Advertisment

ଲଘୁଚାପ ପ୍ରଭାବରେ ୨୦ ଯାଏଁ ରାଜ୍ୟରେ ପ୍ରବଳ ବର୍ଷିବ

୨୦ ତାରିଖରେ ଗଞ୍ଜାମ, ଗଜପତି, କନ୍ଧମାଳ, କଳାହାଣ୍ଡି, ରାୟଗଡ଼ା, କୋରାପୁଟ ଓ ନବରଙ୍ଗପୁର ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

ଅଦ୍ୟତନ ହୋଇଛି
Rain

Rain

Advertisment

ଘୂର୍ଣ୍ଣିବଳୟ ପ୍ରଭାବରେ ସୃଷ୍ଟି ହେଲା ଲଘୁଚାପ। ଉତ୍ତର ଓଡ଼ିଶା-ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ ଉପତ୍ୟକାରେ ଲଘୁଚାପ ସୃଷ୍ଟି ହୋଇଛି। ପଶ୍ଚିମବଙ୍ଗ ଉପତ୍ୟକା ଓ ଝାଡ଼ଖଣ୍ଡ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଲଘୁଚାପ ପ୍ରଭାବରେ ଆସନ୍ତା ୫ ଦିନ ଧରି ସାରା ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା ରହିଛି।ବର୍ଷା ଆସନ୍ତା ୨୦ ତାରିଖ ପର୍ଯ୍ୟନ୍ତ ଲାଗି ରହିବ। ସେଥିପାଇଁ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନା ଜାରୀ କରିଛି।

Advertisment

ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ଜାରୀ କରିଥିବା ବୁଲେଟିନ୍‌ ଅନୁସାରେ ଆସନ୍ତାକାଲି ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ଝାରସୁଗୁଡ଼ା, ସମ୍ୱଲପୁର, ସୁନ୍ଦରଗଡ଼, ବରଗଡ଼, ନୂଆପଡ଼ା, ସୋନପୁର, ବଲାଙ୍ଗିର ଓ ଦେବଗଡ଼ ଜିଲ୍ଲାରେ କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାରେ ୭ରୁ ୨୦ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ସେଥିପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି।

ଏହାଛଡ଼ା କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ଅନୁଗୋଳ, କେନ୍ଦୁଝର, ମୟୂରଭଞ୍ଜ, ଢେଙ୍କାନାଳ, ଯାଜପୁର, ନବରଙ୍ଗପୁର, କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ କେତେକ ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ। ଏହି ସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

Advertisment

ଆସନ୍ତାକାଲି ଅର୍ଥାତ ୧୭ ତାରିଖରେ ସୁନ୍ଦରଗଡ଼, କେନ୍ଦୁଝର, ଝାରସୁଗୁଡ଼ା, ସମ୍ୱଲପୁର, ନୂଆପଡ଼ା, କନ୍ଧମାଳ, ବଲାଙ୍ଗିର, ସୋନପୁର, ଦେବଗଡ଼, ନବରଙ୍ଗପୁର. କୋରାପୁଟ, ମାଲକାନଗିରି, କଳାହାଣ୍ଡି ଓ ବରଗଡ଼ ଜିଲ୍ଲାରେ କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

୧୮ ତାରିଖରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ଖୋର୍ଦ୍ଧା, ପୁରୀ, ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, ମାଲକାନଗିରି, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର ଓ ନୂଆପଡ଼ା ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

୧୯ ତାରିଖରେ ଖୋର୍ଦ୍ଧା, ପୁରୀ, ଜଗତସିଂହପୁର, ଗଞ୍ଜାମ, ଗଜପତି, ନୟାଗଡ଼, କନ୍ଧମାଳ, କଳାହାଣ୍ଡି, ମାଲକାନଗିରି, କୋରାପୁଟ, ରାୟଗଡ଼ା, ନବରଙ୍ଗପୁର, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି। ଏହି ସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

୨୦ ତାରିଖରେ ଗଞ୍ଜାମ, ଗଜପତି, କନ୍ଧମାଳ, କଳାହାଣ୍ଡି, ରାୟଗଡ଼ା, କୋରାପୁଟ ଓ ନବରଙ୍ଗପୁର ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାରେ ୭ରୁ ୨୦ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ସେହିପରି ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ଖୋର୍ଦ୍ଧା, ପୁରୀ, ରାୟଗଡ଼ା, ବଲାଙ୍ଗିର ଓ ନୂଆପଡ଼ା ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ। ଏହି ସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ସେଥିପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି।

ପ୍ରବଳ ବର୍ଷା ଯୋଗୁ ତଳିଆ ଅଞ୍ଚଳରେ ପାଣି ଜମିବାର ସମ୍ଭାବନା ରହିଛି। ମାଟି କାନ୍ଥ ଧସିବାର ଆଶଙ୍କା ରହିଛି। ତେଣୁ ବର୍ଷା ସମୟରେ ବିପଦପୂର୍ଣ୍ଣ ଥିବା ମାଟି ଘରୁ ଅନ୍ୟତ୍ର ପଳାଇଯିବା ପାଇଁ ପରାମର୍ଶ ଦିଆଯାଇଛି।

Heavy Rain Rain Alert Weather Report
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe