Advertisment

ଭୀଷଣ ବାତ୍ୟାର ରୂପ ନେଲା ‘ଦାନା’, ଆଜିଠୁ ପ୍ରବଳ ବର୍ଷା

ଏବେ ବାତ୍ୟା ‘ଦାନା’ ପାରାଦୀପଠାରୁ ୨୮୦ କିଲୋମିଟର ଏବଂ ଧାମରାରୁ ୩୧୦ କିଲୋମିଟର ଦୂରରେ ରହିଛି । ଗତ ୬ ଘଣ୍ଟା ଧରି ବାତ୍ୟା ଉତ୍ତର-ଉତ୍ତରପଶ୍ଚିମ ଦିଗକୁ ଘଣ୍ଟାପ୍ରତି ୧୫ କିଲୋମିଟର ବେଗରେ ଗତି କରୁଛି ।

Dana

Dana

Advertisment

ଓଡ଼ିଶା ଉପକୂଳକୁ ମାଡ଼ି ଆସୁଛି ବାତ୍ୟା ‘ଦାନା’। ସମୁଦ୍ର ଭାଗରେ ଭୀଷଣ ବାତ୍ୟାର ରୂପ ନେଇସାରିଛି ‘ଦାନା’ । ଆଜି ରାତିରୁ ଆସନ୍ତାକାଲି ସକାଳ ଭିତରେ ଭିତରକନିକା ଓ ଧାମରା ମଧ୍ୟରେ ଲ୍ୟାଣ୍ଡଫଲ କରିବ।

Advertisment

ଏବେ ବାତ୍ୟା ‘ଦାନା’ ପାରାଦୀପଠାରୁ ୨୮୦ କିଲୋମିଟର ଏବଂ ଧାମରାରୁ ୩୧୦ କିଲୋମିଟର ଦୂରରେ ରହିଛି । ଗତ ୬ ଘଣ୍ଟା ଧରି ବାତ୍ୟା ଉତ୍ତର-ଉତ୍ତରପଶ୍ଚିମ ଦିଗକୁ ଘଣ୍ଟାପ୍ରତି ୧୫ କିଲୋମିଟର ବେଗରେ ଗତି କରୁଛି ।

ଲ୍ୟାଣ୍ଡଫଲ୍ ବେଳେ ବାଲେଶ୍ୱର, ଭଦ୍ରକ ଓ କେନ୍ଦ୍ରାପଡ଼ା ଜିଲ୍ଲାରେ ପବନର ବେଗ ଘଣ୍ଟାପ୍ରତି ୧୦୦ରୁ ୧୨୦ କିଲୋମିଟର ରହିପାରେ ବୋଲି ଆକଳନ କରାଯାଇଛି। ତା’ସହ ସମୁଦ୍ରରେ ଉଚ୍ଚ ଜୁଆର ଆସିବା ସହ ଗଛ, ବିଦ୍ୟୁତ୍ ଖୁଣ୍ଟ ଓ କଚା ଘରକୁ ବାତ୍ୟା ବିପଦ ପହଞ୍ଚାଇବାର ଆଶଙ୍କା ରହିଛି। ବାତ୍ୟା ପ୍ରଭାବରେ ଗତକାଲିଠୁ ବିଭିନ୍ନ ସ୍ଥାନରେ ବର୍ଷା ଚାଲିଛି।

Advertisment

IMD ଡିଜି ମୃତ୍ୟୁଞ୍ଜୟ ମହାପାତ୍ର କହିଛନ୍ତି, ୪ ଜିଲ୍ଲା ଜଗତସିଂହପୁର, କେନ୍ଦ୍ରାପଡ଼ା, ବାଲେଶ୍ୱର ଓ ଭଦ୍ରକରେ ରହିବ ସାଇକ୍ଲୋନର ଅଧିକ ପ୍ରଭାବ। ଏସବୁ ଜିଲ୍ଲାରେ ଅତି ପ୍ରବଳ ବର୍ଷା ସହ ପବନ ବହିବ। ସେମିତି ପାର୍ଶ୍ୱବର୍ତ୍ତୀ ଜିଲ୍ଲା ପୁରୀ, ଖୋର୍ଦ୍ଧା, କଟକ, ମୟୂରଭଂଜ, କେନ୍ଦୁଝର ଓ ଢେଙ୍କାନାଳରେ ବି ପ୍ରବଳ ବର୍ଷିବ।

ଆଜି ଓ ଆସନ୍ତାକାଲି ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଏପଟେ ବାତ୍ୟା ପାଇଁ ପୁରୀ, ପାରାଦୀପ, ଗୋପାଳପୁର ଓ ଧାମରା ବନ୍ଦରରେ ବିପଦ ସଙ୍କେତ ନମ୍ବର କ୍ରମାଗତ ବଢ଼ାଯାଉଛି।

Odisha Cyclone Update Cyclone Dana
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe