Advertisment

ଲେଉଟିଲା ବର୍ଷା; ଆଗାମୀ ୪ ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷିବ!

ଆଗାମୀ ୪ ଦିନ ରାଜ୍ୟରେ କେତେକ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ତେବେ ଆଉ କିଛି ଜିଲ୍ଲାରେ ଘଡ଼ଘଡ଼ି ସହ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର।

ଅଦ୍ୟତନ ହୋଇଛି
undefined

Rain

Advertisment

ତାତି ପରେ ପୁଣି ଥରେ ଲେଉଟୁଛି ବର୍ଷା। ଆଗାମୀ ୪ ଦିନ ରାଜ୍ୟରେ କେତେକ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ତେବେ ଆଉ କିଛି ଜିଲ୍ଲାରେ ଘଡ଼ଘଡ଼ି ସହ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର। ସେପଟେ ଜୁନ ୧ରୁ ଅଗଷ୍ଟ ୧୫ ଯାଏଁ ରାଜ୍ୟରେ ୬୬୮.୨ ମିମି ବର୍ଷା ହୋଇଥିବା ରେକର୍ଡ କରିଛି ପାଣିପାଗ ବିଭାଗ।

Advertisment

ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ଜାରି କରିଥିବା ବୁଲେଟିନ୍‌ ଅନୁସାରେ ଆସନ୍ତା ୨୪ ଘଣ୍ଟା ଭିତରେ ଆର୍ଥାତ ୧୬ ତାରିଖ ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, ଯାଜପୁର, ଢେଙ୍କାନାଳ, କଟକ, ଅନୁଗୋଳ, ଖୋର୍ଦ୍ଧା, ନୟାଗଡ଼, ବୌଦ୍ଧ, କନ୍ଧମାଳ ଓ ଗଞ୍ଜାମ ଜିଲ୍ଲାରେ କେତେକ ସ୍ଥାନରେ ବର୍ଷା ସହ ଘଡ଼ଘଡ଼ି ଏବଂ ବଜ୍ରପାତ ହେବାର ସମ୍ଭାବନା ରହିଛି। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

୧୬ ତାରିଖରେ ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ସମ୍ୱଲପୁର, ଦେବଗଡ଼, ଢେଙ୍କାନାଳ, ସୋନପୁର, ଅନୁଗୋଳ, ବଲାଙ୍ଗିଳ, କନ୍ଧମାଳ ଓ କଳାହାଣ୍ଡି ଜିଲ୍ଲାରେ କେତେକ ସ୍ଥାନରେ ବର୍ଷା ସହ ଘଡ଼ଘଡ଼ି ଏବଂ ବଜ୍ରପାତ ହେବାର ସମ୍ଭାବନା ରହିଛି। ତେବେ ଦେବଗଡ଼, ସମ୍ୱଲପୁର ଓ ଅନୁଗୋଳ ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ନେଇ ସତର୍କ ସୂଚନା ଜାରି କରାଯାଇଛି। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

Advertisment

୧୭ ତାରିଖରେ କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଯାଜପୁର, ଭଦ୍ରକ, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ଖୋର୍ଦ୍ଧା, ପୁରୀ, ନୟାଗଡ଼, ଗଞ୍ଜାମ, ଗଜପତି, ରାୟଗଡ଼ା, ବଲାଙ୍ଗିର, ନବରଙ୍ଗପୁର, କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ସେହିପରି କଳାହାଣ୍ଡି ଓ କନ୍ଧମାଳ ଜିଲ୍ଲାରେ କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାରେ ୧୨ରୁ ୨୦ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

୧୮ ତାରିଖରେ ସମ୍ୱଲପୁର, ସୋନପୁର, ବଲାଙ୍ଗିର, କଳାହାଣ୍ଡି, କନ୍ଧମାଳ, ଅନୁଗୋଳ, ଗଞ୍ଜାମ, ଯାଜପୁର, ଭଦ୍ରକ, କେନ୍ଦ୍ରାପଡ଼ା ଜିଲ୍ଲାରେ କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ସେହିପରି ବୌଦ୍ଧ, ଢେଙ୍କାନାଳ, ଖୋର୍ଦ୍ଧା, ପୁରୀ ଓ ଜଗତସିଂହପୁର ଜିଲ୍ଲାରେ କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାରେ ୧୨ରୁ ୨୦ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହେବାର ଆଶଙ୍କା ରହିଛି। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

୧୯ ତାରିଖରେ ବଲାଙ୍ଗିର, ନୂଆପଡ଼ା, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହେବାର ଆଶଙ୍କା ରହିଛି। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

Heavy Rain Rain Alert Weather Update
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe