Advertisment

ଆହୁରି ଦୁଇ ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷିବ! ସେପଟେ ଅସରାଏ ବର୍ଷାରେ ଭାସିଲା ରାଜଧାନୀ

ଆଜି ରାଜଧାନୀ ଭାସିଛି। କିଛି ସମୟର ବର୍ଷାରେ ବେହାଲ ହୋଇଛି ଭୁବନେଶ୍ୱର। ଦିନେ ଯେଉଁ ସ୍ମାର୍ଟ ସିଟି ଦେଶର ନମ୍ୱର ୱାନ୍‌ରେ ଥିଲା, ତାହାର ଅବସ୍ଥା ଆଖିରେ ଦେଖିପାରିବେ ନାହିଁ। ଯେଉଁଠି ଦେଖିବେ ରାସ୍ତାରେ ପ୍ରବାହିତ ହେଉଛି ଆଣ୍ଠୁଏ ଉଚ୍ଚର ପାଣି।

ଅଦ୍ୟତନ ହୋଇଛି
Rain

Rain

Advertisment

ଆଜି ରାଜ୍ୟରେ ଅନେକ ସ୍ଥାନରେ ବର୍ଷା ହୋଇଛି। ଏହି ବର୍ଷା ଆଗାମୀ ଦୁଇ ଦିନ ପର୍ଯ୍ୟନ୍ତ ଲାଗି ରହିବ। ତେବେ ମଙ୍ଗଳବାର ଓ ବୁଧବାର କେତେକ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେଥିପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର। ସେପଟେ ଅସରାଏ ବର୍ଷାରେ ଆଜି ଭାସିଛି ସ୍ମାର୍ଟ ସିଟି ଭୁବନେଶ୍ୱର। ଯେଉଁଠି ଦେଖିବେ, ସେଠି ଆଣ୍ଠୁଏ ଉଚ୍ଚର ପାଣି ପ୍ରବାହିତ ହେଉଛି।

Advertisment

ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ଜାରି କରିଥିବା ବୁଲେଟିନ୍‌ ଅନୁସାରେ ମଙ୍ଗଳବାର ସୁନ୍ଦରଗଡ଼, ସମ୍ୱଲପୁର, ସୋନପୁର, ବୌଦ୍ଧ, ଅନୁଗୋଳ, ଢେଙ୍କାନାଳ, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର ଓ କଟକ ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାରେ ୧୨ରୁ ୨୦ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ସେଥିପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ଝାରସୁଗୁଡ଼ା, ବରଗଡ଼, ବଲାଙ୍ଗିର, ନୂଆପଡ଼ା, କଳାହାଣ୍ଡି, କନ୍ଧମାଳ, ନୟାଗଡ଼, ଖୋର୍ଦ୍ଧା, ପୁରୀ, ଜଗତସିଂହପୁର ଓ କେନ୍ଦ୍ରାପଡ଼ାରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବ। ଏହି ସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ବୁଧବାର କଳାହାଣ୍ଡି, ନୂଆପଡ଼ା, ବଲାଙ୍ଗିର, କନ୍ଧମାଳ, ବୌଦ୍ଧ, ସୋନପୁର, ବରଗଡ଼, ସମ୍ୱଲପୁର, ଅନୁଗୋଳ, ଝାରସୁଗୁଡ଼ା, ଦେବଗଡ଼, ସୁନ୍ଦରଗଡ଼ ଓ କେନ୍ଦୁଝର ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାରେ ୧୨ରୁ ୨୦ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ସେଥିପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ମୟୂରଭଞ୍ଜ, ବାଲେଶ୍ୱର, ଢେଙ୍କାନାଳ, କଟକ ଓ ନୟାଗଡ଼ ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

Advertisment

ଗୁରୁବାର ମୟୂରଭଞ୍ଜ, କେନ୍ଦୁଝର, ଦେବଗଡ଼, ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ୱଲପୁର, ସୋନପୁର, ବଲାଙ୍ଗିର ଓ ନୂଆପଡ଼ା ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ସେପଟେ ଆଜି ରାଜଧାନୀ ଭାସିଛି। କିଛି ସମୟର ବର୍ଷାରେ ବେହାଲ ହୋଇଛି ଭୁବନେଶ୍ୱର। ଦିନେ ଯେଉଁ ସ୍ମାର୍ଟ ସିଟି ଦେଶର ନମ୍ୱର ୱାନ୍‌ରେ ଥିଲା, ତାହାର ଅବସ୍ଥା ଆଖିରେ ଦେଖିପାରିବେ ନାହିଁ। ଯେଉଁଠି ଦେଖିବେ ରାସ୍ତାରେ ପ୍ରବାହିତ ହେଉଛି ଆଣ୍ଠୁଏ ଉଚ୍ଚର ପାଣି। ସେହି ରାସ୍ତାରେ ଲୋକେ ଯିବା ପାଇଁ ଭୟ କରୁଛନ୍ତି। ପୁରୁଣା ଭୁବନେଶ୍ୱରର ରଥ ରୋଡ୍‌ରେ ଆଣ୍ଠୁଏ ଉଚ୍ଚର ପାଣି ପ୍ରବାହିତ ହେଉଥିବା ଦେଖିବାକୁ ମିଳିଛି। ସେହିପରି ଇସ୍କନ ସମ୍ମୁଖ ରାସ୍ତା, ଲକ୍ଷ୍ମୀସାଗର, ରସୁଲଗଡ଼, ନୟାପଲ୍ଲୀ, ସତ୍ୟନଗର ପରି ଅନେକ ରାସ୍ତାରେ ପ୍ରବାହିତ ହେଉଛି ବର୍ଷା ପାଣି। ଯାହାକୁ ନେଇ ରାଜଧାନୀବାସୀଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି।

Heavy Rain Rain Alert Weather Report
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe