Advertisment

ଉତ୍ତର ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷିବ!

ବାତ୍ୟାର ପ୍ରଭାବ ସିଧାସଳଖ ଓଡ଼ିଶା ଉପରେ ପଡ଼ିବନାହିଁ। କିନ୍ତୁ ଉତ୍ତର ଓ ଉପକୂଳ ଓଡ଼ିଶାରେ କେତେକ ଜିଲ୍ଲାରେ ପ୍ରବଳର ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ୨୫ ତାରିଖରେ ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବ।

author-image
Manoranjan Sial
ଅଦ୍ୟତନ ହୋଇଛି
Rain In Kerala

Rain In Kerala

ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଆଜି ସକାଳେ ଡିପ୍ରେସନ୍‌ରେ ପରିଣତ ହୋଇଛି। ଏହାର ଗତି ଉତ୍ତର-ପୂର୍ବ ଦିଗକୁ ରହିଛି। ଏହା ଅଧିକ ତୀବ୍ର ହୋଇ ୨୫ ତାରିଖ ସକାଳ ସୁଦ୍ଧା ବାତ୍ୟାରେ ପରିଣତ ହେବାର ସମ୍ଭାବନା ରହିଛି। ୨୫ ତାରିଖ ରାତି ସୁଦ୍ଧା ବାତ୍ୟା ଭୀଷଣ ରୂପ ନେଇ ଉତ୍ତର ଦିଗକୁ ଗତି କରିବ। ଆସନ୍ତା ୨୬ ତାରିଖ ମଧ୍ୟ ରାତିରେ ବାତ୍ୟା ସାଗର ଆଇଲ୍ୟାଣ୍ଡ ଓ ଖେପୁପରା ମଝିରେ ବଂଲାଦେଶ ଏବଂ ପଶ୍ଚିମବଙ୍ଗ ସୀମା ଦେଇ ଅତିକ୍ରମ କରିବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ସମୁଦ୍ର ଅଶାନ୍ତ ରହିବ। ସେଥିପାଇଁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ନଯିବା ପାଇଁ ପରାମର୍ଶ ଦିଆଯାଇଛି। ଏନେଇ ସୂଚନା ଦେଇଛନ୍ତି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶକ ମନୋରମା ମହାନ୍ତି କହିଛନ୍ତି।

Advertisment

ବାତ୍ୟାର ପ୍ରଭାବ ସିଧାସଳଖ ଓଡ଼ିଶା ଉପରେ ପଡ଼ିବନାହିଁ। କିନ୍ତୁ ଉତ୍ତର ଓ ଉପକୂଳ ଓଡ଼ିଶାରେ କେତେକ ଜିଲ୍ଲାରେ ପ୍ରବଳର ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ୨୫ ତାରିଖରେ ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବ। ଏଥିସହ ଘଣ୍ଟା ପ୍ରତି ୪୦ରୁ ୫୦ କିମି ବେଗରେ ପବନ ବୋହିବ। ମଝିରେ ମଝିରେ ଝଟକା ପବନ ଘଣ୍ଟା ପ୍ରତି ୬୦ କିମି ବେଗରେ ପବନ ବୋହିବ। ସେହିପରି ୨୬ ତାରିଖ ସକାଳଠାରୁ ବାଲେଶ୍ୱର ଓ ଭଦ୍ରକ ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେହି ଦିନ କେନ୍ଦ୍ରାପଡ଼ା ଓ ମୟୂରଭଞ୍ଜ ଜିଲ୍ଲାରେ ପ୍ରବଳ ବର୍ଷା ହେବ। ଘଣ୍ଟା ପ୍ରତି ୬୦ରୁ ୭୦ କିମି ବେଗରେ ପବନ ବୋହିବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି।

ବାତ୍ୟା ପ୍ରଭାବରେ ବର୍ଷା ନେଇ ସତର୍କ ସୂଚନା ଜାରି କରିଛନ୍ତି ଏସ୍‌ଆର୍‌ସି। ବାଂଲାଦେଶ ମୁହାଁ ବାତ୍ୟା ପ୍ରଭାବରେ ୪ ଜିଲ୍ଲାରେ ବର୍ଷା ହେବା ସହିତ ପବନ ବୋହିବାର ସମ୍ଭାବନା ରହିଛି। ସେଥିପାଇଁ ସତର୍କ ରହିବାକୁ ୪ ଜିଲ୍ଲାର ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦିଆଯାଇଛି। 

Advertisment
Heavy Rain Balasore Rain Alert