Advertisment

ଶୀତରେ ଥରୁଛି ସାରା ରାଜ୍ୟ; ୧୦ ଡିଗ୍ରୀ ତଳେ ୧୦ ସହର

ଶୀତରେ ଥରୁଛି ସାରା ରାଜ୍ୟ। ଧୀରେ ଧୀରେ ବଢ଼ୁଛି ଜାଡ଼ । ଗତକାଲି ରାତିରେ ୧୦ ସହରର ତାପମାତ୍ରା ୧୦ ଡିଗ୍ରୀ ତଳକୁ ଖସି ଆସିଥିଲା।

author-image
Niharika Rout
Koraput

Koraput

ଶୀତରେ ଥରୁଛି ସାରା ରାଜ୍ୟ। ଧୀରେ ଧୀରେ ବଢ଼ୁଛି ଜାଡ଼ । ଗତକାଲି ରାତିରେ ୧୦ ସହରର ତାପମାତ୍ରା ୧୦ ଡିଗ୍ରୀ ତଳକୁ ଖସି ଆସିଥିଲା। ଗତ କିଛି ଦିନ ହେବ ରାଜ୍ୟର ଅଧିକାଂଶ ସହରର ତାପମାତ୍ରା ୧୦ ଡିଗ୍ରୀ ତଳେ ରହୁଛି। ଫଳରେ ଶୀତରେ ଥରହର ହେଉଛନ୍ତି ଲୋକେ।

Advertisment

ଗତ ରାତିରେ କନ୍ଧମାଳ ଫୁଲବାଣୀ ଓ ଜି. ଉଦୟଗିରିରେ ତାପମାତ୍ରା ୮ ଡିଗ୍ରୀକୁ ଖସିଆସିଛି । ଆଗକୁ ମଧ୍ୟ ରାଜ୍ୟର ବିଭିନ୍ନ ଅଞ୍ଚଳରେ ତାପମାତ୍ରା ଖସିବା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ୪ରୁ ୫ ଦିନ ଯାଏଁ ଏଭଳି ପାଗ ଲାଗି ରହିବ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ ।

ଭୁବନେଶ୍ୱରସ୍ଥିତ ଆଞ୍ଚଳିତ ପାଣିପାଗ ବିଭାଗ ପକ୍ଷରୁ ହୋଇଥିବା ଟ୍ୱିଟ ଅନୁଯାୟୀ, ଆଜି କନ୍ଧମାଳର ଜି.ଉଦୟଗିରି ଓ ସୁନ୍ଦରଗଡ଼ ଜିଲ୍ଲାର କିରେଇରେ ସର୍ବନିମ୍ନ ତାପମାତ୍ରା ୮ ଡିଗ୍ରୀ ରେକର୍ଡ କରାଯାଇଛି। କୋରାପୁଟରେ ୮.୬ ଡିଗ୍ରୀ, ଅନୁଗୁଳ ଓ କେନ୍ଦୁଝର ଓ କନ୍ଧମାଳ ଜିଲ୍ଲାର ଫୁଲବାଣୀ ଓ ଦାରିଙ୍ଗବାଡ଼ିରେ ୯ ଡିଗ୍ରୀ ରେକର୍ଡ କରାଯାଇଛି। ସେହିପରି ଭଦ୍ରକର ରାଣୀତାଲରେ ୯.୬ ଡିଗ୍ରୀ, ସୁନ୍ଦରଗଡ଼ରେ ୯.୮ ଡିଗ୍ରୀ ଓ ରାଉରକେଲାରେ ୯.୮ ଡିଗ୍ରୀ ରେକର୍ଡ କରାଯାଇଛି।

Advertisment

ଏଥିସହ ଟୁଇନ ସିଟି କଟକ, ଭୁବନେଶ୍ୱରରେ ସର୍ବନିମ୍ନ ତାପମାତ୍ରା ୧୩.୫ ଡିଗ୍ରୀ ରେକର୍ଡ କରାଯାଇଛି।

କିଛି ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର କୁହୁଡ଼ି ସମ୍ଭାବନା ରହିଛି। ଆଜି କୋରାପୁଟ, କଳାହାଣ୍ଡି, କନ୍ଧମାଳ, ବଲାଙ୍ଗିର, ବୌଦ୍ଧ, ଅନୁଗୁଳ, ଢେଙ୍କାନାଳ, ରାୟଗଡ଼ା, ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର, ଏବଂ ମୟୂରଭଂଜ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର କୁହୁଡ଼ି ସମ୍ଭାବନା ରହିଛି। 

Winter Cold Wave