Heat Wave
ପହିଲି ରଜରେ ଅଥୟ କରିବ ତାତି। ରାଜୁତି କରିବ ଗ୍ରୀଷ୍ମ ପ୍ରବାହ ସାଙ୍ଗକୁ ଅସମ୍ଭାଳ ଗୁଳୁଗୁଳି। ପଶ୍ଚିମ ଓଡ଼ିଶାରେ ଗ୍ରୀଷ୍ମ ପ୍ରବାହ ଓ ଉପକୂଳ ଓଡ଼ିଶାରେ ପ୍ରବଳ ଗୁଳୁଗୁଳି ହେବାର ସମ୍ଭାବନା ରହିଛି। ତାପମାତ୍ରା କେତେକ ଜିଲ୍ଲାରେ ୪୩ରୁ ୪୪ ଡିଗ୍ରୀ ଅତିକ୍ରମ କରିପାରେ। ସେଥିପାଇଁ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ସତର୍କ ସୂଚନା ଜାରି କରିଛି।
ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ଜାରି କରିଥିବା ବୁଲେଟିନ୍ ଅନୁସାରେ ଆସନ୍ତାକାଲି ଅର୍ଥାତ ମଙ୍ଗଳବାର ଝାରସୁଗୁଡ଼ା, ନୂଆପଡ଼ା,ବଲାଙ୍ଗିର, ବୌଦ୍ଧ, ଗଜପତି, ଗଞ୍ଜାମ, ନୟାଗଡ଼, ଖୋର୍ଦ୍ଧା, ଜଗତସିଂହପୁର ଓ ବାଲେଶ୍ୱର ଜିଲ୍ଲାର ଗ୍ରୀଷ୍ମ ପ୍ରବାହ ହେବାର ସମ୍ଭାବନା ରହିଛି। ସେହିପରି ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ପୁରୀ ଜିଲ୍ଲାରେ ପ୍ରବଳ ଗୁଳୁଗୁଳି ହେବାର ସମ୍ଭାବନା ରହିଛି। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
ବୁଧବାରରୁ ଶୁକ୍ରବାର(ପହିଲି ରଜ) ପର୍ଯ୍ୟନ୍ତ ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ୱଲପୁର, ସୋନପୁର, ବୌଦ୍ଧ,ବଲାଙ୍ଗିର ଓ ନୂଆପଡ଼ା ଜିଲ୍ଲାରେ ଗ୍ରୀଷ୍ମ ପ୍ରବାହ ହେବାର ସମ୍ଭାବନା ରହିଛି। ସେହିପରି ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ଖୋର୍ଦ୍ଧା, ନୟାଗଡ଼, ପୁରୀ, ଗଜପତି ଓ ଗଞ୍ଜାମ ଜିଲ୍ଲାରେ ପ୍ରବଳ ଗୁଳୁଗୁଳି ହେବ। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
ମୌସୁମୀ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶିକ ମନୋରମା ମହାନ୍ତି କହିଛନ୍ତି, ମୌସୁମୀ କେବଳ ମାଲକାନଗିରି ଜିଲ୍ଲା ପର୍ଯ୍ୟନ୍ତ ଆସିଛି। ଏବେ ସ୍ଥିତି ଅନୁକୂଳ ନଥିବାରୁ ଅନ୍ୟ ଜିଲ୍ଲାକୁ ଅଗ୍ରସର ହୋଇପାରିନି। ଆଗାମୀ ୩ରୁ ୪ ଦିନ ପର୍ଯ୍ୟନ୍ତ ମୌସୁମୀ ଆଗକୁ ବଢ଼ିବାର କିଛି ସମ୍ଭାବନା ନାହିଁ ବୋଲି ମନୋରମା ମହାନ୍ତି କହିଛନ୍ତି।
ସେ ଆହୁରି ମଧ୍ୟ କହିଛନ୍ତି, ଆଗାମୀ ୫ ଦିନ କମ୍ ବର୍ଷା ହେବ। କାଁଭାଁ ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହିତ ବର୍ଷା ହୋଇପାରେ। ବର୍ଷା ସମୟରେ ପବନର ବେଗ ଘଣ୍ଟା ପ୍ରତି ୩୦ରୁ ୪୦ କିମି ରହିବ। ଏଥିପାଇଁ ସତର୍କସୂଚନା ଜାରି କରାଯାଇଛି। ମଙ୍ଗଳବାର ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ,ବାଲେଶ୍ୱର, ଭଦ୍ରକ, ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ କେତେକ ଅଞ୍ଚଳରେ ବର୍ଷା ସହ ଘଡ଼ଘଡ଼ି ଓ ବିଜୁଳି ମାରିବାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାରେ ଘଣ୍ଟା ପ୍ରତି ୩୦ରୁ ୪୦ କିମି ବେଗରେ ପବନ ବୋହିପାରେ। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ଜାରି କରିଥିବା ବୁଲେଟିନ୍ ଅନୁସାରେ ବୁଧବାର ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ନୂଆପଡ଼ା, ରାୟଗଡ଼ା, କନ୍ଧମାଳ, ବଲାଙ୍ଗିର, କଳାହାଣ୍ଡି, ଦେବଗଡ଼, ସୁନ୍ଦରଗଡ଼, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାରେ କେତେକ ଅଞ୍ଚଳରେ ବର୍ଷା ସହ ଘଡ଼ଘଡ଼ି ଓ ବିଜୁଳି ମାରିବାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାରେ ଘଣ୍ଟା ପ୍ରତି ୩୦ରୁ ୪୦ କିମି ବେଗରେ ପବନ ବୋହିପାରେ। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
ଗୁରୁବାର ଭଦ୍ରକ, ବାଲେଶ୍ୱର, ମୟୂରଭଞ୍ଜ, କେନ୍ଦୁଝର, ସୋନପୁର,ବଲାଙ୍ଗିର, ବୌଦ୍ଧ, ବଲାଙ୍ଗିର, ନୂଆପଡ଼ା, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ନୟାଗଡ଼, ଗଜପତି,ଗଞ୍ଜାମ ଓ ପୁରୀ ଜିଲ୍ଲାରେ କେତେକ ଅଞ୍ଚଳରେ ବର୍ଷା ସହ ଘଡ଼ଘଡ଼ି ଓ ବିଜୁଳି ମାରିବାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାରେ ଘଣ୍ଟା ପ୍ରତି ୩୦ରୁ ୪୦ କିମି ବେଗରେ ପବନ ବୋହିପାରେ। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
Follow Us/odisha-reporter/media/post_attachments/uploadimage/library/16_9/16_9_0/Heat_Wave_1716981067.jpg)