Advertisment

‘ବାତ୍ୟା ‘ଦାନା’ ର ଗତିପଥ ସମାନ ରହିବ, ଲ୍ୟାଣ୍ଡଫଲ୍‌ ପରେ ସାମାନ୍ୟ ରିକର୍ଭ କରିପାରେ’

ଆଇଏମଡିର ପୂର୍ବ ଆକଳନ ଅନୁସାରେ ମାଡ଼ି ଆସୁଛି ବାତ୍ୟା ‘ଦାନା’ । IMD ପୂର୍ବାନୁମାନ କରିଥିବା ସ୍ଥାନରେ ସ୍ଥଳଭାଗ ଛୁଇଁବ ବାତ୍ୟା । ମାତ୍ର ଲ୍ୟାଣ୍ଡଫଲ୍ ପରେ ଗତିପଥରେ ସାମାନ୍ୟ ରିକର୍ଭ କରିପାରେ ।

ଅଦ୍ୟତନ ହୋଇଛି
Manorama Mohanty

Manorama Mohanty

Advertisment

ଓଡ଼ିଶା ଉପକୂଳକୁ ମାଡ଼ି ଆସୁଛି ବାତ୍ୟା ଦାନା। ଭୀଷଣ ରୂପ ଧାରଣ କରି ସମୁଦ୍ରରୁ ସ୍ଥଳଭାଗ ମୁହାଁ ହୋଇଛି ସାମୁଦ୍ରିକ ଝଡ଼। ଆଜି ରାତିରୁ ଆସନ୍ତାକାଲି ସକାଳ ଭିତରେ ଭିତରକନିକା ଓ ଧାମରା ମଧ୍ୟରେ ତାହା ଲ୍ୟାଣ୍ଡଫଲ୍‌ କରିବ । ମାତ୍ର ଲ୍ୟାଣ୍ଡଫଲ୍ ପରେ ଏହାର ଗତିପଥ ସାମାନ୍ୟ ରିକର୍ଭ ହୋଇପାରେ। ଆଜି ଏପରି ସୂଚନା ଦେଇଛନ୍ତି ଆଞ୍ଚଳିକ ପାଣିପାଗ ବିଭାଗ ନିର୍ଦ୍ଦେଶିକା ମନୋରମା ମହାନ୍ତି।

Advertisment

 ଗଣମାଧ୍ୟମ ପ୍ରତିନିଧିଙ୍କ ସହ ଆଲୋଚନା ବେଳେ ମନୋରମା ମହାନ୍ତି କହିଛନ୍ତି, ସିଭିୟର ସାଇକ୍ଲୋନିକ୍ ଷ୍ଟର୍ମ ‘ଦାନା’ ଏବେ ପାରାଦୀପଠାରୁ ୨୬୦ କିଲୋମିଟର ଦକ୍ଷିଣ ପୂର୍ବ ଓ ଧାମରାରୁ ୨୯୦ କିଲୋମିଟର ଦକ୍ଷିଣ-ଦକ୍ଷିଣ ପୂର୍ବ ଦିଗରେ, ସାଗର ଦ୍ୱୀପଠାରୁ ୩୫୦ ଦକ୍ଷିଣ-ଦକ୍ଷିଣ ପୂର୍ବ ଦିଗରେ ରହିଛି। ଏହା ବର୍ତ୍ତମାନ ଉତ୍ତର- ପଶ୍ଚିମ ଦିଗକୁ ଗତି କରୁଛି। ଗତ ୬ ଘଣ୍ଟା ଧରି ବାତ୍ୟା ଉତ୍ତର- ଉତ୍ତରପଶ୍ଚିମ ଦିଗରେ ଘଣ୍ଟାପ୍ରତି ୧୫ କିଲୋମିଟର ବେଗରେ ଗତି କରୁଛି।

ସେ କହିଛନ୍ତି, ବାତ୍ୟାର ଗତିପଥ ଯାହା ଥିଲା, ତାହା ରହିଛି। ବାତ୍ୟା ‘ଦାନା’  ଅତି ଭୀଷଣ ରୂପ ନେଇ ଆଜି ରାତିରୁ ଆସନ୍ତାକାଲି ସକାଳ ମଧ୍ୟରେ  ଭିତରକନିଆ ଓ ଧାମରା ପାଖାପାଖି  ଅତିକ୍ରମ କରିବ । ଲ୍ୟାଣ୍ଡଫଲ୍‌ ପରେ ଏହା ସାମାନ୍ୟ ପଶ୍ଚିମ ପଶ୍ଚିମ ଦକ୍ଷିଣ ଦିଗକୁ ରିକର୍ଭ କରିପାରେ ବୋଲି ସୂଚନା ଦେଇଛନ୍ତି ଆଞ୍ଚଳିକ ପାଣିପାଗ କେନ୍ଦ୍ରର ନିର୍ଦ୍ଦେଶିକା ।

