ମାଡ଼ି ଆସୁଛି ବାତ୍ୟା, ପ୍ରବଳ ବର୍ଷିବ | Odisha Reporter
ଆସନ୍ତା ୨୩ ତାରିଖରେ ବଙ୍ଗୋପସାଗରରେ ଏକ ବତ୍ୟା ସୃଷ୍ଟି ହେବାର ସମ୍ଭାବନା ରହିଛି। ଏ ନେଇ ପୂର୍ବାନୁମାନ କରିଛି ଭାରତୀୟ ପାଣିପାଗ ବିଭାଗ। IMD ଡିଜି ମୃତ୍ୟୁଞ୍ଜୟ ମହାପାତ୍ର ସାକ୍ଷାତକାର ଦେଇ କହିଛନ୍ତି, ପୂର୍ବ- କେନ୍ଦ୍ରୀୟ ବଙ୍ଗୋପ ସାଗରରେ କେନ୍ଦ୍ରୀଭୂତ ଥିବା ଘୂର୍ଣ୍ଣିବଳୟ ଆଜି ସଂଧ୍ୟା କିମ୍ବା
ଆସନ୍ତାକାଲି ସକାଳ ସୁଦ୍ଧା ଏକ ଲଘୁଚାପ କ୍ଷେତ୍ରରେ ପରିଣତ ହେବ। ଏହା ପଶ୍ଚିମ, ଉତ୍ତର- ପଶ୍ଚିମ ଦିଗରେ ଗତି କରି ୨୨ ତାରିଖ ସକାଳ ସୁଦ୍ଧା ଏକ ଅବପାତରେ ପରିଣତ ହୋଇପାରେ। ସେହିପରି ୨୩ ତାରିଖରେ ଏହା ଏକ ସାଇକ୍ଲୋନିକ ଷ୍ଟର୍ମ ବା ଘୂର୍ଣ୍ଣିବାତ୍ୟାରେ ପରିଣତ ହେବାର ସମ୍ଭାବନା ରହିଛି। ଏହାପରେ ଏହା ଉତ୍ତର-ପଶ୍ଚିମ ଦିଗକୁ ଗତି କରିବ, ଏବଂ ୨୪ ତାରିଖ ସକାଳେ ଓଡ଼ିଶା-ପଶ୍ଚିମବଙ୍ଗକୁ ଲାଗି ରହିଥିବା ବଙ୍ଗୋପସାଗରରେ ପହଞ୍ଚିବ।
Advertisment
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
