Advertisment

ଧାନ ଅମଳ ବେଳେ ଚାଷୀଙ୍କୁ ଘାରିଛି ଭୟ; ଆସୁଛି ବାତ୍ୟା!

ଆକଳନ ଅନୁସାରେ, ଲଘୁଚାପ ଆସନ୍ତା ଡିସେମ୍ବର ୧ ତାରିଖରେ ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ବାତ୍ୟାର ରୂପ ନେବ।

cyclone-expected

cyclone-expected

Advertisment

ଧାନ ଅମଳ ବେଳକୁ ଭୟ ବଢାଇଛି ସମ୍ଭାବ୍ୟ ବାତ୍ୟା। ଦକ୍ଷିଣ ଆଣ୍ଡାମାନ ସାଗର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ସୃଷ୍ଟି ହୋଇଛି ଲଘୁଚାପ। ଏହା ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଗତି କରି ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ଆସନ୍ତା ୨୯ ତାରିଖରେ ଅବପାତରେ ପରିଣତ ହେବା ସମ୍ଭାବନା ରହିଛି। ପରବର୍ତ୍ତୀ ୪୮ ଘଣ୍ଟାରେ ଆହୁରି ଘନୀଭୂତ ହୋଇ ଏହା ବାତ୍ୟାର ରୂପ ନେଇପାରେ ବୋଲି ଆକଳନ କରିଛି ପାଣିପାଗ ବିଭାଗ। ତେବେ ସମ୍ଭାବ୍ୟ ବାତ୍ୟା ନେଇ ବର୍ତ୍ତମାନ ଓଡ଼ିଶା ପାଇଁ କୌଣସି ସତର୍କତା ଜାରି ହୋଇନାହିଁ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶକ ଏଚ୍‌. ଆର. ବିଶ୍ୱାସ କହିଛନ୍ତି।

Advertisment

IMD GFS ବା ଗ୍ଲୋବାଲ ଫରକାଷ୍ଟିଂ ସିଷ୍ଟମ ଆଉ ପାଦେ ଆଗକୁ ଯାଇ ବାତ୍ୟା ସୃଷ୍ଟି ହେବା ଏବଂ କେଉଁଠି ବାତ୍ୟା ସ୍ଥଳଭାଗ ଅତିକ୍ରମ କରିବ ସେନେଇ ପୂର୍ବାନୁମାନ କରିଛି। ଆକଳନ ଅନୁସାରେ, ଲଘୁଚାପ ଆସନ୍ତା ଡିସେମ୍ବର ୧ ତାରିଖରେ ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ବାତ୍ୟାର ରୂପ ନେବ। ୪ ତାରିଖ ଯାଏଁ ଏହା ଉତ୍ତର ଉତ୍ତର-ପଶ୍ଚିମ ଦିଗରେ ଗତି କରିବା ପରେ ଉତ୍ତର ଉତ୍ତର-ପୂର୍ବ ଦିଗକୁ ରିକର୍ଭ କରିବ। ଡିସେମ୍ବର ୫ ତାରିଖରେ ଭେରି ସିଭିୟର ସାଇକ୍ଲୋନିକ୍ ଷ୍ଟର୍ମର ରୂପ ନେଇ ଉତ୍ତର ଆନ୍ଧ୍ର ପ୍ରଦେଶ ଏବଂ ଦକ୍ଷିଣ ଓଡ଼ିଶା ଉପକୂଳ ମଧ୍ୟରେ ଅତିକ୍ରମ କରିପାରେ ବୋଲି ଆକଳନ କରାଯାଇଛି।

ତେବେ ଲଘୁଚାପ ଅବପାତରେ ପରିଣତ ହେବା, ଏହାର ଗତି, ଦିଗ ଓ ସମ୍ଭାବ୍ୟ ବାତ୍ୟା ନେଇ ବିଭିନ୍ନ ପାଣିପାଗ ମଡେଲ ଭିନ୍ନ ଭିନ୍ନ ଆକଳନ କରୁଛନ୍ତି।

Advertisment

ବର୍ତ୍ତମାନ ଧାନ ଅମଳ ସମୟ। ବର୍ଷ ଯାକର ପରିଶ୍ରମ କରି ବିଲରେ ସୁନାର ଫସଲ ଫଳାଇଛି ଚାଷୀ। ଏଭଳି ସ୍ଥିତିରେ ଯଦି ବାତ୍ୟା ଆସେ, ତେବେ ଉଜୁଡିଯିବ ଚାଷୀର ଭବିଷ୍ୟତ। ବାତ୍ୟାକୁ ନେଇ ଚାଷୀଙ୍କ ମଧ୍ୟରେ ଛନକା ପଶିଛି।

Cyclone Update Weather Report
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe