ଆଜି ସକାଳେ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଆସନ୍ତାକାଲି ଏହା ଅଧିକ ଘନୀଭୂତ ହୋଇ ଅବପାତରେ ପରିଣତ ହେବ। ୨୩ ତାରିଖରେ ଏହା ବାତ୍ୟାର ରୂପ ନେବ। ୨୪ ତାରିଖ ସକାଳେ ସମ୍ଭାବ୍ୟ ବାତ୍ୟାଟି ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳ ଅତିକ୍ରମ କରିବାର ସମ୍ଭାବନା ରହିଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗର ନିର୍ଦ୍ଦେଶିକା ମନୋରମା ମହାନ୍ତି ଏହି ସୂଚନା ଦେଇଛନ୍ତି ।