Heat Wave
ତାତିରେ ବ୍ରେକ୍ ଲାଗିବାର ନାଁ ଧରୁନି। ଆଜି ପରି ଆସନ୍ତାକାଲି ଅର୍ଥାତ ବୁଧବାର ମଧ୍ୟ କଟକକୁ ରେଡ୍ ୱାର୍ଣ୍ଣିଂ ଜାରି କରାଯାଇଛି। ରାଜଧାନୀ ଭୁବନେଶ୍ୱର ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଏଥିରୁ ଲାଗୁଛି ଯେମିତି ଆସନ୍ତା ୪ ତାରିଖ ପର୍ଯ୍ୟନ୍ତ ଗ୍ରୀଷ୍ମ ପ୍ରବାହ ଓ ଅସମ୍ଭାଳ ଗୁଳୁଗୁଳିରୁ ତ୍ରାହି ମିଳିବ ନାହିଁ।
ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ଜାରି କରିଥିବା ବୁଲେଟିନ୍ ଅନୁସାରେ ବୁଧବାର ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କଟକ, ଢେଙ୍କାନାଳ, ଅନୁଗୋଳ ଓ ବୌଦ୍ଧ ଜିଲ୍ଲାରେ ଭୀଷଣ ଗ୍ରୀଷ୍ମ ପ୍ରବାହ ଜାରି ହେବାର ସମ୍ଭାବନା ରହିଛି। ସେଥିପାଇଁ ରେଡ୍ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ଦେବଗଡ଼, ସୁନ୍ଦରଗଡ଼, ବରଗଡ଼, ସୋନପୁର, ବଲାଙ୍ଗିର, ନୂଆପଡ଼ା, କଳାହାଣ୍ଡି, ନୟାଗଡ଼, ଖୋର୍ଦ୍ଧା ଓ ମାଲକାନଗିରିରେ ଗ୍ରୀଷ୍ମ ପ୍ରବାହ ଜାରି ହେବ। ସେଥିପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ତେବେ କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, ଗଜପତି, ଗଞ୍ଜାମ,କନ୍ଧମାଳ ଓ ପୁରୀ ଜିଲ୍ଲାରେ ଗ୍ରୀଷ୍ମ ପ୍ରବାହ ସାଙ୍ଗକୁ ପ୍ରବଳ ଗୁଳୁଗୁଳି ହେବାର ସମ୍ଭାବନା ରହିଛି। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
ଗୁରୁବାର ବୌଦ୍ଧ,ଅନୁଗୋଳ,କେନ୍ଦୁଝର, ମୟୂରଭଞ୍ଜ, ସୁନ୍ଦରଗଡ଼ ଓ ଝାରସୁଗଉଡ଼ାରେ ଭୀଷଣ ଗ୍ରୀଷ୍ମ ପ୍ରବାହ ଜାରି ହେବାର ସମ୍ଭାବନା ରହିଛି। ସେଥିପାଇଁ ରେଡ୍ ୱାର୍ଣ୍ଣିଂ ଜାରି କରାଯାଇଛି। ଏହାଛଡ଼ା କଳାହାଣ୍ଡି, ନୂଆପଡ଼ା, ବଲାଙ୍ଗିର, ସୋନପୁର, ବରଗଡ଼,ସମ୍ୱଲପୁର, ଦେବଗଡ଼, ନୟାଗଡ଼ ଓ ଢେଙ୍କାନାଳ ଜିଲ୍ଲାରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ହେବ। ସେଥିପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ତେବେ ନବରଙ୍ଗପୁର, ଖୋର୍ଦ୍ଧା, କଟକ,ଜଗତସିଂହପୁର, କେନ୍ଦ୍ରାପଡ଼ା, ଯାଜପୁର, ଭଦ୍ରକ ଓ ବାଲେଶ୍ୱର ଜିଲ୍ଲାରେ ଗ୍ରୀଷ୍ମ ପ୍ରବାହ ଜାରି ହେବ। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
ଶୁକ୍ରବାର ବୌଦ୍ଧ, ଅନୁଗୋଳ, ସମ୍ୱଲପୁର, ଝାରସୁଗୁଡ଼ା, ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଜାରି ହେବାର ସମ୍ଭାବନା ରହିଛି। ସେଥିପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ତେବେ ବାଲେଶ୍ୱର, ଭଦ୍ରକ, ଯାଜପୁର, କଟକ, ଢେଙ୍କାନାଳ, ନୟାଗଡ଼, ସୋନପୁର, ବରଗଡ଼, ବଲାଙ୍ଗିର, ନୂଆପଡ଼ା ଓ କଳାହାଣ୍ଡି ଜିଲ୍ଲାରେ ଗ୍ରୀଷ୍ମ ପ୍ରବାହ ଜାରି ହେବାର ସମ୍ଭାବନା ରହିଛି। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
ଶନିବାର ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ ଓ ଅନୁଗୋଳ ଜିଲ୍ଲାରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଜାରି ହେବ। ଢେଙ୍କାନାଳ, ନୟାଗଡ଼, ଦେବଗଡ଼,ସମ୍ୱଲପୁର, ସୋନପୁର, ବୌଦ୍ଧ, ବରଗଡ଼, ବଲାଙ୍ଗିର ଓ କଳାହାଣ୍ଡି ଜିଲ୍ଲାରେ ଗ୍ରୀଷ୍ମ ପ୍ରବାହ ଜାରି ହେବାର ସମ୍ଭାବନା ରହିଛି। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
ସେପଟେ ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ ଯୋଗୁ ରାଜ୍ୟରେ ବଢୁଛି ଅଂଶୁଘାତ। ଆଜି ସୁଦ୍ଧା ୩୬୭ ଜଣ ଅଂଶୁଘାତ ଓ ହିଟ ରିଲେଟେଡ୍ ଇଲନେସ ଯୋଗୁ ମେଡିକାଲରେ ଭର୍ତ୍ତି ହୋଇଛନ୍ତି। ସୁନ୍ଦରଗଡ଼ରେ ସର୍ବାଧିକ ୬୦ ଓ ମୟୂରଭଞ୍ଜରେ ମେଡିକାଲରେ ଭର୍ତ୍ତି ହୋଇଛନ୍ତି ୫୦ ଜଣ। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ଅଂଶୁଘାତ ନେଇଛି ୨ ଜଣଙ୍କର ଜୀବନ। ହିଟୱେଭର ପିକ୍ ଆୱାରରେ ଘରେ ରହିବା ପାଇଁ ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ପରାମର୍ଶ ଦେଇଛି। ଅତ୍ୟଧିକ ଖରା ଯୋଗୁ ହୋଇପାରେ ସନ ବର୍ଣ୍ଣ ଭଳି ଚର୍ମ ରୋଗ। ଅତ୍ୟଧିକ ଖରା ଯୋଗୁ ମୁଣ୍ଡ ବୁଲେଇଲେ କିମ୍ବା ଗଳା ଶୁଖିଲେ ତୁରନ୍ତ ଡାକ୍ତରଖାନା ଯାଆନ୍ତୁ। ଛୋଟ ପିଲା, ବୟସ୍କ, ଗର୍ଭବତୀ ଅଧିକ ସତର୍କ ରହିବା ପାଇଁ ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକଙ୍କ ପରାମର୍ଶ ଦେଇଛନ୍ତି।
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
Follow Us/odisha-reporter/media/post_attachments/uploadimage/library/16_9/16_9_0/Heat_Wave_1714043031.jpg)