Advertisment

ବୁଧବାର ଏହି ସବୁ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ!

ସୋମବାର ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଆଜି କେନ୍ଦ୍ରୀୟ ବଙ୍ଗୋପସାଗର ପାର୍ଶ୍ଵବର୍ତ୍ତୀ ଉତ୍ତର ବଙ୍ଗୋପସାଗର ଅଞ୍ଚଳରେ ସକ୍ରିୟ ରହିଛି। ଏହାର ପ୍ରଭାବରେ ଆଗାମୀ ୨୪ ଘଣ୍ଟା ମଧ୍ୟରେ ଉତ୍ତରପଶ୍ଚିମ-ପାର୍ଶ୍ଵବର୍ତ୍ତୀ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି।

undefined

Rain

Advertisment

ଆସନ୍ତାକାଲି ଅର୍ଥାତ ବୁଧବାର ରାଜ୍ୟର କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ୨୦ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ସେହି ଜିଲ୍ଲା ଗୁଡ଼ିକ ପାଇଁ ରେଡ୍‌ ୱାର୍ଣ୍ଣିଂ ଜାରି କରାଯାଇଛି। ଅନ୍ୟପକ୍ଷରେ ସୋମବାର ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଆଜି କେନ୍ଦ୍ରୀୟ ବଙ୍ଗୋପସାଗର ପାର୍ଶ୍ଵବର୍ତ୍ତୀ ଉତ୍ତର ବଙ୍ଗୋପସାଗର ଅଞ୍ଚଳରେ ସକ୍ରିୟ ରହିଛି। ଏହାର ପ୍ରଭାବରେ ଆଗାମୀ ୨୪ ଘଣ୍ଟା ମଧ୍ୟରେ ଉତ୍ତରପଶ୍ଚିମ-ପାର୍ଶ୍ଵବର୍ତ୍ତୀ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।

Advertisment

ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ଜାରି କରିଥିବା ବୁଲେଟିନ ଅନୁସାରେ ବୁଧବାର ସୋନପୁର, ବୌଦ୍ଧ, ଅନୁଗୋଳ,ଢେଙ୍କାନାଳ, କଟକ, ନୟାଗଡ଼,ଗଞ୍ଜାମ ଓ କନ୍ଧମାଳ ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାରେ ୨୦ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ସେଥିପାଇଁ ରେଡ୍‌ ୱାର୍ଣ୍ଣିଂ ଜାରି କରାଯାଇଛି।

ସେହିପରି ପୁରୀ, ଖୋର୍ଦ୍ଧା, ଜଗତସିଂହପୁର, ଯାଜପୁର, ଗଜପତି, ରାୟଗଡ଼ା, ନବରଙ୍ଗପୁର, କଳାହାଣ୍ଡି, ନୂଆପଡ଼ା, ବଲାଙ୍ଗିର, ବରଗଡ଼ ଓ ସମ୍ୱଲପୁର ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳରୁ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାରେ ୧୨ରୁ ୨୦ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ସେଥିପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ଏହାଛଡ଼ା ସୁନ୍ଦରଗଡ଼, ଝାରସୁଗୁଡ଼ା, ଦେବଗଡ଼, କେନ୍ଦୁଝର, ଭଦ୍ରକ, କେନ୍ଦ୍ରାପଡ଼ା ଓ କୋରାପୁଟ ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

Advertisment

ଗୁରୁବାର କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି,ରାୟଗଡ଼ା, ଗଜପତି,ଗଞ୍ଜାମ, କନ୍ଧମାଳ, ବଲାଙ୍ଗିର ଓ ନୂଆପଡ଼ା ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳରୁ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାରେ ୧୨ରୁ ୨୦ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ସେଥିପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ବରଗଡ଼, ସମ୍ୱଲପୁର, ସୋନପୁର, ବୌଦ୍ଧ, ଅନୁଗୋଳ, ନୟାଗଡ଼, ଖୋର୍ଦ୍ଧା, କଟକ, ପୁରୀ ଓ ମାଲକାନଗିରି ଜିଲ୍ଲା ଗୋଟିଏରୁ ଦୁଇଟି ସ୍ଥାପରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ଗତ ୨୪ ଘଣ୍ଟାରେ ରାଜ୍ୟରେ ଅଧିକାଂଶ ଜିଲ୍ଲାରେ ବର୍ଷା ହୋଇଛି। କୋରାପୁଟ ଜିଲ୍ଲା ସେମିଳିଗୁଡାଠାରେ ୨୦୮ ମିମି ବର୍ଷା ରେକର୍ଡ କରାଯାଇଛି। ସେହିପରି ଜୟପୁର ୧୬୧.୭ ମିମି, ନବରଙ୍ଗପୁର ଜିଲ୍ଲା ପାପଡାହାଣ୍ଡି ୧୪୬ମିମି, କୋରାପୁଟ ସହର ୧୦୧ ମିମି ବର୍ଷା ରେକର୍ଡ କରାଯାଇଛି।

Heavy Rain Rain Alert
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe