Advertisment

ସକାଳୁ ସକାଳୁ ଅସହ୍ୟ ତାତି; ପଶ୍ଚିମ ଓଡ଼ିଶାରେ ଅଗ୍ନିବର୍ଷା, ଉପକୂଳରେ ଗୁଳୁଗୁଳି

ଆଜି ସକାଳୁ ସକାଳୁ ରାଜ୍ୟରେ ଅନୁଭୂତ ହେଉଛି ଅସହ୍ୟ ତାତି । ପଶ୍ଚିମ ଓଡ଼ିଶାରେ ଅଗ୍ନିବର୍ଷା ହେଉଥିବା ବେଳେ ଉପକୂଳରେ କଲବଲ କରୁଛି ଗୁଳୁଗୁଳି ।

ଅଦ୍ୟତନ ହୋଇଛି
Heat Wave

Heat Wave

Advertisment

ଆଜି ସକାଳୁ ସକାଳୁ ରାଜ୍ୟରେ ଅନୁଭୂତ ହେଉଛି ଅସହ୍ୟ ତାତି । ପଶ୍ଚିମ ଓଡ଼ିଶାରେ ଅଗ୍ନିବର୍ଷା ହେଉଥିବା ବେଳେ ଉପକୂଳରେ କଲବଲ କରୁଛି ଗୁଳୁଗୁଳି ।

Advertisment

ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ଆଜି ସକାଳ ସାଢ଼େ ୮ଟାରେ ୩୯ ଡିଗ୍ରୀ ସହ ଭବାନୀପାଟଣା ସବୁଠୁ ଉତ୍ତପ୍ତ ସହର ପାଲଟିଛି । ଟିଟିଲାଗଡ଼ରେ ୩୮, ବଲାଙ୍ଗିର ୩୭.୪, ସୋନପୁର ଓ ଝାରସୁଗୁଡ଼ା ୩୬.୬, ହୀରାକୁଦରେ ୩୬.୪, ସମ୍ବଲପୁରରେ ୩୬.୨ ଓ ବୌଦ୍ଧରେ ୩୬ ଡିଗ୍ରୀ ତାତି ରେକର୍ଡ ହୋଇଛି । ହୀରାକୁଦରେ ୩୬.୪ , ସମ୍ବଲପୁରରେ ୩୬.୨, ରାଉରକେଲାରେ ୩୫.୪, ବରଗଡରେ ୩୫.୪, ସୁନ୍ଦରଗଡରେ ୩୪ ଡିଗ୍ରୀ ଓ ତାଳଚେରରେ ତାଳଚେରରେ ୩୪.୪ ଡିଗ୍ରୀ ତାପମାତ୍ର ରେକର୍ଡ କରାଯାଇଛି।

ଆଜି ସକାଳୁ ସକାଳୁ ରାଜଧାନୀରେ ଅସହ୍ୟ ଗରମ ଓ ଗୁଳୁଗୁଳି ଅନୁଭୂତ ହେଉଛି। ସକାଳ ସାଢ଼େ ୫ଟାରେ ଭୁବନେଶ୍ୱର ତାପମାତ୍ରା ୩୧ ଡିଗ୍ରୀ ଥିବା ବେଳେ ଆର୍ଦ୍ରତା ୮୭% ଥିବାରୁ ପ୍ରବଳ ଗୁଳୁଗୁଳି ଅନୁଭୂତ ହେଉଛି। 

Advertisment

ଗତକାଲି ବଲାଙ୍ଗିରରେ ସର୍ବାଧିକ ୪୬.୩ ଡିଗ୍ରୀ ତାପମାତ୍ରା ରେକର୍ଡ ହୋଇଥିଲା । ଗତ ତିନିଦିନ ଭିତରେ ପ୍ରାୟ ୫ ଡିଗ୍ରୀ ତାପମାତ୍ରା ବୃଦ୍ଧି ପାଇଥିବା ବେଳେ ଜନଜୀବନକୁ କଲବଲ କରୁଛି।

ପାଣିପାଗ ବିଭାଗର ଆକଳନ ଅନୁୟାୟୀ ଆଜି କେରଳ ଛୁଇଁପାରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ । ଏଥିପାଇଁ ପାଗ ଅନୁକୂଳ ଥିବା ସୂଚନା ମିଳିଛି।

କେବଳ ଓଡ଼ିଶା ନୁହେଁ ଉତ୍ତର ଭାରତରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଜାରି ରହିଛି । ଦିଲ୍ଲୀରେ ଗତକାଲି ଭୀଷଣ ଗ୍ରୀଷ୍ମ ପ୍ରବାହ ଅନୁଭୂତ ହୋଇଥିବା ବେଳେ ଆଜି ବି ଗ୍ରୀଷ୍ମ ପ୍ରବାହ ଜାରି ରହିବ। ରାଜଧାନୀରେ ଆକାଶ ସାମାନ୍ୟ ମେଘୁଆ ଥିବା ବେଳେ ଦିନ ତାପମାତ୍ରା ୪୫ ଡିଗ୍ରୀ ଛୁଇଁପାରେ ବୋଲି ପାଣିପାଗ ସଂସ୍ଥା ଆକଳନ କରିଛି । ଆଜି ପାଇଁ ଦିଲ୍ଲୀକୁ ଅରେଂଜ ଆଲର୍ଟ ଜାରି କରାଯାଇଛି ।

ଆଜି ଭୟଙ୍କର ଗ୍ରୀଷ୍ମ ପ୍ରବାହ ଜାରି ହେବା ସହ ଗୁଳୁଗୁଳି ହେବ ଓ ତାପମାତ୍ରା ୪୫ ଡିଗ୍ରୀ ଅତିକ୍ରମ କରିବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ଗତକାଲିଠୁ ବୁଲେଟିନ ଜାରି କରି ସାରିଛି। ଆଜି ଦିନ ଅପେକ୍ଷା ରାତିରେ ଗୁଳୁଗୁଳି ଅଥୟ କରିବ। ଗରମ ସାଙ୍ଗକୁ ପ୍ରବଳ ଗୁଳୁଗୁଳି ହେବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରିସାରିଛି ।

Heat Wave Heat Wave In Odisha
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe