ରାଜଧାନୀରେ ଘନ କୁହୁଡ଼ି। ଆଜି ବଡ଼ି ଭୋରରୁ ଟ୍ୱିନ ସିଟିରେ ସବୁ ସ୍ଥାନରେ ଘନ କୁହୁଡ଼ି ଦୃଶ୍ୟମାନ ହେଉଛି। ଏଥିଯୋଗୁ ସାଧାରଣ ଜୀବନଯାତ୍ରା ଅସ୍ତବ୍ୟସ୍ତ ହୋଇ ପଡ଼ିଛି। ଘନ କୁହୁଡ଼ି ଯୋଗୁ ଗାଡ଼ି ଚଳାଚଳରେ ବାଧା ଉପୁଜିଛି।
ରାଜଧାନୀ ଭୁବନେଶ୍ୱର ସହ କଟକରେ ବି ଆଜି ସକାଳେ କୁହୁଡ଼ିର ମୋଟା ଆସ୍ତରଣ ଜମିଛି। ଦୃଶ୍ୟମାନ ଦୂରତା ଖୁବ୍ କମ୍ ଥିବାରୁ ଲୋକେ ଯିବା ଆସିବା କରିବାରେ ଅନେକ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଏପରିକି ସକାଳେ ଲୋକେ ଗାଡ଼ି ଲାଇଟ ଲଗାଇ ଯାତାୟତ କରୁଥିବା ଦେଖିବାକୁ ମିଳିଛି। ଏତେ କୁହୁଡି ଯେ, ମୁହଁକୁ ମୁହଁ ଦିଶୁନାହିଁ। ୧୦୦ ମିଟର ଦୂରତାରୁ ମଧ୍ୟ ମୁହଁ ଦିଶୁନି। ଫଳରେ ଗାଡିମୋଟର ଚଳାଚଳ ବାଧାପ୍ରାପ୍ତ ହୋଇଛି। ସାଧାରଣ ଜନଜୀବନ ମଧ୍ୟ ବ୍ୟାଘାତ ହୋଇଛି। ଦୀପାବଳିରେ ପ୍ରବଳ ବାଣ ଫୁଟାଇବାରୁ ପ୍ରଦୂଷଣ ବଢ଼ିଛି। ଏଥିପାଇଁ ଏପରି କୁହୁଡ଼ି ହୋଇଥିବା ସନ୍ଦେହ କରାଯାଉଛି।
ସେହିପରି ପୁରୀରେ ମଧ୍ୟ ଘନ ଘନ କୁହୁଡି ଦେଖିବାକୁ ମିଳିଛି। ଘନ କୁହୁଡିରେ ଆଚ୍ଛାଦିତ ହୋଇଛି ଶ୍ରୀମନ୍ଦିର। ଶୀତର ମାତ୍ରା ବଢିନଥିବା ବେଳେ ଆଜି ସକାଳୁ କୁହୁଡି ଦେଖିବାକୁ ମିଳିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।