Advertisment

ଖସିବ ପାରଦ; ଦିନକ ପରେ ବଢ଼ିବ ଶୀତ

ଆଗାମୀ ୨୪ ଘଣ୍ଟାରେ ରାଜ୍ୟରେ ରାତ୍ରି ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହେବାର ସମ୍ଭାବନା ନାହିଁ।

ଅଦ୍ୟତନ ହୋଇଛି
weather

weather

Advertisment

ରାଜ୍ୟରେ ଶୀତ ଆରମ୍ଭ ହୋଇଗଲାଣି। ଦିନକ ପରେ ରାଜ୍ୟରେ ଶୀତର ପ୍ରକୋପ ବଢ଼ିବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଟ୍ୱିଟ୍‌ କରି ସୂଚନା ଦିଆଯାଇଛି।

Advertisment

ପାଣିପାଗର କେନ୍ଦ୍ରର ସୂଚନା ଅନୁସାରେ, ଆଗାମୀ ୨୪ ଘଣ୍ଟାରେ ରାଜ୍ୟରେ ରାତ୍ରି ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହେବାର ସମ୍ଭାବନା ନାହିଁ। ପରବର୍ତ୍ତୀ ସମୟରେ ରାଜ୍ୟର ଅନେକ ସ୍ଥାନରେ ରାତ୍ରି ତାପମାତ୍ରାରେ ୩ ରୁ ୪ ଡ଼ିଗ୍ରୀ ହ୍ରାସ ଘଟିବାରେ ସମ୍ଭାବନା ରହିଛି।

ଦୁଇଦିନ ହେବ ରାଜ୍ୟରେ କୋହଲା ପାଗ ଲାଗି ରହିଛି। ଶନିବାର ରାଜ୍ୟରେ ବର୍ଷା ସହ ପବନ ହୋଇଥିଲା। ପାହାନ୍ତିଆ ଓ ସନ୍ଧ୍ୟା ସମୟରେ ଶୀତ ଅନୁଭୂତ ହେଉଛି। ଏହା ସହ କିଛି ସ୍ଥାନରେ କୁହୁଡ଼ି ପଡ଼ିଥିବା ଦେଖିବାକୁ ମିଳିଛି। ଦାରିଙ୍ଗିବାଡ଼ିରେ ଅଧିକ ଶୀତ ଅନୁଭୂତ ହେଉଛି।

Advertisment

Weather Report Weather Condiction
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe