/odisha-reporter/media/post_attachments/uploadimage/library/16_9/16_9_0/Rain__1751547009.jpg)
Rain
ରାଜ୍ୟରେ ବର୍ଷା ଜାରି ରହିଥିବା ବେଳେ ଆସନ୍ତା ୬ ତାରିଖ ପର୍ଯ୍ୟନ୍ତ ବିଭିନ୍ନ ଜିଲ୍ଲାରେ ପ୍ରବଳ ଓ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ଥିବା ଆକଳନ କରିଛି ପାଣିପାଗ ବିଭାଗ। ସେଥିପାଇଁ ଅରେଞ୍ଜ (କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ପାଇଁ ପ୍ରସ୍ତୁତ ରୁହନ୍ତୁ) ଓ ୟେଲୋ (ସତର୍କ ରୁହନ୍ତୁ) ୱାର୍ଣ୍ଣିଂ ଜାରି କରାଯାଇଛି।
ଆସନ୍ତାକାଲି ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ସୁନ୍ଦରଗଡ଼, ସମ୍ବଲପୁର, ଝାରସୁଗୁଡ଼ା ଓ ବରଗଡ଼ ଜିଲ୍ଲାର ଗୋଟିଏ ବା ଦୁଇଟି ସ୍ଥାନରେ ଝଟକା ପବନ (ଘଣ୍ଟା ପ୍ରତି ୩୦ରୁ ୪୦ କିମି) ଓ ବଜ୍ରପାତ ସହିତ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି।
ଏହି ସମୟ ମଧ୍ୟରେ ସୋନପୁର, ବୌଦ୍ଧ, ବଲାଙ୍ଗିର, ନୂଆପଡ଼ା, ନବରଙ୍ଗପୁର, କୋରାପୁଟ, ମାଲକାନଗିରି, କଳାହାଣ୍ଡି, ରାୟଗଡ଼ା, ଗଜପତି ଓ କନ୍ଧମାଳ ଜିଲ୍ଲାର ଗୋଟିଏ ବା ଦୁଇଟି ସ୍ଥାନରେ ଘଣ୍ଟା ପ୍ରତି ୩୦ରୁ ୪୦ କିମି ବେଗରେ ଝଟକା ପବନ ବହିବା ସହିତ ବଜ୍ରପାତ ଓ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
ଆସନ୍ତାକାଲି ସକାଳ ସାଢ଼େ ୮ଟାରୁ ୫ ତାରିଖ ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ସୁନ୍ଦରଗଡ଼ ଜିଲ୍ଲାର ଗୋଟିଏ ବା ଦୁଇଟି ସ୍ଥାନରେ ଝଟକା ପବନ ଓ ବଜ୍ରପାତ ସହିତ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ସୋନପୁର, ବଲାଙ୍ଗିର ଓ ନୂଆପଡ଼ା ଜିଲ୍ଲାର ଗୋଟିଏ ବା ଦୁଇଟି ସ୍ଥାନରେ ଝଟକା ପବନ ଓ ବଜ୍ରପାତ ସହିତ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
୫ ତାରିଖ ସକାଳ ସାଢ଼େ ୮ଟାରୁ ୬ ତାରିଖ ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ସୁନ୍ଦରଗଡ଼ ଜିଲ୍ଲାର ଗୋଟିଏ ବା ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଓ ବଜ୍ରପାତ ହେବାର ସମ୍ଭାବନା ଥିବାରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି।
ସେହିପରି ଏହି ସମୟ ମଧ୍ୟରେ ମୟୂରଭଞ୍ଜ, ବାଲେଶ୍ୱର ଓ କେନ୍ଦୁଝର ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
୬ ତାରିଖ ସକାଳ ସାଢ଼େ ୮ଟାରୁ ୭ ତାରିଖ ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼ ଓ ଝାରସୁଗୁଡ଼ା ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
