Advertisment

ସୃଷ୍ଟି ହେଲା ଲଘୁଚାପ, ୨୬ରେ ଅବପାତ

ଲଘୁଚାପ ଓ ସକ୍ରିୟ ମୌସୁମୀ ଯୋଗୁ ଓଡ଼ିଶା ଉପକୂଳର ଆଖପାଖ ଅଞ୍ଚଳରେ ୨୫ରୁ ୨୮ ତାରିଖ ଯାଏ ବର୍ଷା ହେବ। ତାହା ସହ ପବନ ବୋହିବ। ପବନର ବେଗ ଘଣ୍ଟା ପ୍ରତି ୪୫ରୁ ୫୫ କିମି ରହିବାର ଆଶଙ୍କା ରହିଛି।

undefined

Rain

Advertisment

ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର। ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ପଶ୍ଚିମକେନ୍ଦ୍ରୀୟ ତତସଂଲଗ୍ନ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ପାର୍ଶ୍ଵବର୍ତ୍ତୀ ଉତ୍ତର ଆନ୍ଧ୍ରପ୍ରଦେଶ-ଦକ୍ଷିଣ ଓଡ଼ିଶା ଉପକୂଳ ସମୁଦ୍ର ମଧ୍ୟରେ ଆଜି ସନ୍ଧ୍ୟା ୫ଟା୩୦ ସମୟରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା ଆହୁରି ଘନୀଭୂତ ହେବା ସହ ୨୬ ତାରିଖ ବେଳକୁ ଏକ ଅବପାତର ରୂପନେବାର ସମ୍ଭାବନା ରହିଛି। ଏହା ଧୀରେ ଧୀରେ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଗତି କରିବା ସହ ଉତ୍ତର-ଆନ୍ଧ୍ରପ୍ରଦେଶ ଦକ୍ଷିଣ ଓଡ଼ିଶା ମଧ୍ୟ ଦେଇ ଅତିକ୍ରମ କରିବାର ସମ୍ଭାବନା ରହିଛି।

Advertisment

ଲଘୁଚାପ ଓ ସକ୍ରିୟ ମୌସୁମୀ ଯୋଗୁ ଓଡ଼ିଶା ଉପକୂଳର ଆଖପାଖ ଅଞ୍ଚଳରେ ୨୫ରୁ ୨୮ ତାରିଖ ଯାଏ ବର୍ଷା ହେବ। ତାହା ସହ ପବନ ବୋହିବ। ପବନର ବେଗ ଘଣ୍ଟା ପ୍ରତି ୪୫ରୁ ୫୫ କିମି ରହିବାର ଆଶଙ୍କା ରହିଛି। ସମୁଦ୍ର ଅଶାନ୍ତ ରହିବାର ସମ୍ଭାବନା ଥିବାରୁ ୨୫ରୁ ୨୭ ତାରିଖ ଯାଏ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ମଧ୍ୟକୁ ଯିବାକୁ ସମ୍ପୂର୍ଣ୍ଣ ବାରଣ କରାଯାଇଛି।

୨୫ ତାରିଖରେ ଗଜପତି, ଗଞ୍ଜାମ, ପୁରୀ, ମାଲକାନଗିରି, କୋରାପୁଟ ଓ ରାୟଗଡ଼ା ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାରେ ୭ରୁ ୨୦ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ସେଥିପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ଏହାଛଡ଼ା ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ବଲାଙ୍ଗିର, ନୟାଗଡ଼, ଖୋର୍ଦ୍ଧା, କଟକ, ଜଗତସିଂହପୁର ଓ ମୟୂରଭଞ୍ଜ ଜିଲ୍ଲାରେ ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାରେ ୧ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

Advertisment

୨୬ ତାରିଖରେ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ନୂଆପଡ଼ା ଓ ବଲାଙ୍ଗିର ଜିଲ୍ଲାରେ ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାରେ ୭ରୁ ୨୦ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ସେଥିପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ଏହାଛଡ଼ା ରାୟଗଡ଼ା, ଗଜପତି, କନ୍ଧମାଳ, ଗଞ୍ଜାମ, ନୟାଗଡ଼, ବୌର୍ଦ୍ଧ, କଟକ, ଢେଙ୍କାନାଳ, ଅନୁଗୋଳ, ସମ୍ୱଲପୁର, ସୋନପୁର ଓ ବରଗଡ଼ ଜିଲ୍ଲାରେ ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

୨୭ ତାରିଖରେ କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ନୂଆପଡ଼ା, ବଲାଙ୍ଗିର, ସୋନପୁର, ବରଗଡ଼, ସମ୍ୱଲପୁର, ଝାରସୁଗୁଡ଼ା, ସୁନ୍ଦରଗଡ଼, ଦେବଗଡ଼, ଅନୁଗୋ ଓ କେନ୍ଦୁଝର ଜିଲ୍ଲାରେ ଗୋଟିଏ ଦୁଇଟିସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

୨୮ ତାରିଖରେ ବାଲେଶ୍ୱର, ସୁନ୍ଦରଗଡ଼, ବରଗଡ଼, ଝାରସୁଗୁଡ଼ା, ସମ୍ୱଲପୁର, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ ଓ ଭଦ୍ରକ ଜିଲ୍ଲାରେ ଗୋଟିଏ ଦୁଇଟିସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ପ୍ରବଳ ବର୍ଷା ଯୋଗୁ ସାମୟିକ ଭାବେ ତଳୁଆ ଅଞ୍ଚଳରେ ପାଣିଜମିବା ସମ୍ଭାବନା ରହିଛି। ତୀବ୍ର ବୃଷ୍ଟିପାତ ସମୟରେ ଦୃଶ୍ୟମାନ ଦୂରତା କମିବା ଯୋଗୁ ଯାତାୟତରେ ବାଧା ପ୍ରାପ୍ତ ହେବ। ସହରାଞ୍ଚଳରେ ଟ୍ରାଫିକ ଜନିତ ସମସ୍ୟା ଉପୁଜିବ। ମୁଷଳ ଧାରାରେ ବର୍ଷା ଯୋଗୁ ମାଟିକାନ୍ଥ ପଡ଼ିବାର ସମ୍ଭାବନା ରହିଛି। ଚାଷ ଜମି ଗୁଡିକରୁ ଜଳ ନିଷ୍କାସନ ପାଇଁ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରନ୍ତୁ।

ଅସୁରକ୍ଷିତ ପାହାଡିଆ ଅଞ୍ଚଳରେ ଭୂସ୍ଖଳନ ସମ୍ଭାବନା ରହିଛି। ବିଶେଷ କରି ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କନ୍ଧମାଳ ଓ କଳାହାଣ୍ଡି ପ୍ରମୁଖ ଜିଲ୍ଲାରେ ଦେଖାଦେଇ ପାରେ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।

Rain Alert Weather Report
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe