Advertisment

ଉତ୍ତର ଓଡ଼ିଶାରେ ହିଟ୍‌ କରିବ ସମ୍ଭାବ୍ୟ ବାତ୍ୟା ‘ଦାନା’ !

୨୪ ତାରିଖ ରାତି କିମ୍ବା ୨୫ ସକାଳ ସୁଦ୍ଧା ସିଭିୟର ସାଇକ୍ଲୋନିକ ଷ୍ଟର୍ମ ବା ଭୀଷଣ ବାତ୍ୟା ଭାବରେ ପୁରୀ ଓ ସାଗର ଦ୍ୱୀପ ମଧ୍ୟରେ ଉପକୂଳ ଛୁଇଁପାରେ।

ଅଦ୍ୟତନ ହୋଇଛି
cyclone

cyclone

Advertisment

ସମ୍ଭାବ୍ୟ ବାତ୍ୟା ‘ଦାନା’ ଉତ୍ତର ଓଡ଼ିଶାରେ ହିଟ୍‌ କରିପାରେ। ୨୪ ତାରିଖ ରାତି କିମ୍ବା ୨୫ ସକାଳ ସୁଦ୍ଧା ସିଭିୟର ସାଇକ୍ଲୋନିକ ଷ୍ଟର୍ମ ବା ଭୀଷଣ ବାତ୍ୟା ଭାବରେ ପୁରୀ ଓ ସାଗର ଦ୍ୱୀପ ମଧ୍ୟରେ ଉପକୂଳ ଛୁଇଁପାରେ। ଭାରତୀୟ ପାଣିପାଗ ବିଭାଗ ( ଆଇଏମଡି) ପକ୍ଷରୁ ଆଜି ଏହି ସୂଚନା ଦିଆଯାଇଛି।

Advertisment

ଆଇଏମଡିର ସୂଚନା ଅନୁସାରେ, ସମ୍ଭାବ୍ୟ ବାତ୍ୟା ‘ଦାନା’ ଉପକୂଳ ଛୁଇଁବା ସମୟରେ ପବନର ବେଗ ୧୦୦ରୁ ୧୨୦ ଭିତରେ ରହିବ। ଏହା ପ୍ରଭାବରେ ଆସନ୍ତା ୨୩ ତାରିଖରୁ ରାଜ୍ୟରେ ପ୍ରବଳ ବର୍ଷା ହେବ। ୨୩, ୨୪, ୨୫ ତାରିଖ ୩ ଦିନ ଅଧିକାଂଶ ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। କିଛି ଜିଲ୍ଲାରେ ୨୦ରୁ ୩୦ ସେମି ବର୍ଷା ହେବାର ସମ୍ଭାବନା ରହିଛି। ଗୋଟିଏ ଦୁଇଟି ସ୍ଥାନରେ ୩୦ସେମିରୁ ଅଧିକ ବର୍ଷା ହେବାର ସମ୍ଭାବନା ରହିଛି। ଜଗତସିଂହପୁର, ପୁରୀ ଓ ଗଞ୍ଜାମ ଜିଲ୍ଲାରେ ଅଧିକ ବର୍ଷା ହେବ। ଏହି ୩ ଜିଲ୍ଲାରେ ପବନ ଯୋଗୁ ଗଛ ଉପୁଡ଼ିବା ସହ ତଳିଆ ଅଞ୍ଚଳରେ ପାଣି ଜମିବାର ସମ୍ଭାବନା ରହିଛି।

ଏହି ସମୟରେ ସମୁଦ୍ର ଅଶାନ୍ତ ରହିବ। ଏଥିପାଇଁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ଯିବାକୁ ବାରଣ କରାଯାଇଛି ଓ ଏଥିସହ ସମୁଦ୍ରରେ ଥିବା ମତ୍ସ୍ୟଜୀବୀଙ୍କୁ ଫେରିଆସିବାକୁ ଚେତାବନୀ ଜାରି ଜାରି ଯାଇଛି

Advertisment

ସୂଚନନାଯୋଗ୍ୟ, ଆଜି ସକାଳେ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଆସନ୍ତାକାଲି ଏହା ଅଧିକ ଘନୀଭୂତ ହୋଇ ଅବପାତରେ ପରିଣତ ହେବ। ୨୩ ତାରିଖରେ ଏହା ବାତ୍ୟାର ରୂପ ନେବ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ।

Heavy Rain Weather Report Cyclone
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe