Advertisment

ଭୟଙ୍କର ଗ୍ରୀଷ୍ମ ପ୍ରବାହ; ୪୫ ଡିଗ୍ରୀ ପାର୍‌ କରିବ ତାତି!

ସମଗ୍ର ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ଯେଉଁଥିପାଇଁ ଜୀବନ ଯାତ୍ରା ପ୍ରଭାବିତ ହୋଇଛି। ଲୋକମାନେ ଘରୁ ବାହାରି ପାରୁନାହାନ୍ତି। ସକାଳ ୧୦ଟା ବେଳକୁ ରାସ୍ତାଘାଟ ଶୂନ୍‌ଶାନ୍‌ ହୋଇଯାଉଛି।

author-image
Manoranjan Sial
Heat Wave

Heat Wave

ଅସମ୍ଭାଳ ହେଉଛି ତାତି। ଆଗକୁ ଆହୁରି ବଢ଼ିବ। ଭୟଙ୍କର ରୂପ ଧାରଣ କରିବ ତାତି। ଅସ୍ତବ୍ୟସ୍ତ କରିବ ଜୀବନ ଯାତ୍ରା। ଆଜି ପରି ଆଗାମୀ ୪ ଦିନ ଘାଣ୍ଟିବ ତାତି। ସେଥିପାଇଁ ସତର୍କ ସୂଚନା ଜାରି କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର। ତେବେ ଶୁକ୍ରବାର ଓ ଶନିବାର ଭୟଙ୍କର ଗ୍ରୀଷ୍ମ ପ୍ରବାହ ହେବା ନେଇ ରେଡ୍‌ ୱାର୍ଣ୍ଣିଂ ଜାରି କରାଯାଇଛି। ସେହି ଦୁଇ ଦିନ ତାପମାତ୍ରା ୪୫ ଡିଗ୍ରୀ ପାର କରିବ ବୋଲି ଅନୁମାନ କରାଯାଉଛି।

Advertisment

ଶୁକ୍ରବାର ମୟୂରଭଞ୍ଜ, ବାଲେଶ୍ୱର, ଢେଙ୍କାନାଳ, ଝାରସୁଗୁଡ଼ା, ଗଞ୍ଜାମ, ଗଜପତି, କଳାହାଣ୍ଡି, ବଲାଙ୍ଗିର ଓ ନୂଆପଡ଼ି ଜିଲ୍ଲାରେ ଭୟଙ୍କର ଗ୍ରୀଷ୍ମ ପ୍ରବାହ ହେବ। ସେଥିପାଇଁ ରେଡ୍‌ ୱାର୍ଣ୍ଣିଂ ଜାରି କରାଯାଇଛି। ମାଲକାନଗିରି, ରାୟଗଡ଼ା, କନ୍ଧମାଳ, ସୋନପୁର, ବୌଦ୍ଧ, ବରଗଡ଼, ସମ୍ୱଲପୁର, ସୁନ୍ଦରଗଡ଼, ଦେବଗଡ଼, ଅନୁଗୋଳ, ନୟାଗଡ଼, ଖୋର୍ଦ୍ଧା, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ, ଯାଜପୁର ଓ କେନ୍ଦୁଝରରେ ଗ୍ରୀଷ୍ମ ପ୍ରବାହ ହେବାର ସମ୍ଭାବନା ରହିଛି। ସେଥିପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି।

ଶନିବାର ଗଞ୍ଜାମ, ଗଜପତି, ଖୋର୍ଦ୍ଧା, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ସୁନ୍ଦରଗଡ଼, ଝାରସୁଗୁଡ଼ା, ସୋନପୁର, ବୌଦ୍ଧ, ବଲାଙ୍ଗିର, ନୂଆପଡ଼ା ଓ କଳାହାଣ୍ଡି ଜିଲ୍ଲାରେ ଭୟଙ୍କର ଗ୍ରୀଷ୍ମ ପ୍ରବାହ ହେବ। ସେଥିପାଇଁ ରେଡ୍‌ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ମାଲକାନଗିରି, ରାୟଗଡ଼ା, ନବରଙ୍ଗପୁର, କନ୍ଧମାଳ, ନୟାଗଡ଼, ପୁରୀ, କଟକ, ଅନୁଗୋଳ, ଦେବଗଡ଼, ସମ୍ୱଲପୁର, ବରଗଡ଼, ଯାଜପୁର, କେନ୍ଦ୍ରାପଡ଼ା ଓ ଜଗତସିଂହପୁର ଜିଲ୍ଲାରେ ଗ୍ରୀଷ୍ମ ଜାରି ହେବାର ସମ୍ଭାବନା ରହିଛି। ସେଥିପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି।

Advertisment

ରବିବାର ଓ ସୋମବାର ନୂଆପଡ଼ା, ବଲାଙ୍ଗିର, ବୌଦ୍ଧ,ସୋନପୁର, ଝାରସୁଗୁଡ଼ା, ସୁନ୍ଦରଗଡ଼, ଗଜପତି, ଗଞ୍ଜାମ, ଖୋର୍ଦ୍ଧା, ଢେଙ୍କାନାଳ, କେନ୍ଦୁଝର, ଭଦ୍ରକ, ବାଲେଶ୍ୱର ଓ ମୟୂରଭଞ୍ଜ ଜିଲ୍ଲାରେ ଭୟଙ୍କର ଗ୍ରୀଷ୍ମ ପ୍ରବାହ ଜାରି ହେବ। ସେହିପରି କେନ୍ଦ୍ରାପଡ଼ା, ଜଗତସିଂହପୁର,ପୁରୀ, ଯାଜପୁର, କଟକ, ନୟାଗଡ଼, ଅନୁଗୋଳ, ଦେବଗଡ଼, କନ୍ଧମାଳ,ରାୟଗଡ଼ା, ବରଗଡ଼, ନବରଙ୍ଗପୁର, କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ ପ୍ରବଳ ଗ୍ରୀଷ୍ମ ହେବାର ସମ୍ଭାବନା ରହିଛି। ସେଥିପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି।

ସମଗ୍ର ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ଯେଉଁଥିପାଇଁ ଜୀବନ ଯାତ୍ରା ପ୍ରଭାବିତ ହୋଇଛି। ଲୋକମାନେ ଘରୁ ବାହାରି ପାରୁନାହାନ୍ତି। ସକାଳ ୧୦ଟା ବେଳକୁ ରାସ୍ତାଘାଟ ଶୂନ୍‌ଶାନ୍‌ ହୋଇଯାଉଛି। ସେପଟେ ଦିନର ତାକୁ ବଳି ଯାଉଛି ରାତିର ଗୁଳୁଗୁଳି। ରାତି ପ୍ରବଳ ଗୁଳୁଗୁଳି ହେଉଥିବାରୁ ଅଥୟ କରିଛି ଯନ୍ତ୍ରଣା।

Heat Wave Heat Wave In Odisha Weather Report