Advertisment

ଶୁକ୍ରବାର ପ୍ରବଳ ବର୍ଷିବ! ତିନି ଦିନ ବ୍ରେକ୍‌ ପରେ ପୁଣି ଫେରିବ ବର୍ଷା

୧୨ ତାରିଖଠାରୁ ପୁଣି ରାଜ୍ୟରେ ବର୍ଷାର ପରିମାଣ ବୃଦ୍ଧି ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।

author-image
Manoranjan Sial
undefined

Rain

ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟର ବିଭିନ୍ନ ଅଞ୍ଚଳରେ ବର୍ଷା ଲାଗି ରହିଛି। ଆସନ୍ତା କାଲି ଅର୍ଥାତ ଶୁକ୍ରବାର ମଧ୍ୟ ରାଜ୍ୟର କେତେକ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ୮ ତାରିଖ ପରଠାରୁ ରାଜ୍ୟରେ ବର୍ଷାର ପ୍ରଭାବ କମିବ। ତେବେ ୧୨ ତାରିଖଠାରୁ ପୁଣି ରାଜ୍ୟରେ ବର୍ଷାର ପରିମାଣ ବୃଦ୍ଧି ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।

Advertisment

ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ଜାରି କରିଥିବା ବୁଲେଟିନ୍‌ ଅନୁସାରେ ଆସନ୍ତା ୨୪ ଘଣ୍ଟା ଭିତରେ ସମ୍ୱଲପୁର, ଝାରସୁଗୁଡ଼ା, ବରଗଡ଼, ସୁନ୍ଦରଗଡ଼, ସୁବର୍ଣ୍ଣପୁର, ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, ଗଜପତି, କଳାହାଣ୍ଡି, ନୂଆପଡ଼ା, ବଲାଙ୍ଗିର, ସୁନ୍ଦରଗଡ଼, ବୌଦ୍ଧ, ବରଗଡ଼, ଅନୁଗୋଳ, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହିସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

Advertisment

ଆସନ୍ତାକାଲି ଅର୍ଥାତ ୮ ତାରିଖରେ ବରଗଡ଼, ସମ୍ୱଲପୁର, ଝାରସୁଗୁଡ଼ା, ସୁନ୍ଦରଗଡ଼, ଦେବଗଡ଼, ଅନୁଗୋଳ, କଟକ, ଢେଙ୍କାନାଳ, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାରେ କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହିସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ସେପଟେ ଆଜି ମଧ୍ୟାହ୍ନରେ ରାଜଧାନୀ ଆକାଶରେ କଳାହାଣ୍ଡିଆ ମେଘ ଘୋଟି ଆସିଥିଲା। ଚାହୁଁଚାହୁଁ ପ୍ରବଳ ବର୍ଷି ଥିଲା। ଯାହାଫଳରେ ରାଜଧାନୀରେ ଜୀବନ ଯାତ୍ରା ପ୍ରଭାବିତ ହୋଇଛି। ଅନେକ ସ୍ଥାନରେ ବର୍ଷା ପାଣି ଜମି ରହିଥିବା ଦେଖିବାକୁ ମିଳିଛି। ଯାହାକୁ ନେଇ ଲୋକଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି। 

Heavy Rain Rain Alert