Advertisment

ଆଗାମୀ ୪ ଦିନ ଯାଏଁ ରାଜ୍ୟର କିଛି ଜିଲ୍ଲାରେ ପ୍ରବଳ ବର୍ଷା!

ଆଗାମୀ ସପ୍ତାହରେ ତାତି ବଢ଼ିବ। ଅର୍ଥାତ ୧୭ରୁ ୨୩ ତାରିଖ ମଧ୍ୟରେ ରାଜ୍ୟର ଅଧିକାଂଶ ଟାଉନ୍‌ରେ ତାପମାତ୍ରା ୨ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ବଢ଼ିବାର ସମ୍ଭାବନା ରହିଛି। ଏଥିସହ କେତେକ ଜିଲ୍ଲାରେ ଗ୍ରୀଷ୍ମ ପ୍ରବାହ ବୋହିବ।

undefined

Heavy Rain

Advertisment

ଦୁଇ ପ୍ରକାର ପାଣିପାଗ ନିୟାମକ ଯୋଗୁ ଉପକୂଳ ଓଡ଼ିଶା ଓ ତା’ ପାର୍ଶ୍ୱବର୍ତ୍ତୀ ଆଭ୍ୟନ୍ତରୀଣ ଜିଲ୍ଲାରେ କେତେକ ଅଞ୍ଚଳରେ କାଳବୈଶାଖୀ ଜନିତ ବର୍ଷା ହେବାର ସମ୍ଭାବନା ରହିଛି। ଆଉ କିଛି ଜିଲ୍ଲାରେ ପ୍ରବଳ ବର୍ଷା ମଧ୍ୟ ହୋଇପାରେ। ଏମିତିକା ପାଣିପାଗ ୩ରୁ ୪ ଦିନ ପର୍ଯ୍ୟନ୍ତ ଲାଗି ରହିବାର ସମ୍ଭାବନା ରହିଛି। ସେଥିପାଇଁ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।

Advertisment

ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ଜାରି କରିଥିବା ବୁଲେଟିନ୍‌ ଅନୁସାରେ ଶନିବାର ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ମୟୂରଭଞ୍ଜ, ବାଲେଶ୍ୱର, କେନ୍ଦୁଝର, ଭଦ୍ରକ, କେନ୍ଦ୍ରାପଡ଼ା ଓ ଜଗତସିଂହପୁର ଜିଲ୍ଲାରେ କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ତେବେ ଝାରସୁଗୁଡ଼ା, ସୁନ୍ଦରଗଡ଼, ମୟୂରଭଞ୍ଜ, ବାଲେଶ୍ୱର, କେନ୍ଦୁଝର, ଭଦ୍ରକ, ଢେଙ୍କାନାଳ, ଅନୁଗୋଳ, ଯାଜପୁର,କଟକ, ଖୋର୍ଦ୍ଧା, ପୁରୀ, କେନ୍ଦ୍ରାପଡ଼ା, ଜଗତସିଂହପୁର, ନୟାଗଡ଼, କନ୍ଧମାଳ, ଗଞ୍ଜାମ, ମାଲକାନଗିରି, ଗଜପତି, ରାୟଗଡ଼ା ଓ କୋରାପୁଟ ଜିଲ୍ଲାରେ କେତେକ ସ୍ଥାନରେ ବଜ୍ରପାତ ଓ ଘଡ଼ଘଡ଼ି ମାରିବାର ସମ୍ଭାବନା ରହିଛି। ଏଥିସହ ଘଣ୍ଟା ପ୍ରତି ୩୦ରୁ ୪୦ କିମି ବେଗରେ ପବନ ବୋହିପାରେ। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ଶନିବାର ସକାଳ ସାଢ଼େ ୮ଟାରୁ ରବିବାର ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର ଓ ଭଦ୍ରକ ଜିଲ୍ଲାରେ କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ଏଥିସହ ଘଣ୍ଟାପ୍ରତି ୩୦ରୁ ୪୦ କିମି ବେଗରେ ପବନ ବୋହିବ। ସେହିପରି ମୟୂରଭଞ୍ଜ, ବାଲେଶ୍ୱର, କେନ୍ଦୁଝର, ଭଦ୍ରକ, ଯାଜପୁର, କଟକ, ଖୋର୍ଦ୍ଧା, ପୁରୀ, କେନ୍ଦ୍ରାପଡ଼ା, ଜଗତସିଂହପୁର, ନୟାଗଡ଼, ଗଞ୍ଜାମ, ଗଜପତି, ରାୟଗଡ଼ା, ମାଲକାନଗିରି ଓ କୋରାପୁଟ ଜିଲ୍ଲାରେ କେତେକ ସ୍ଥାନରେ ବଜ୍ରପାତ ଓ ଘଡ଼ଘଡ଼ି ମାରିବାର ସମ୍ଭାବନା ରହିଛି। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

Advertisment

ରବିବାର ସକାଳ ସାଢ଼େ ୮ଟାରୁ ସୋମବାର ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଯାଜପୁର ଓ ଭଦ୍ରକ ଜିଲ୍ଲାରେ କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ଏଥିସହ ଘଣ୍ଟାପ୍ରତି ୪୦ରୁ ୫୦ କିମି ବେଗରେ ପବନ ବୋହିବ। ତେବେ ମୟୂରଭଞ୍ଜ, ବାଲେଶ୍ୱର, କେନ୍ଦୁଝର, ଭଦ୍ରକ, ଯାଜପୁର, କଟକ, ଖୋର୍ଦ୍ଧା, ଢେଙ୍କାନାଳ, ଅନୁଗୋଳ, ପୁରୀ, କନ୍ଧମାଳ, କେନ୍ଦ୍ରାପଡ଼ା, ଜଗତସିଂହପୁର, ନୟାଗଡ଼, ଗଞ୍ଜାମ, ଗଜପତି, ରାୟଗଡ଼ା, ମାଲକାନଗିରି ଓ କୋରାପୁଟ ଜିଲ୍ଲାରେ କେତେକ ସ୍ଥାନରେ ବଜ୍ରପାତ ଓ ଘଡ଼ଘଡ଼ି ମାରିବାର ସମ୍ଭାବନା ରହିଛି। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ସୋମବାର ସକାଳ ସାଢ଼େ ୮ଟାରୁ ବୁଧବାର ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ କେନ୍ଦୁଝର, ମୟୂରଭଞ୍ଜ, ଢେଙ୍କାନାଳ, ଅନୁଗୋଳ, କଟକ, ବୌଦ୍ଧ, ନୟାଗଡ଼,ଖୋର୍ଦ୍ଧା, ପୁରୀ, ଗଞ୍ଜାମ, କନ୍ଧମାଳ, ଗଜପତି, ରାୟଗଡ଼ା, କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ ଜିଲ୍ଲାରେ କେତେକ ସ୍ଥାନରେ ବଜ୍ରପାତ ଓ ଘଡ଼ଘଡ଼ି ମାରିବାର ସମ୍ଭାବନା ରହିଛି। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ରର ବୈଜ୍ଞାନିକ ଉମାଶଙ୍କର ଦାସଙ୍କ କହିବା ଅନୁସାରେ ଆଗାମୀ ସପ୍ତାହରେ ତାତି ବଢ଼ିବ। ଅର୍ଥାତ ୧୭ରୁ ୨୩ ତାରିଖ ମଧ୍ୟରେ ରାଜ୍ୟର ଅଧିକାଂଶ ଟାଉନ୍‌ରେ ତାପମାତ୍ରା ୨ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ବଢ଼ିବାର ସମ୍ଭାବନା ରହିଛି। ଏଥିସହ କେତେକ ଜିଲ୍ଲାରେ ଗ୍ରୀଷ୍ମ ପ୍ରବାହ ବୋହିବ ବୋଲି ଶ୍ରୀ ଦାସ କହିଛନ୍ତି।

Bhubaneswar Rain Alert Weather Report
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe