/odisha-reporter/media/post_attachments/uploadimage/library/16_9/16_9_0/Heat_Wave_1687082946.jpg)
Heat Wave
ଜଳବାୟୁ ପରିବର୍ତ୍ତନ ଯୋଗୁ ଏବର୍ଷ ମାଘ ମାସରେ ଶୀତ ବଦଳରେ ତାପମାତ୍ରା ବଢ଼ି ଚାଲିଛି। ଯଦିଓ ବର୍ତ୍ତମାନ ସୁଦ୍ଧା ଖରା ଜନିତ ସମସ୍ୟାର ଆଶଙ୍କା ଦେଖାଦେଇନି, ତଥାପି ଆମକୁ ସଚେତନ ଓ ପ୍ରସ୍ତୁତ ରହିବାକୁ ପଡ଼ିବ। ପୂର୍ବରୁ ଅଂଶୁଘାତ ପାଇଁ ପ୍ରତି ଜିଲ୍ଲାକୁ ଷ୍ଟାଣ୍ଡାର୍ଡ ଆଡଭାଇଜରି (SOP) ଜାରି ହୋଇଛି। ଏନେଇ ସୂଚନା ଦେଇଛନ୍ତି ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ନିରଞ୍ଜନ ମିଶ୍ର।
ସେ କହିଛନ୍ତି, ଆଗକୁ ଅଂଶୁଘାତ ଭଳି ସ୍ଥିତି ଆସିଲେ, ଆଉ ଥରେ ରିମାଇଣ୍ଡର ଦିଆଯିବ। ପୂର୍ବରୁ ଜାରି ହୋଇଥିବା SOPରେ ଲୋକଙ୍କୁ ସତର୍କ କରାଇବା ସହ ମେଡିକାଲ ପ୍ରସ୍ତୁତ ରଖିବା, ଆବଶ୍ୟକ ଔଷଧ ମହଜୁଦ ରଖିବା, ପ୍ରତି ହସ୍ପିଟାଲରେ ଅଂଶୁଘାତ ଲାଗି ଡେଡିକେଟେଡ୍ ବେଡ୍ ରଖାଯିବାକୁ ନିର୍ଦ୍ଦେଶ ଯାଇଛି। ସେହିପରି ଅଂଶୁଘାତ ସମ୍ପର୍କିତ ତଥ୍ୟ ପ୍ରଦାନ ପାଇଁ ମଧ୍ୟ ନିର୍ଦ୍ଦେଶ ଦିଆଯାଇଛି। ଆଗକୁ ଏନେଇ ପ୍ରତି ଜିଲ୍ଲାକୁ ପୁଣି ଥରେ ରିମାଇଣ୍ଡର ଦିଆଯିବ। ତେବେ ବରିଷ୍ଠ ନାଗରିକ, ମଦ୍ୟପାନ କରୁଥିବା ବ୍ୟକ୍ତି ଓ ରୋଗୀଙ୍କୁ ଅଂଶୁଘାତ ଆଶଙ୍କା ଅଧିକ ରହିଛି। ତେଣୁ ସେମାନେ ଅଧିକ ସତର୍କ ରହିବା ଆବଶ୍ୟକ ବୋଲି ପରାମର୍ଶ ଦେଇଛନ୍ତି ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ।
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