Advertisment

ଲ୍ୟାଣ୍ଡଫଲ୍ ବେଳେ ବାଲେଶ୍ୱର, ଭଦ୍ରକ ଓ କେନ୍ଦ୍ରାପଡ଼ା ଜିଲ୍ଲାରେ ପବନର ବେଗ ଘଣ୍ଟାପ୍ରତି ୧୦୦ରୁ ୧୨୦ କିଲୋମିଟର ରହିପାରେ ବୋଲି ଆକଳନ କରାଯାଇଛି। ତା’ସହ ସମୁଦ୍ରରେ ଉଚ୍ଚ ଜୁଆର ଆସିବା ସହ ଗଛ, ବିଦ୍ୟୁତ୍ ଖୁଣ୍ଟ ଓ କଚା ଘରକୁ ବାତ୍ୟା ବିପଦ ପହଞ୍ଚାଇବାର ଆଶଙ୍କା ରହିଛି।  ଏହା ପ୍ରଭାବରେ ଆସନ୍ତା ୨ ଦିନ ପର୍ଯ୍ୟନ୍ତ ବିଭିନ୍ନ ସ୍ଥାନର ପ୍ରବଳ ବର୍ଷା ହେବ । 

ଆସନ୍ତା ୨୪ ଘଣ୍ଟା ପର୍ଯ୍ୟନ୍ତ ମୟୂରଭଞ୍ଜ, କେନ୍ଦ୍ରାପଡ଼ା, ବାଲେଶ୍ୱର,  ଭଦ୍ରକ ଯାଜପୁର, କଟକ ଜିଲ୍ଲାରେ ପ୍ରବଳ ବର୍ଷା ହେବ । ଏହି ସବୁ ଜିଲ୍ଲାକୁ ରେଡ ଆଲର୍ଟ ଜାରି କରାଯାଇଛି।  ପୁରୀ, ଖୋର୍ଦ୍ଧା, ନୟାଗଡ଼, ଢେଙ୍କାନାଳ, କେନ୍ଦୁଝରର ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି।  ସୁନ୍ଦରଗଡ଼, ଦେଓଗଡ଼, ଅନୁଗୁଳ, ବୌଦ୍ଧ, କନ୍ଧମାଳ,ଗଞ୍ଜାମ, ଝାରସୁଗୁଡ଼ା ଏବଂ ସମ୍ବଲପୁର  ଜିଲ୍ଲା ପାଇଁ  ୟେଲୋ ଆଲର୍ଟ ଜାରି କରାଯାଇଛି।

ଆସନ୍ତାକାଲି ପାଇଁ ମୟୂରଭଞ୍ଜ, କେନ୍ଦୁଝର, ଭଦ୍ରକ ବାଲେଶ୍ୱର ପାଇଁ ରେଡ ଆଲର୍ଟ ଜାରି କରାଯାଇଛି। ଜଗତସିଂହପୁର, କେନ୍ଦ୍ରାପଡ଼ା, କଟକ, ଯାଜପୁର, ଢେଙ୍କାନାଳ, ଅନୁଗୁଳ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି।  ପୁରୀ, ଖୋର୍ଦ୍ଧା, ଦେଓଗଡ଼, ସମ୍ବଲପୁର, ଝାରସୁଗୁଡ଼ା, ସୁନ୍ଦରଗଡ଼, ନୟାଗଡ଼ ଓ ବୌଦ୍ଧ ଜିଲ୍ଲା ପାଇଁ ୟେଲୋ ଆଲର୍ଟ ଜାରି କରାଯାଇଛି।  ୨୬ ତାରିଖରେ  ମାଲକାନଗିରି,  କୋରାପୁଟ, କଳାହାଣ୍ଡି, ରାୟଗଡ଼ା ଓ ନବରଙ୍ଗପୁର ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି।

Cyclone Update Cyclone Dana
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe