Advertisment

୪ ଦିନ ନିଆଁ ବର୍ଷା! ଏହି ସବୁ ଜିଲ୍ଲାକୁ ରେଡ୍‌ ୱାର୍ଣ୍ଣିଂ

ସକାଳ ୧୧ରୁ ଅପରାହ୍ନ ୩ଟା ଭିତରେ ଘରୁ ବାହାରିଲେ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରିବାକୁ ପରାମର୍ଶ ଦେଇଛନ୍ତି ପାଣିପାଗ ବିଭାଗ।

author-image
Manoranjan Sial
undefined

Heat Wave

ଭୟଙ୍କର ହେଉଛି ତାତି। ତା’ ସାଙ୍ଗକୁ ଗୁଳୁଗୁଳି। ନା ଘରୁ ବାହାରି ହେଉଛି ନା ଘରେ ବସି ହେଉଛି। ଯେଉଁଥିପାଇଁ ଜୀବନଯାତ୍ରା ଏକ ପ୍ରକାର ଅସ୍ତବ୍ୟସ୍ତ କରିଦେଇଛି। ଆଜି ପରି ଆଗାମୀ ୪ ଦିନ ପର୍ଯ୍ୟନ୍ତ ରାଜ୍ୟରେ ଅଧିକାଂଶ ଜିଲ୍ଲାରେ ଏପରି ଭୟଙ୍କର ତାତି ଦେଖିବାକୁ ମିଳିବ। ସେଥିପାଇଁ ରେଡ୍‌ ୱାର୍ଣ୍ଣିଂ କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର। ସକାଳ ୧୧ରୁ ଅପରାହ୍ନ ୩ଟା ଭିତରେ ଘରୁ ବାହାରିଲେ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରିବାକୁ ପରାମର୍ଶ ଦେଇଛନ୍ତି ପାଣିପାଗ ବିଭାଗ।

Advertisment

ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ଜାରି କରିଥିବା ବୁଲେଟିନ୍‌ ଅନୁସାରେ ଶନିବାର ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର, ବୌଦ୍ଧ, ଅନୁଗୋଳ, ଢେଙ୍କାନାଳ, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା ଜିଲ୍ଲାରେ ଭୟଙ୍କର ଗ୍ରୀଷ୍ମ ପ୍ରବାହ ଜାରି ହେବ। ସେଥିପାଇଁ ରେଡ୍‌ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ଜଗତସିଂହପୁର, ଯାଜପୁର, କଟକ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କନ୍ଧମାଳ, ରାୟଗଡ଼ା, କଳାହାଣ୍ଡି, ମାଲକାନଗିରି, ନବରଙ୍ଗପୁର, ବଲାଙ୍ଗିର, ସୋନପୁର, ବରଗଡ଼, ସମ୍ୱଲପୁର ଓ ଦେବଗଡ଼ ଜିଲ୍ଲାରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଜାରି ହେବ। ସେଥିପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି।ଏହାଛଡ଼ା ପୁରୀ ଓ କୋରାପୁଟ ଜିଲ୍ଲାରେ ମଧ୍ୟ ଗ୍ରୀଷ୍ମ ପ୍ରବାହଜାରି ହେବାର ସମ୍ଭାବନା ରହିଛି। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ତାପମାତ୍ରା ୪୫ ଡିଗ୍ରୀ କିମ୍ୱା ତା’ଠାରୁ ଅଧିକ ରେକର୍ଡ ହୋଇପାରେ। ସେହି ସବୁ ସହର ଗୁଡ଼ିକ ହେଲା ବାରିପଦା, ନୂଆପଡ଼ା, ବଲାଙ୍ଗିର, ଟିଟିଲାଗଡ଼, ଝାରସୁଗୁଡ଼ା ଓ ବୌଦ୍ଧ।

ରବିବାର କେନ୍ଦ୍ରାପଡ଼ା, କଟକ, ଖୋର୍ଦ୍ଧା, ଢେଙ୍କାନାଳ, ଯାଜପୁର, କେନ୍ଦୁଝର,ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଅନୁଗୋଳ, ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ୱଲପୁର, ବୌଦ୍ଧ, ବଲାଙ୍ଗିର, ନୂଆପଡ଼ା ଓ କଳାହାଣ୍ଡିରେ ଜିଲ୍ଲାରେ ଭୟଙ୍କର ଗ୍ରୀଷ୍ମ ପ୍ରବାହ ହେବାର ସମ୍ଭାବନା ରହିଛି। ସେଥିପାଇଁ ରେଡ୍‌ ୱାର୍ଣ୍ଣିଂ ଜାରି କରାଯାଇଛି। ବରଗଡ଼, ଦେବଗଡ଼, ଜଗତସିଂହପୁର, ପୁରୀ, ନୟାଗଡ଼, ଗଞ୍ଜାମ, ଗଜପତି, କନ୍ଧମାଳ, ରାୟଗଡ଼ା, କୋରାପୁଟ, ନବରଙ୍ଗପୁର ଓ ମାଲକାନଗିରି ଜିଲ୍ଲାରେ ଗ୍ରୀଷ୍ମ ପ୍ରବାହ ହେବାର ସମ୍ଭାବନା ରହିଛି। ସେଥିପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ତାପମାତ୍ରା ୪୫ ଡିଗ୍ରୀ କିମ୍ୱା ତା’ଠାରୁ ଅଧିକ ରେକର୍ଡ ହୋଇପାରେ। ସେହି ସବୁ ସହର ଗୁଡ଼ିକ ହେଲା ବାରିପଦା, ନୂଆପଡ଼ା, ବଲାଙ୍ଗିର, ଟିଟିଲାଗଡ଼, ସମ୍ୱଲପୁର, ଅନୁଗୋଳ, ଭବାନୀପାଟଣା, ଝାରସୁଗୁଡ଼ା ଓ ବୌଦ୍ଧ।

Advertisment

ସୋମବାର ଓ ମଙ୍ଗଳବାର ମୟୂରଭଞ୍ଜ, କେନ୍ଦୁଝର, ଢେଙ୍କାନାଳ, ଅନୁଗୋଳ, ବୌଦ୍ଧ, ସୁନ୍ଦରଗଡ଼, ଝାରସୁଗୁଡ଼ା ଓ ନୂଆପଡ଼ା ଜିଲ୍ଲାରେ ଭୟଙ୍କର ଗ୍ରୀଷ୍ମ ପ୍ରବାହ ଜାରି ହେବାର ସମ୍ଭାବନା ରହିଛି। ସେଥିପାଇଁ ରେଡ୍‌ ୱାର୍ଣ୍ଣିଂ ଜାରି କରାଯାଇଛି। ନବରଙ୍ଗପୁର, କଳାହାଣ୍ଡି, ବଲାଙ୍ଗିର, ସୋନପୁର, ବରଗଡ଼, ସମ୍ୱଲପୁର, ଦେବଗଡ଼, ନୟାଗଡ଼, ଖୋର୍ଦ୍ଧା, କଟକ, ଯାଜପୁର, ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ ଓ ବାଲେଶ୍ୱର ଜିଲ୍ଲାରେ ଗ୍ରୀଷ୍ମ ପ୍ରବାହ ଜାରି ହୋଇପାରେ। ସେଥିପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ପୁରୀ, ଗଞ୍ଜାମ, ଗଜପତି, କନ୍ଧମାଳ, ରାୟଗଡ଼ା, କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ ଗ୍ରୀଷ୍ମ ପ୍ରବାହଜାରି ହେବ। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ତାପମାତ୍ରା ୪୫ ଡିଗ୍ରୀ କିମ୍ୱା ତା’ଠାରୁ ଅଧିକ ରେକର୍ଡ ହୋଇପାରେ। ସେହି ସବୁ ସହର ଗୁଡ଼ିକ ହେଲା ନୂଆପଡ଼ା, ଟିଟିଲାଗଡ଼, ଝାରସୁଗୁଡ଼ା ଓ ବୌଦ୍ଧ।

Heat Wave Heat Wave In Odisha Weather Report