Advertisment

ଏହି ସବୁ ଜିଲ୍ଲାରେ ହେବ ଭୀଷଣରୁ ଅତି ଭୀଷଣ ବର୍ଷା!

ଆଗାମୀ ୨୪ ଘଣ୍ଟାଭିତରେ କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ ପ୍ରବଳରୁ ଅତି ଭୀଷଣ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାରେ ୨୦ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହେବ।

Heavy Rain

Heavy Rain

Advertisment

ରାଜ୍ୟର ୪ ଜିଲ୍ଲାରେ ଭୀଷଣରୁ ଅତି ଭୀଷଣ ବର୍ଷା ହେବାର ସମ୍ଭାବନା ରହିଛି। ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ଏମିତିକା ବର୍ଷା ହୋଇପାରେ। ଏହାଛଡ଼ା ଆଉ କେତେକ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ରହିଛି। ବର୍ଷା ୪ରୁ ୫ ଦିନ ପର୍ଯ୍ୟନ୍ତ ଲାଗି ରହିବ ବୋଲି ପୂର୍ବାନୁମାନ କରାଯାଇଛି। ଯେଉଁଥିପାଇଁ ସତର୍କ ସୂଚା ଜାରି କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର।

Advertisment

ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ଜାରି କରିଥିବା ବୁଲେଟିନ୍‌ ଅନୁସାରେ ଆଗାମୀ ୨୪ ଘଣ୍ଟାଭିତରେ କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ ପ୍ରବଳରୁ ଅତି ଭୀଷଣ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାରେ ୨୦ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହେବ। ସେଥିପାଇଁ ରେଡ୍‌ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ନୂଆପଡ଼ା, ବଲାଙ୍ଗିର, କନ୍ଧମାଳ, ବୌଦ୍ଧ, ରାୟଗଡ଼ା, ଗଞ୍ଜାମ ଓ ଗଜପତି ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳର ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାରେ ୧୨ରୁ ୨୦ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହେବ। ସେଥିପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ଏହାଛଡ଼ା ବରଗଡ଼, ସୋନପୁର, ସମ୍ୱଲପୁର, ଅନୁଗୋଳ, ଢେଙ୍କାନାଳ, ନୟାଗଡ଼, ଖୋର୍ଦ୍ଧା, ପୁରୀ,ଜଗତସିଂହପୁର, କେନ୍ଦ୍ରାପଡ଼ା, କଟକ, ଯାଜପୁର, ଭଦ୍ରକ, ବାଲେଶ୍ୱର, ମୟୂରଭଞ୍ଜ ଓ କେନ୍ଦୁଝର ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟି ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହେବ। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ଆସନ୍ତାକାଲି ଶନିବାର ବଲାଙ୍ଗିର, ନୂଆପଡ଼ା, କଳାହାଣ୍ଡି, କନ୍ଧମାଳ ଓ ବୌଦ୍ଧ ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାରେ ୧୨ରୁ ୨୦ ସେଣ୍ଟି ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହେବ। ସେଥିପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ମୟୂରଭଞ୍ଜ, ବାଲେଶ୍ୱର, କେନ୍ଦୁଝର, ଝାରସୁଗୁଡ଼ା, ବରଗଡ଼, ସମ୍ୱଲପୁର, ସୋନପୁର, ଅନୁଗୋଳ, ନବରଙ୍ଗପୁର, କୋରାପୁଟ, ମାଲକାନଗିରି, ରାୟଗଡ଼ା, ଗଞ୍ଜାମ ଓ ଗଜପତି ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟି ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହେବ। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

Advertisment

ରବିବାର ବରଗଡ଼, ସମ୍ୱଲପୁର, ଝାରସୁଗୁଡ଼ା, ଦେବଗଡ଼, ସୁନ୍ଦରଗଡ଼, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟି ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହେବ। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ସୋମବାର ବରଗଡ଼, ସମ୍ୱଲପୁର, ଝାରସୁଗୁଡ଼ା, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, ସୁନ୍ଦରଗଡ଼, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟି ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହେବ। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
ମଙ୍ଗଳବାରରେ ଝାରସୁଗୁଡ଼ା, ସୁନ୍ଦରଗଡ଼, ମୟୂରଭଞ୍ଜ ଓ କେନ୍ଦୁଝର ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟି ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହେବ। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

Heavy Rain Rain Alert Weather Report
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe