Advertisment

ଭିତରକନିକା-ଧାମରା ମଧ୍ୟରେ ଲ୍ୟାଣ୍ଡଫଲ୍‌ କରିବ ବାତ୍ୟା ‘ଦାନା’! ମାଡ଼ି ଆସିବ ଉଚ୍ଚ ଜୁଆର

୨୪ ତାରିଖ ରାତି କିମ୍ବା ୨୫ ତାରିଖ ସକାଳେ ଭିତରକନିକା-ଧାମରା ମଧ୍ୟରେ ବାତ୍ୟା ଲ୍ୟାଣ୍ଡଫଲ୍‌ କରିବାର ସମ୍ଭାବନା ରହିଛି।

ଅଦ୍ୟତନ ହୋଇଛି
Umashankar Dash

Umashankar Dash

Advertisment

ମାଡ଼ି ଆସୁଛି ବାତ୍ୟା ‘ଦାନା ’। ଆସନ୍ତାକାଲି ଭୀଷଣ ବାତ୍ୟାର ରୂପ ନେଇ ୨୪ ତାରିଖ ରାତି କିମ୍ବା ୨୫ ତାରିଖ ସକାଳେ ଭିତରକନିକା-ଧାମରା ମଧ୍ୟରେ ସ୍ଥଳର ଭାଗ ଛୁଇଁବାର ସମ୍ଭାବନା ରହିଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ରର ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାଶ ଏହି ସୂଚନା ଦେଇଛନ୍ତି।

Advertisment

ଶ୍ରୀ ଦାଶ କହିଛନ୍ତି, ବାତ୍ୟା ‘ଦାନା ’ ୧୫ କି.ମି ବେଗରେ ଉତ୍ତର ପଶ୍ଚିମ ଦିଗରେ ଗତି କରୁଛି। ପାରାଦୀପଠୁ ୫୨୦ ଓ ସାଗର ଦ୍ୱୀପଠାରୁ ୬୦୦ କିମି ଦୂରରେ ରହିଛି। ୨୪ ତାରିଖ ରାତି କିମ୍ବା ୨୫ ତାରିଖ ସକାଳେ ଭିତରକନିକା-ଧାମରା ମଧ୍ୟରେ ବାତ୍ୟା ଲ୍ୟାଣ୍ଡଫଲ୍‌ କରିବାର ସମ୍ଭାବନା ରହିଛି।ବାତ୍ୟା ସ୍ଥଳଭାଗ ଛୁଇଁବା ସମୟରେ ୨ରୁ ୩ ମିଟର ଉଚ୍ଚର ଜୁଆର ମାଡ଼ି ଆସିବାର ସମ୍ଭାବନା ରହିଛି।

ଉମାଶଙ୍କର ଦାଶ ଆହୁରି କହିଛନ୍ତି, ୨୪ ଓ ୨୫ ତାରିଖରେ ବାତ୍ୟାର ପ୍ରଭାବ ଅଧିକ ରହିବ। ୨୪ ତାରିଖରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ। ଆଜି ସନ୍ଧ୍ୟାଠୁ ଉପକୂଳ ଓଡ଼ିଶାରେ ବର୍ଷା ଆରମ୍ଭ ହୋଇଯିବ। ବାଲେଶ୍ୱର, ଯାଜପୁର, ଭଦ୍ରକ, କେନ୍ଦ୍ରାପଡ଼ା,କଟକ, ପୁରୀ, ଗଞ୍ଜାମ ଓ ମୂୟରଭଞ୍ଜ ଜିଲ୍ଲାରେ ପ୍ରବଳ ବର୍ଷା ହେବ। ଏହି ସବୁ ଜିଲ୍ଲାର କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

Advertisment

ଆସନ୍ତାକାଲି ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ,ବାଲେଶ୍ୱର ଓ ମୟୂରଭଞ୍ଜ ଜିଲ୍ଲାର କିଛି କିଛି ସ୍ଥାନରେ ୭ରୁ ୨୦ ସେମି ବର୍ଷା ହେବାର ସମ୍ଭାବନା ରହିଛି। ଆଉ କିଛି ସ୍ଥାନରେ ୨୦ରୁ ସେମିରୁ ଅଧିକ ବର୍ଷା ହେବାର ସମ୍ଭାବନା ରହିଛି। ଏଥିପାଇଁ ଏହି ସବୁ ଜିଲ୍ଲା ଗୁଡ଼ିକୁ ରେଡ୍ ୱାର୍ଣ୍ଣିଂ ଜାରି କରାଯାଇଛି। କେନ୍ଦୁଝର,ଢେଙ୍କାନାଳ, କଟକ ଓ ଖୋର୍ଦ୍ଧା ଜିଲ୍ଲାର ଗୋଟିରୁ ଦୁଇଟି ସ୍ଥାନରେ ଭାରି ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି।୨୪ ଓ ୨୫ ତାରିଖରେ ବର୍ଷାର ବସ୍ତୁତି ବଢ଼ିବ। ୨୬ ତାରିଖରୁ ବର୍ଷାର ମାତ୍ରା କମିବ।ହେଲେ ୨୬ ତାରିଖରେ ଉତ୍ତର ଆଭ୍ୟନ୍ତରୀଣ ଜିଲ୍ଲାର ଗୋଟିଏ ବା ଦୁଇଟି ସ୍ଥାନରେ ଭାରି ବର୍ଷା ହେବାର ସମ୍ଭାବନା ରହିଛି ବୋଲି ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାଶ କହିଛନ୍ତି।

ଶ୍ର ଦାଶ କହିଛନ୍ତି, ଆଜି ସନ୍ଧ୍ୟାରେ ଉପକୂଳ ଓଡ଼ିଶାରେ ପବନର ବେଗ ଧୀରେ ଧୀରେ ବୃଦ୍ଧି ପାଇବ। ୨୪ ଓ ୨୫ ତାରିଖରେ ଅଧିକ ପବନ ହେବ। ବାତ୍ୟା ଉପକୂଳ ଅତିକ୍ରମ କରିବା ସମୟରେ ପବନର ବେଗ ଘଣ୍ଟାପ୍ରତି ୧୦୦ରୁ ୧୧୦ ରହିବ। ପବନ ବେଗ ଅଧିକ ରହୁଥିବାରୁ ଗଛ ଉପୁଡ଼ିବା ସହ ବିଦ୍ୟୁତ ସେବା ପ୍ରଭାବିତ ହେବାର ସମ୍ଭାବନା ରହିଛି। ମାଟି ଘର ଭାଙ୍ଗିବା ସହ ଧାନ ଚାଷ କ୍ଷତି ହେବାର ସମ୍ଭାବନା ରହିଛି।

ବାତ୍ୟା ପ୍ରଭାବରେ ସମୁଦ୍ର ଅଶାନ୍ତ ରହିଛି। ଏଥିପାଇଁ ମତ୍ସ୍ୟଜୀବୀଙ୍କୁ ଫେରିବାକୁ ଆସିବାକୁ କୁହାଯାଇଛି। ୨୫ତାରିଖ ଯାଏ ସମୁଦ୍ର ଭିତରକୁ ଯିବାକୁ ବାରଣ କରାଯାଇଛି। ଏଥିସହ ପୁରୀ, ପାରାଦୀପ ଓ ଧାମରାକୁ ୪ ନମ୍ବର ବିପଦ ସଙ୍କେତ ଜାରି କରାଯାଇଛି।  ସେହିପରି ଗୋପାଳପୁର ବନ୍ଦରକୁ ୨ନମ୍ବର ବିପଦ ସଙ୍କେତ ଜାରି କରାଯାଇଛି।

Weather Report Cyclone Update Weather Condiction
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe