Rain
ସେପ୍ଟେମ୍ୱର ୨୯ ତାରିଖରେ ଆଣ୍ଡାମାନ ସାଗର ଓ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ପରବର୍ତ୍ତୀ ୨୪ ଘଣ୍ଟା ମଧ୍ୟରେ ପୂର୍ବ-ଉତ୍ତର ଆଣ୍ଡାମାନ ସାଗର ଓ ତା’ପାର୍ଶ୍ୱବର୍ତ୍ତୀ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ। ଏହା ଧୀରେ ଧୀରେ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଗତି କରିବାର ସମ୍ଭାବନା ରହିଛି। ଏହା ଆହୁରି ଘନିଭୂତ ହୋଇପାରେ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି।
ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ଜାରି କରିଥିବା ବୁଲେଟିନ୍ ଅନୁସାରେ ଆସନ୍ତା ୨୪ ଘଣ୍ଟା ଭିତରେ ସୁନ୍ଦରଗଡ଼, ଝାରସୁଗୁଡ଼ା ଓ ସମ୍ୱଲପୁର ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ଏହାଛଡ଼ା ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, ଅନୁଗୋଳ, କଟକ,କେନ୍ଦ୍ରାପଡ଼ା, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, କନ୍ଧମାଳ, ଗଞ୍ଜାମ, ଗଜପତି ଓ ରାୟଗଡ଼ା ଜିଲ୍ଲାରେ କେତେକ ସ୍ଥାନରେ ବଜ୍ରପାତ ଓ ଘଡ଼ଘଡ଼ି ମାରିବାର ସମ୍ଭାବନା ରହିଛି। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
ସେହିପରି ରବିବାର ଓ ସୋମବାର ରାଜ୍ୟର କେତେକ ଜିଲ୍ଲାରେ କେତେକ ସ୍ଥାନରେ ବଜ୍ରପାତ ଓ ଘଡ଼ଘଡ଼ି ମାରିବାର ସମ୍ଭାବନା ରହିଛି। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
ଜୁନ୍ ୧ ତାରିଖରୁ ଆଜି ପର୍ଯ୍ୟନ୍ତ ରାଜ୍ୟରେ ୧୦୮୧.୦ ମିଲି ମିଟର ବର୍ଷା ହୋଇଥିବା ରେକର୍ଡ ହୋଇଛି। ସ୍ୱଭାବିକଠାରୁ ୩ ପ୍ରତିଶତ କମ୍ ବର୍ଷା ହୋଇଛି। ତେବେ ଝାରସୁଗୁଡ଼ା, ବୌଦ୍ଧ ଓ ଢେଙ୍କାନାଳ ଜିଲ୍ଲାରେ ସ୍ୱଭାବିକଠାରୁ ଅଧିକ ବର୍ଷା ହୋଇଛି। ନବରଙ୍ଗପୁର ଓ କେନ୍ଦ୍ରାପଡ଼ା ଜିଲ୍ଲାରେ ସ୍ୱଭାବିକଠାରୁ କମ୍ ବର୍ଷା ହୋଇଛି। ଅବଶିଷ୍ଟ ୨୫ ଜିଲ୍ଲାରେ ସ୍ୱଭାବିକ ବର୍ଷା ହୋଇଥିବା ରେକର୍ଡ କରାଯାଇଛି।
ସପଟେ ମୌସୁମୀ ଅପସାରଣ ପାଇଁ ପାଗ ଧୀରେ ଧୀରେ ଅନୁକୂଳ ହେବାରେ ଲାଗିଛି। ୨୫ ତାରିଖ ବେଳକୁ ପଶ୍ଚିମ ରାଜସ୍ଥାନ ଏବଂ ତା’ର ଆଖପାଖ ଅଞ୍ଚଳରେ ମୌସୁମୀ ଅପସାରଣ ହେବାର ଆସଙ୍କା ରହିଛି ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି।
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
Follow Us/odisha-reporter/media/post_attachments/uploadimage/library/16_9/16_9_0/Rain_1694873446.jpeg)