Cyclone
୨୩ ତାରିଖରେ ବଙ୍ଗୋପସାଗରରେ ସୃଷ୍ଟି ହୋଇପାରେ ସମ୍ଭାବ୍ୟ ବାତ୍ୟା।। ୨୪ ସକାଳ ସୁଦ୍ଧା ଏହା ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳ ଛୁଇଁବାର ସମ୍ଭାବନା ରହିଛି। ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ( ଆଇଏମଡି) ପକ୍ଷରୁ ଟ୍ୱିଟ୍ କରି ଏହି ସୂଚନା ଦିଆଯାଇଛି।
ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ଦିଆଯାଇଥିବା ସୂଚନା ଅନୁସାରେ, ଗତକାଲି କେନ୍ଦ୍ରୀୟ ଆଣ୍ଡାମାନ ସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟଟି ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଲଘୁଚାପ କ୍ଷେତ୍ରରେ ପରିଣତ ହେବ। ପରେ ଏହା ଲଘୁଚାପରେ ପରିଣତ ହୋଇ ୨୨ ତାରିଖରେ ଅବପାତ ରୂପ ନେବ। ୨୩ ତାରିଖରେ ଏହା ସମ୍ଭାବ୍ୟ ବାତ୍ୟାରେ ପରିଣତ ହେବ।
ପରେ ଏହା ଉତ୍ତର ଓ ଉତ୍ତର ପଶ୍ଚିମ ଦିଗରେ ଗତି କରି୨୪ ତାରିଖ ସକାଳ ସୁଦ୍ଧା ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳ ଛୁଇଁବାର ସମ୍ଭାବନା ରହିଛି। ତେବେ ଏହି ସମ୍ଭାବ୍ୟ ବାତ୍ୟାଟି କେଉଁଠି ସ୍ଥଳ ଭାଗ ଛୁଇଁବ ସେ ନେଇ କିଛି ସ୍ପଷ୍ଟ ସୂଚନା ମିଳିନାହିଁ। ଏହା ପ୍ରଭାବରେ ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ।
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
Follow Us