତାରିଖ ସକାଳ ସାଢ଼େ ୮ଟାରୁ ୨୬ ତାରିଖ ସକାଳ ସାଢ଼େ ପର୍ଯ୍ୟନ୍ତ ଉପକୂଳ ଓଡ଼ିଶାର ଜିଲ୍ଲା ଗୁଡ଼ିକ ସହିତ କେନ୍ଦୁଝର, ମୟୂରଭଞ୍ଜ, ଢେଙ୍କାନାଳର ଅଳ୍ପ କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। ସେହିପରି ରାଜ୍ୟର ବାକି ସବୁ ଜିଲ୍ଲାର ଗୋଟିଏରୁ ଦୁଇଟି ସ୍ଥାନରେ ମଧ୍ୟ ହାଲୁକାରୁ ମଧ୍ୟମ ଧରଣରୁ ବର୍ଷା ହୋଇପାରେ।

୨୬ ତାରିଖ ସକାଳ ସାଢ଼େ ୮ଟାରୁ ୨୭ ତାରିଖ ସକାଳ ସାଢ଼େ ୮ଟା ମଧ୍ୟରେ ମୟୂରଭଞ୍ଜ, ବାଲେଶ୍ୱର ଓ ଭଦ୍ରକ ଜିଲ୍ଲାର ଗୋଟିଏରୁ ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। ବାକି ସବୁ ସ୍ଥାନରେ ପାଗ ଶୁଖିଲା ରହିପାରେ ବୋଲି ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି।

ସମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ରାଜ୍ୟର ସମସ୍ତ ସାମୁଦ୍ରିକ ବନ୍ଦର- ଗୋପାଳପୁର, ପୁରୀ (ସିଗ୍ନାଲ ପୋର୍ଟ), ପାରାଦୀପ ଓ ଧାମରା ପାଇଁ ବିପଦ ସଙ୍କେତ ୩ ଜାରି କରାଯାଇଛି। ସମ୍ଭାବ୍ୟ ବାତ୍ୟାକୁ ନେଇ ସବୁ ଜିଲ୍ଲାପାଳଙ୍କୁ SRCଙ୍କ ପକ୍ଷରୁ ସତର୍କ କରାଯାଇଛି। କୃଷି ଓ ଜଳସମ୍ପଦ ବିଭାଗ ସଚିବଙ୍କୁ ମଧ୍ୟ ସତର୍କ କରାଯାଇଛି। ପୌରାଞ୍ଚଳ ପ୍ରଶାସକଙ୍କୁ ମଧ୍ୟ ସତର୍କ ରହିବା ପାଇଁ ଚିଠି ଲେଖାଯାଇଛି। ସବୁ RDC ଓ ଅଗ୍ନିଶମ ବିଭାଗ ପାଇଁ ମଧ୍ୟ ସତର୍କ ସୂଚନା ଜାରି କରାଯାଇଛି। କିଛି କ୍ଷୟକ୍ଷତି ଘଟିଲେ ତୁରନ୍ତ ପଦକ୍ଷେପ ଗ୍ରହଣ କରିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି।

Weather Report Cyclone Update Weather Weather Update Weather News