‘ଆଲର୍ଟ ମୁଡରେ ସ୍ୱାସ୍ଥ୍ୟ ବିଭାଗ, ଦରକାର ପଡ଼ିଲେ ଲୋକଙ୍କ ପାଖରେ ପହଞ୍ଚିବୁ’

ବାତ୍ୟା ମୁକାବିଲା ପାଇଁ ସ୍ୱାସ୍ଥ୍ୟ ବିଭାଗ ସମ୍ପୂର୍ଣ୍ଣ ପ୍ରସ୍ତୁତ ରହିଥିବା ସୂଚନା ଦେଇଛନ୍ତି ସ୍ୱାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ ।

Health Minister

ସ୍ୱାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ ।

Niharika Rout
  • Published: Wednesday, 23 October 2024
  • Updated: 23 October 2024, 01:04 PM IST

ସମୁଦ୍ର ଭିତରୁ ବଳ ଗୋଟାଇ ମାଡ଼ି ଆସୁଛି ବାତ୍ୟା ‘ଦାନା’। ଆସନ୍ତାକାଲି ଭୀଷଣ ବାତ୍ୟାର ରୂପ ନେଇ ୨୪ ତାରିଖ ରାତି କିମ୍ବା ୨୫ ତାରିଖ ସକାଳେ ଭିତରକନିକା-ଧାମରା ମଧ୍ୟରେ ସ୍ଥଳର ଭାଗ ଛୁଇଁବାର ସମ୍ଭାବନା ରହିଛି। ତେବେ ବାତ୍ୟା ମୁକାବିଲା ପାଇଁ ସ୍ୱାସ୍ଥ୍ୟ ବିଭାଗ ସମ୍ପୂର୍ଣ୍ଣ ପ୍ରସ୍ତୁତ ରହିଥିବା ସୂଚନା ଦେଇଛନ୍ତି ସ୍ୱାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ ।

ଆଜି ଗଣମାଧ୍ୟମ ପ୍ରତିନିଧିଙ୍କୁ ସୂଚନା ଦେଇ ସେ କହିଛନ୍ତି, ବାତ୍ୟା ର ମୁକାବିଲା ପାଇଁ ସ୍ୱାସ୍ଥ୍ୟ ବିଭାଗ ସମ୍ପୂର୍ଣ୍ଣ ପ୍ରସ୍ତୁତ ରହିଛି। ସଜାଗ ରହିବା ଲାଗି ପ୍ରଭାବିତ ହେବାକୁ ଥିବା ଜିଲ୍ଲାଗୁଡିକର ସିଡିଏମଓମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ଆଶୁ ଚିକିତ୍ସା ପାଇଁ ପ୍ରସ୍ତୁତ ରହିବାକୁ ଡାକ୍ତରମାନଙ୍କୁ ନିର୍ଦ୍ଦେଶ ଦେଇଛି ସ୍ୱାସ୍ଥ୍ୟ ବିଭାଗ ।

ବାତ୍ୟା ସମୟରେ ବର୍ଷା, ପବନ ଅଧିକ ହେବାର ଆଶଙ୍କା ଥିବାରୁ ଏହି ସମୟରେ ସାପ କାମୁଡ଼ା ରୋଗୀଙ୍କ ସହ ବଢ଼ିବା ଅନୁମାନ କରାଯାଉଛି। ତେଣୁ ବିଭାଗ ପକ୍ଷରୁ ପର୍ଯ୍ୟାପ୍ତ ପରିମାଣର ସାପ କାମୁଡ଼ା ଇଞ୍ଜେକସନ ମହଜୁଦ ରଖାଯିବା ସହ ସମସ୍ତ ସେବା ପାଇଁ ଆଲର୍ଟ ରହିଛି ବିଭାଗ । ଏଥିସହ କୌଣସି ବ୍ୟକ୍ତି ବାତ୍ୟା ସମୟରେ ଆହତ ହୋଇ ମେଡିକାଲରେ ପହଞ୍ଚିଲେ ଆଶୁ ଚିକିତ୍ସା ପାଇଁ ପ୍ରସ୍ତୁତ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି ବୋଲି କହିଛନ୍ତି ମନ୍ତ୍ରୀ।

Also Read

ମୁଖ୍ୟମନ୍ତ୍ରୀ ସମ୍ପୂର୍ଣ୍ଣ ବାତ୍ୟା ପରିସ୍ଥିତିକୁ ମନିଟରିଂ କରୁଥିବା ବେଳେ ଜିରୋ କାଜୁଆଲଟିକୁ ଗୁରୁତ୍ୱ ଦେଉଛନ୍ତି। କାରଣ ପ୍ରତିଟି ଜୀବନ ଆମ ପାଇଁ ମୂଲ୍ୟବାଦ । ତେଣୁ ପ୍ରତିକୂଳ ପରିସ୍ଥିତିରେ ବି ଆବଶ୍ୟକତାକୁ ଦୃଷ୍ଟିରେ ରଖି ଜରୁରୀ ପରିସ୍ଥିତିରେ ଲୋକଙ୍କ ପାଖରେ ପହଞ୍ଚିବାକୁ ନିର୍ଦ୍ଦେଶ ଦିଆଯାଇଛି।

ଏହା ପୂର୍ବରୁ ରାଜ୍ୟର ସମସ୍ତ ମେଡିକାଲ କଲେଜର ଡାକ୍ତର ଓ କର୍ମଚାରୀଙ୍କ ଛୁଟି ବାତିଲ କରି ଦିଆଯାଇଛି। ଆସନ୍ତା ୨୫ ତାରିଖ ଯାଏ ସେମାନଙ୍କ ଛୁଟିକୁ ବାତିଲ କରି ଦିଆଯାଇଛି।

୬ଜଣ ବରିଷ୍ଠ ଆଇଏଏସଙ୍କୁ ବାତ୍ୟା ପ୍ରଭାବିତ ହେବାର ଆଶଙ୍କା ଥିବା ୬ଟି ଜିଲ୍ଲା ଦାୟିତ୍ୱ ନ୍ୟସ୍ତ କରିଥିବାବେଳେ ଗତକାଲି ୯ଜଣ ମନ୍ତ୍ରୀଙ୍କୁ ବିଭିନ୍ନ ଜିଲ୍ଲାର ବାତ୍ୟା ମୁକାବିଲା ଓ ପ୍ରସ୍ତୁତି ଆଦିର ସମୀକ୍ଷା କରିବାକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିର୍ଦ୍ଦେଶ ଦେଇଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story