/odisha-reporter/media/post_attachments/uploadimage/library/16_9/16_9_0/weather_1699254970.jpg)
weather
ରାଜ୍ୟରେ ଶୀତ ଆରମ୍ଭ ହୋଇଗଲାଣି। ଦିନକ ପରେ ରାଜ୍ୟରେ ଶୀତର ପ୍ରକୋପ ବଢ଼ିବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଟ୍ୱିଟ୍ କରି ସୂଚନା ଦିଆଯାଇଛି।
ପାଣିପାଗର କେନ୍ଦ୍ରର ସୂଚନା ଅନୁସାରେ, ଆଗାମୀ ୨୪ ଘଣ୍ଟାରେ ରାଜ୍ୟରେ ରାତ୍ରି ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହେବାର ସମ୍ଭାବନା ନାହିଁ। ପରବର୍ତ୍ତୀ ସମୟରେ ରାଜ୍ୟର ଅନେକ ସ୍ଥାନରେ ରାତ୍ରି ତାପମାତ୍ରାରେ ୩ ରୁ ୪ ଡ଼ିଗ୍ରୀ ହ୍ରାସ ଘଟିବାରେ ସମ୍ଭାବନା ରହିଛି।
ଦୁଇଦିନ ହେବ ରାଜ୍ୟରେ କୋହଲା ପାଗ ଲାଗି ରହିଛି। ଶନିବାର ରାଜ୍ୟରେ ବର୍ଷା ସହ ପବନ ହୋଇଥିଲା। ପାହାନ୍ତିଆ ଓ ସନ୍ଧ୍ୟା ସମୟରେ ଶୀତ ଅନୁଭୂତ ହେଉଛି। ଏହା ସହ କିଛି ସ୍ଥାନରେ କୁହୁଡ଼ି ପଡ଼ିଥିବା ଦେଖିବାକୁ ମିଳିଛି। ଦାରିଙ୍ଗିବାଡ଼ିରେ ଅଧିକ ଶୀତ ଅନୁଭୂତ ହେଉଛି।
ଆଗାମୀ #୨୪ଘଣ୍ଟା ରେ ରାଜ୍ୟରେ ରାତ୍ରି ତାପମାତ୍ରାରେ ବିଶେଷ ପରିବର୍ତ୍ତନ ର ସମ୍ଭାବନା ନଥିବା ବେଳେ
ପରବର୍ତୀ ସମୟରେ ରାଜ୍ୟର ଅନେକ ସ୍ଥାନରେ ରାତ୍ରି ତାପମାତ୍ରା ରେ ୩ ରୁ #୪ଡ଼ିଗ୍ରୀ ହ୍ରାସ ଘଟିବାରେ ସମ୍ଭାବନା ରହିଛି pic.twitter.com/XnXrzqdcbB
— Meteorological Centre, Bhubaneswar (@mcbbsr) November 6, 2023
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
