Advertisment

ଆହୁରି ୩ ଦିନ ପ୍ରବଳ ଛେଚିବ!

ସୋମବାର ପୁରୀ, ଜଗତସିଂହପୁର, ଢେଙ୍କାନାଳ, ଅନୁଗୋଳ ଓ ସମ୍ୱଲପୁର ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

author-image
Manoranjan Sial
ଅଦ୍ୟତନ ହୋଇଛି
Representational Image

Representational Image

ଲଘୁଚାପ ପ୍ରଭାବରେ ରାଜ୍ୟର ଅଧିକାଂଶ ସ୍ଥାନରେ ଜାରି ରହିଛି ବର୍ଷା। ଆହୁରି ୩ ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେଥିପାଇଁ ସତର୍କ ସୂଚନା ଜାରି କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର। ବର୍ଷା ଯୋଗୁ ଜୀବନ ଯାତ୍ରା ପ୍ରଭାବିତ ହେବାର ସମ୍ଭାବନା ରହିଛି।

Advertisment

ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ଜାରି କରିଥିବା ବୁଲେଟିନ୍‌ ଅନୁସାରେ ସୋମବାର ପୁରୀ, ଜଗତସିଂହପୁର, ଢେଙ୍କାନାଳ, ଅନୁଗୋଳ ଓ ସମ୍ୱଲପୁର ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାରେ ୭ରୁ ୨୦ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ସେଥିପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ବାଲେଶ୍ୱର, ଭଦ୍ରକ, ଯାଜପୁର,କେନ୍ଦ୍ରାପଡ଼ା, କଟକ, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବୌଦ୍ଧ, ସୋନପୁର, ବଲାଙ୍ଗିର, କଳାହାଣ୍ଡି ଓ କନ୍ଧମାଳ ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ‍ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ମଙ୍ଗଳବାର ପୁରୀ, ଜଗତସିଂହପୁର, କଳାହାଣ୍ଡି, ବୌଦ୍ଧ, ସୋନପୁର, ବଲାଙ୍ଗିର, ବରଗଡ଼ ଓ ସମ୍ୱଲପୁର ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାରେ ୭ରୁ ୨୦ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ସେଥିପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ଏହାଛଡ଼ା ଢେଙ୍କାନାଳ, କେନ୍ଦ୍ରାପଡ଼ା, ଯାଜପୁର, ଭଦ୍ରକ, କଟକ, ଖୋର୍ଦ୍ଧା, ଅନୁଗୋଳ, ଦେବଗଡ଼, ସୁନ୍ଦରଗଡ଼, ଗଞ୍ଜାମ, ନୟାଗଡ଼ ଓ ନବରଙ୍ଗପୁର ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନାରେ ପ୍ରବଳ ବର୍ଷା ହୋଇପାରେ। ଏହି ସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

Advertisment

ବୁଧବାର ନୂଆପଡ଼ା, ନବରଙ୍ଗପୁର, ବରଗଡ଼, ବଲାଙ୍ଗିର, କଳାହାଣ୍ଡି ଓ କନ୍ଧମାଳ ଜିଲ୍ଲାରେ ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାରେ ୭ରୁ ୨୦ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ସେଥିପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ୱଲପୁର, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ସୋନପୁର, ବୌଦ୍ଧ, ରାୟଗଡ଼ା, କୋରାପୁଟ, ମାଲକାନଗିରି ଓ ଗଞ୍ଜାମ ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ। ଏହି ସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ଗୁରୁବାର ନୂଆପଡ଼ା, ବଲାଙ୍ଗିର, ବରଗଡ଼, ଝାରସୁଗୁଡ଼ା, ସମ୍ୱଲପୁର ଓ ସୁନ୍ଦରଗଡ଼ ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

Heavy Rain Weather Report Rain