Advertisment

କଲବଲ କରୁଛି ବର୍ଷା ସାଙ୍ଗକୁ କୋହଲା ପାଗ, ଆସନ୍ତା ଦୁଇ ଦିନ ଦେଖାଦେବ ଘନ କୁହୁଡ଼ି!

ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ଜାରି କରିଥିବା ବୁଲେଟିନ୍‌ ଅନୁସାରେ ବଙ୍ଗୋପସାଗର ଓ ତା’ର ଆଖପାଖ ଅଞ୍ଚଳରେ ଏକ ଗୁରୁଚାପ ବଳୟ ସକ୍ରିୟ ରହିଛି। ଏହାଛଡ଼ା ଆଉ ଏକ ନିମ୍ନଚାପ ରେଖା ଆଭ୍ୟନ୍ତରୀଣ କର୍ଣ୍ଣାଟକରୁ ଆଭ୍ୟନ୍ତରୀଣ ଓଡ଼ିଶା ଯାଏ ଲମ୍ୱିଛି।

undefined

Fog

Advertisment

ଗତ ତିନି ଦିନ ହେଲା ରାଜ୍ୟରେ କେତେକ ଜିଲ୍ଲାରେ ବର୍ଷା ସାଙ୍ଗକୁ କୋହଲା ପାଗ ଲାଗି ରହିଛି। ଯାହାଫଳରେ ଜୀବନ ଯାତ୍ରା ପ୍ରଭାବିତ ହୋଇଛି। ଏମିତିକା ପାଗ ଆସନ୍ତାକାଲି ପର୍ଯ୍ୟନ୍ତ ଲାଗି ରହିବ। ଏହାଛଡ଼ା ସକାଳେ ଘନ କୁହୁଡି କଲବଲ କରିବ। ଘନ କୁହୁଡି ଆଗମୀ ଦୁଇ ଦିନ ଧରି ଦେଖିବାକୁ ମିଳିବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି।

Advertisment

ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ଜାରି କରିଥିବା ବୁଲେଟିନ୍‌ ଅନୁସାରେ ବଙ୍ଗୋପସାଗର ଓ ତା’ର ଆଖପାଖ ଅଞ୍ଚଳରେ ଏକ ଗୁରୁଚାପ ବଳୟ ସକ୍ରିୟ ରହିଛି। ଏହାଛଡ଼ା ଆଉ ଏକ ନିମ୍ନଚାପ ରେଖା ଆଭ୍ୟନ୍ତରୀଣ କର୍ଣ୍ଣାଟକରୁ ଆଭ୍ୟନ୍ତରୀଣ ଓଡ଼ିଶା ଯାଏ ଲମ୍ୱିଛି। ଏହି ଦୁଇ ପ୍ରକାର ପାଣିପାଗ ପ୍ରଭାବରେ ଆଗମୀ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବ। ଆନ୍ତାକାଲି କେନ୍ଦ୍ରାପଡ଼ା, ଜଗତସିଂହପୁର, କନ୍ଧମାଳ, ରାୟଗଡ଼ା ଓ କୋରାପୁଟ ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି।

ବର୍ଷା ସହିତ କେତେକ ଜିଲ୍ଲାରେ ଘନ କୁହୁଡ଼ି ହେବାର ସମ୍ଭାବନା ରହିଛି। ଆଭ୍ୟନ୍ତରୀଣ ଓଡ଼ିଶା ଓ ପାର୍ଶ୍ୱବର୍ତ୍ତୀ ଉପକୂଳ ଓଡ଼ିଶାରେ କୁହୁଡ଼ି ଅନୁଭୂତି ହୋଇପାରେ। ଘନ କୁହୁଡ଼ି ଦୁଇ ଦିନ ଧରି ହେବାର ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଆଗାମୀ ୨୪ ଘଣ୍ଟାରେ ରାତିର ତାପମାତ୍ରାରେ କୌଣସି ପରିବର୍ତ୍ତନ ହେବାର ସମ୍ଭାବନା ନାହିଁ। ବର୍ତ୍ତମାନ ଦିନ ଓ ରାତିର ତାପମାତ୍ରାରେ କୌଣସି ପରିବର୍ତ୍ତନ ହୋଇନାହିଁ। ଦିନ ତମାମ ଥଣ୍ଡା ଅନୁଭୂତ ହେଉଛି। ଖାସ୍‌ କରି ଦେଖିଲେ, ଝାରସୁଗୁଡ଼ାରେ ଦିନର ତାପମାତ୍ରା ୧୮.୨ ଡିଗ୍ରୀ ରେକର୍ଡ କରାଯାଇଛି। ଆଜି ଉତ୍ତର ଓଡ଼ିଶାର ଅଧିକାଂଶ ଜିଲ୍ଲାର ତାପମାତ୍ରା ୨୦ ଡିଗ୍ରୀ ଭିତରେ ରେକର୍ଡ ହେବାର ସମ୍ଭାବନା ରହୁଛି ବୋଲି ପାଣିପାଗ ବିଜ୍ଞାନୀ କହିଛନ୍ତି।

Advertisment
Weather Report Fog
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe