Advertisment

କମିବ ଶୀତ, ଘେରିବ କୁହୁଡ଼ି!

ବାୟୁମଣ୍ଡଳର ଉପରିଭାଗରେ ପଶ୍ଚିମା-ନିମ୍ନ ଚାପ ରେଖା ସହ ଜଡ଼ିତ ବାୟୁ ଚଳାଚଳ ପ୍ରଭାବରେ ଆଭ୍ୟନ୍ତରୀଣ ଓଡ଼ିଶାର କିଛି ଜିଲ୍ଲାରେ ମେଘୁଆ ଆକାଶ ଥିଲେ ମଧ୍ୟ ବର୍ଷାର କୌଣସି ସମ୍ଭାବନା ନାହିଁ।

undefined

Fog

Advertisment

କମିବ ଶୀତ, ଘେରିବ କୁହୁଡ଼ି। ଆଗାମୀ ୨୪ ଘଣ୍ଟା ଭିତରେ ରାଜ୍ୟର ବହୁ ସ୍ଥାନରେ ରାତି ତାପମାତ୍ରା ୨ରୁ ୩ଡିଗ୍ରୀ ବଢ଼ିବ ଓ ତା’ପରେ ଶୀତରେ ସେଭଳି ବିଶେଷ ପରିବର୍ତ୍ତନ ଆସିବ ନାହିଁ। ଏଥିସହ ଆଗାମୀ ୭ ଦିନ ଯାଏଁ ପାଗ ଶୁଖିଲା ରହିବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର।

Advertisment

ବାୟୁମଣ୍ଡଳର ଉପରିଭାଗରେ ପଶ୍ଚିମା-ନିମ୍ନ ଚାପ ରେଖା ସହ ଜଡ଼ିତ ବାୟୁ ଚଳାଚଳ ପ୍ରଭାବରେ ଆଭ୍ୟନ୍ତରୀଣ ଓଡ଼ିଶାର କିଛି ଜିଲ୍ଲାରେ ମେଘୁଆ ଆକାଶ ଥିଲେ ମଧ୍ୟ ବର୍ଷାର କୌଣସି ସମ୍ଭାବନା ନାହିଁ। ଫଳରେ ଆଭ୍ୟନ୍ତରୀଣ ଓଡ଼ିଶାର ଅନେକ ସ୍ଥାନରେ ରାତି ତାପମାତ୍ରା ୨ରୁ ୩ ଡିଗ୍ରୀ ଯାଏଁ ବୃଦ୍ଧି ସମ୍ଭାବନା ରହିଛି। ଗତ ୨୪ ଘଣ୍ଟାରେ ଅଧିକାଂଶ ସ୍ଥାନରେ ବୃଦ୍ଧି ପାଇଛି ରାତି ତାପମାତ୍ରା। ତେବେ ଆଗାମୀ ଦୁଇଦିନ ପାଇଁ ଉପକୂଳ, ଆଭ୍ୟନ୍ତରୀଣ ଓ ଦକ୍ଷିଣ ଓଡ଼ିଶାର ବିଭିନ୍ନ ଜିଲ୍ଲାକୁ କୁହୁଡ଼ି ସତର୍କତା ଜାରି ହୋଇଛି। ଏହିସବୁ ସ୍ଥାନରେ ସକାଳୁ କୁହୁଡ଼ି ରହିବ ବୋଲି ପୂର୍ବାନୁମାନ କରାଯାଇଛି।

ଆସନ୍ତାକାଲି ସୁନ୍ଦରଗଡ଼, ଅନୁଗୋଳ, କେନ୍ଦୁଝର, ଢେଙ୍କାନାଳ, କନ୍ଧମାଳ, ରାୟଗଡ଼ା, କୋରାପୁଟ, ଗଜପତି, ଗଞ୍ଜାମ, ପୁରୀ ଓ ଖୋର୍ଦ୍ଧା ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ସକାଳୁ ଘନ କୁହୁଡ଼ି ରହିବ। ସୋମବାର ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ସୁନ୍ଦରଗଡ଼, କେନ୍ଦୁଝର, ମୂୟରଭଞ୍ଜ, ଅନୁଗୋଳ, ଢେଙ୍କାନାଳ, କନ୍ଧମାଳ, କଳାହାଣ୍ଡି, କୋରାପୁଟ ଓ ନବରଙ୍ଗପୁର ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ସକାଳୁ ଘନ କୁହୁଡ଼ି ରହିବ ବୋଲି ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି।

Advertisment
Weather Report Fog
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe