Advertisment

୧୮ ଓ ୧୯ରେ ଜାଳିବ, ୨୦ରୁ ବଦଳିପାରେ ପାଗ

ବର୍ତ୍ତମାନ ରାଜ୍ୟ ମଧ୍ୟକୁ ଉତ୍ତର-ପଶ୍ଚିମ ତଥା ପଶ୍ଚିମ ଦିଗରୁ ଶୁଷ୍କ ବାୟୁ ପ୍ରବାହିତ ହେଉଛି। ଏହାର ପ୍ରଭାବରେ ଆଗାମୀ ତିନି ଦିନ ମଧ୍ୟରେ ଦିନର ତାପମାତ୍ରା ଆହୁରି ୨ରୁ ୪ ଡିଗ୍ରୀ ଯାଏଁ ବୃଦ୍ଧି ପାଇବାର ସମ୍ଭାବନା ରହିଛି।

ଅଦ୍ୟତନ ହୋଇଛି
undefined

Heat Wave

Advertisment

୧୪ ତାରିଖରୁ ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ପୁଣି ବଢ଼ିଛି। ଗତକାଲି ରାଜ୍ୟର ୧୮ଟି ସହରର ତାପମାତ୍ରା ୪୦ ଡିଗ୍ରୀ ବା ତା’ଠାରୁ ଅଧିକ ରେକର୍ଡ କରାଯାଇଥିବା ବେଳେ ଆଜି ୨୯ଟି ସହରର ତାପମାତ୍ରା ୪୦ ଡିଗ୍ରୀ ବା ତା’ଠାରୁ ଅଧିକ ରେକର୍ଡ ହୋଇଛି। ବାରିପଦାରେ ସବୁଠି ଅଧିକ ଖରା ହୋଇଛି। ଆଜି ଏଠାରେ ଦିନର ସର୍ବୋଚ୍ଚ ତାପମାତ୍ରା ୪୩.୬ ଡିଗ୍ରୀ ରେକର୍ଡ କରାଯାଇଛି। ରାଜ୍ୟରେ ଆଗକୁ ମଧ୍ୟ ଏଭଳି ଗ୍ରୀଷ୍ମ ପ୍ରବାହ ଜାରି ରହିବ। ସେଥିପାଇଁ ପାଣିପାଗ ବିଭାଗ ଆସନ୍ତା ୫ ଦିନ ପାଇଁ ଗ୍ରୀଷ୍ମ ପ୍ରବାହ (Heat Wave) ଓ ଉଷ୍ମ-ଆଦ୍ର (Hot and Humid) ସ୍ଥିତି ନେଇ ବିଭିନ୍ନ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି। ତେବେ ଆଶ୍ୱସ୍ତିର ଖବର ଏହା ଯେ ୨୦ ତାରିଖ ବେଳକୁ ପାଗରେ ସାମନ୍ୟ ପରିବର୍ତ୍ତନ ଆସିପାରେ। ସେହିଦିନ ରାଜ୍ୟର କିଛି ଅଞ୍ଚଳରେ ହାଲ୍‌କା ବର୍ଷା ହୋଇପାରେ। ସେହିପରି ୨୧ ଓ ୨୨ ତାରିଖରେ ମଧ୍ୟ ରାଜ୍ୟର କିଛି ସ୍ଥାନରେ ବର୍ଷା ହୋଇପାରେ।

Advertisment

ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ରର ବୈଜ୍ଞାନିକ ଉମାଶଙ୍କର ଦାସ କହିଛନ୍ତି, ବର୍ତ୍ତମାନ ରାଜ୍ୟ ମଧ୍ୟକୁ ଉତ୍ତର-ପଶ୍ଚିମ ତଥା ପଶ୍ଚିମ ଦିଗରୁ ଶୁଷ୍କ ବାୟୁ ପ୍ରବାହିତ ହେଉଛି। ଏହାର ପ୍ରଭାବରେ ଆଗାମୀ ତିନି ଦିନ ମଧ୍ୟରେ ଦିନର ତାପମାତ୍ରା ଆହୁରି ୨ରୁ ୪ ଡିଗ୍ରୀ ଯାଏଁ ବୃଦ୍ଧି ପାଇବାର ସମ୍ଭାବନା ରହିଛି। ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ୫ ଦିନ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ତା’ସହିତ ଉପକୂଳ ଓଡ଼ିଶାରେ ଗୋଟିଏ ଦୁଇଟି ସ୍ଥାନରେ ଉଷ୍ମ-ଆଦ୍ର ପାଣିପାଗ ସ୍ଥିତି ରହିବାର ସମ୍ଭାବନା ଥିବାରୁ ମଧ୍ୟ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଖାସ୍‌ କରି ୧୮ ଓ ୧୯ ତାରିଖରେ ଖରା ପିକ୍‌ରେ ରହିବ (ଶିଖର ଛୁଇଁବ)। କିଛି ଜିଲ୍ଲାରେ ତାପମାତ୍ରା ୪୩ରୁ ୪୫ ଡିଗ୍ରୀ ରେକର୍ଡ କରାଯିବାର ସମ୍ଭାବନା ରହିଛି।

Advertisment

ଶ୍ରୀ ଦାସଙ୍କ ସୂଚନା ଅନୁଯାୟୀ, ୧୯ ତାରିଖ ପର୍ଯ୍ୟନ୍ତ ପାଗ ଶୁଖିଲା ରହିବ। ୨୦ ତାରିଖରେ ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ହାଲୁକା ବର୍ଷା ହେବାର ସମ୍ଭାବନା ଅଛି। କାରଣ ଗୁରୁଚାପ ବଳୟ ପ୍ରଭାବରେ କିଛି ପରିମାଣରେ ଜଳୀୟବାଷ୍ପ ପୂର୍ଣ୍ଣ ବାୟୁ ରାଜ୍ୟ ମଧ୍ୟକୁ ପ୍ରବେଶ କରିବ। ତେଣୁ କୋରାପୁଟ, ମାଲକାନଗିରି, ଗଜପତି, ଗଞ୍ଜାମ ଓ କନ୍ଧମାଳ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି। ୨୧ ଓ ୨୨ରେ ଏକ ନିମ୍ନ ଚାପରେଖା ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶା- ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜର ଗୋଟିଏ ଦୁଇଟି ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହିତ ବର୍ଷା ହେବାର ସମ୍ଭାବନା ରହୁଛି। 

ପାଣିପାଗ ବିଭାଗ ପକ୍ଷରୁ କରାଯାଇଥିବା ପୂର୍ବାନୁମାନ ଅନୁଯାୟୀ, ୧୮ ତାରିଖରେ ଟିଟିଲାଗଡ଼, ବଲାଙ୍ଗିର, ବୌଦ୍ଧ ଓ ଝାରସୁଗୁଡ଼ାରେ ଦିନର ସର୍ବୋଚ୍ଚ ତାପମାତ୍ରା ୪୫ ଡିଗ୍ରୀ ରହିପାରେ। ମାଲକାନଗିରି, ସୋନପୁର, ଭବାନୀପାଟଣା, ନୟାଗଡ଼ ଓ ବାରିପଦାରେ ତାପମାତ୍ରା ୪୪ ଡିଗ୍ରୀ ଏବଂ ପାରଳାଖେମୁଣ୍ଡି, ଭୁବନେଶ୍ୱର, ଅନୁଗୋଳ ଓ ନୂଆପଡ଼ାରେ ଦିନର ସର୍ବୋଚ୍ଚ ତାପମାତ୍ରା ୪୩ ଡିଗ୍ରୀ ରହିପାରେ। ସେହିଦିନ କଟକ, ଖୋର୍ଦ୍ଧା, ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ, ଯାଜପୁର, ରାଉରକେଲା, ସୁନ୍ଦରଗଡ଼, ସମ୍ବଲପୁର ଓ ରାୟଗଡ଼ାରେ ତାପମାତ୍ରା ୪୨ ଡିଗ୍ରୀ ରହିବାର ସମ୍ଭାବନା ରହିଛି। କୋରାପୁଟ, ନବରଙ୍ଗପୁର, ଫୁଲବାଣୀ, ଦେବଗଡ଼, ଚାନ୍ଦବାଲି, ବାଲେଶ୍ୱର, ଛତ୍ରପୁର ଓ ବରଗଡ଼ ଆଦି ସ୍ଥାନରେ ତାପମାତ୍ରା ୪୧ ଡିଗ୍ରୀ ରହିପାରେ।

ସେହିଭଳି ୧୯ ତାରିଖରେ ଟିଟିଲାଗଡ଼, ଭବାନୀପାଟଣା, ମାଲକାନଗିରି, ବଲାଙ୍ଗିର, ବୌଦ୍ଧ, ନୟାଗଡ଼, ଝାରସୁଗୁଡ଼ା ଓ ଅନୁଗୋଳରେ ଦିନର ସର୍ବୋଚ୍ଚ ତାପମାତ୍ରା ୪୫ ଡିଗ୍ରୀ ରହିପାରେ। ନୂଆପଡ଼ା, ସୋନପୁର ଓ ବାରିପଦାରେ ତାପମାତ୍ରା ୪୪ ଡିଗ୍ରୀ ଏବଂ ରାୟଗଡ଼ା, ପାରଳାଖେମୁଣ୍ଡି, ସମ୍ବଲପୁର, ଭୁବନେଶ୍ୱର, ଯାଜପୁର, ସୁନ୍ଦରଗଡ଼ ଓ ରାଉରକେଲା ୪୩ ଡିଗ୍ରୀ ରହିବାର ସମ୍ଭାବନା ରହିଛି। ନବରଙ୍ଗପୁର, ଫୁଲବାଣୀ, ଖୋର୍ଦ୍ଧା, କଟକ, ଢେଙ୍କାନାଳ, କେନ୍ଦ୍ରାପଡ଼ା, ଭଦ୍ରକ, ଚାନ୍ଦବାଲି, ଜଗତସିଂହପୁର ବାଲେଶ୍ୱର ଓ କେନ୍ଦୁଝରଗଡ଼ରେ ତାପମାତ୍ରା ୪୨ ଡିଗ୍ରୀ ରହିପାରେ। ସେହିପରି ବରଗଡ଼ ଓ ଦେବଗଡ଼ରେ ୪୧ ଏବଂ କୋରାପୁଟ ଓ ଛତ୍ରପୁରରେ ୪୦ ଡିଗ୍ରୀ ରହିପାରେ।

୨୦ ତାରିଖରେ ମଧ୍ୟ ପ୍ରବଳ ଖରା ହେବ। କିନ୍ତୁ ୧୮ ଓ ୧୯ ଅପେକ୍ଷା କମ୍ ରହିବ। ଦିନର ସର୍ବୋଚ୍ଚ ତାପମାତ୍ରା ୪୪ ଡିଗ୍ରୀକୁ ଖସିବ। ଅନୁଗୋଳରେ ସେଦିନ ସର୍ବୋଚ୍ଚ ଦିନ ତାପମାତ୍ରା ୪୪ ଡିଗ୍ରୀ ରହିପାରେ। ସେହିପରି ମାଲକାନଗିରି, ନୂଆପଡ଼ା, ବଲାଙ୍ଗିର, ଟିଟିଲାଗଡ଼, ବୌଦ୍ଧ, ସୋନପୁର, ସମ୍ବଲପୁର ଓ ଝାରସୁଗୁଡ଼ାରେ ୪୩ ଡିଗ୍ରୀ ଏବଂ ଭବାନୀପାଟଣା, ନୟାଗଡ଼, ବାଲେଶ୍ୱର, ବାରିପଦା, ସୁନ୍ଦରଗଡ଼ରେ ୪୨ ଡିଗ୍ରୀ ରହିପାରେ। କଟକ, ଭୁବନେଶ୍ୱର, ଯାଜପୁର, କେନ୍ଦ୍ରାପଡ଼ର, ରାଉରକେଲା, ରାୟଗଡ଼ା, ପାରଳାଖେମୁଣ୍ଡି, ଢେଙ୍କାନାଳ ଓ କେନ୍ଦୁଝରଗଡ଼ରେ ତାପମାତ୍ରା ୪୧ ଡିଗ୍ରୀ ରହିପାରେ।

Heat Wave Heat Wave In Odisha Weather Update Weather News
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe